Biblia Todo Logo
Bib sou entènèt

- Piblisite -




ଯୋହନ 1:43 - ପବିତ୍ର ବାଇବଲ

43 ତା'ପରଦିନ ଯୀଶୁ ଗାଲିଲୀକୁ ଯିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, “ମୋର ଅନୁଗମନ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର।

Gade chapit la Kopi

ଓଡିଆ ବାଇବେଲ

43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଲେ। ବାଟରେ ଫିଲିପ୍ ନାମକ ଜଣେ ବ୍ୟକ୍ତିକୁ ଭେଟି କହିଲେ, “ମୋ’ ସଙ୍ଗରେ ଆସ।” (

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”

Gade chapit la Kopi




ଯୋହନ 1:43
19 Referans Kwoze  

ଫିଲି‌ପ୍‌ପ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦେଖାନ୍ତୁ। ଆମ୍ଭର ସେତିକି ଦରକାର।”


ଯୀଶୁ ସେଠାରୁ ଯାଉ ଯାଉ ଦେଖିଲେ ଯେ, କରଆଦାୟ କେନ୍ଦ୍ରରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର।” ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।


ସଦାପ୍ରଭୁ କହିଲେ, “ଯେଉଁମାନେ ଆମ୍ଭ ବିଷୟରେ ପଗ୍ଭରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଲୁ, ଯେଉଁମାନେ ଆମ୍ଭକୁ ଖୋଜିଲେ ନାହିଁ, ଆମ୍ଭେ ସେମାନଙ୍କୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀୟମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସେମାନଙ୍କୁ ‘ଆମ୍ଭକୁ ଦେଖ, ଆମ୍ଭକୁ ଦେଖ’ ବୋଲି କହିଲୁ।


ସେହି ଗ୍ରୀକ୍ ଲୋକମାନେ ଫିଲି‌ପ୍‌ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, “ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁ।”


ପରମେଶ୍ୱର ଆମ୍ଭକୁ ପ୍ରଥମେ ପ୍ରେମ କରିବାରୁ ଆମ୍ଭେମାନେ ତାହାଙ୍କୁ ପ୍ରେମ କରିଲୁା


ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ୟାରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲି‌ପ୍‌ପଙ୍କୁ କହିଲେ, “ଫିଲି‌ପ୍‌ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ଯଥେଷ୍ଟ ଖାଦ୍ୟ କିଣି ପାରିବା?”


ମୁଁ କହୁ ନାହିଁ ଯେ ପରମେଶ୍ୱର ମୋତେ ଯେପରି ହେବାକୁ ଗ୍ଭହାନ୍ତି, ମୁଁ ଠିକ୍ ସେହିପରି ହୋଇସାରିଛି। ମୁଁ ସେହି ଲକ୍ଷ୍ୟସ୍ଥଳରେ ଏପର୍ଯ୍ୟନ୍ତ ପହଞ୍ଚି ପାରି ନାହିଁ। କିନ୍ତୁ ମୁଁ ମୋର ଚେଷ୍ଟା ଅବିରତ ଜାରି ରଖିଛି, ଯାହାଦ୍ୱାରା ସେହି ଲକ୍ଷ୍ୟ ହାସଲ କରି ପାରିବି। ଯୀଶୁ ଖ୍ରୀଷ୍ଟ ଗ୍ଭହାନ୍ତି ଯେ ମୁଁ ସେହି ଲକ୍ଷ୍ୟ ପାଇପାରେ, ସେଥିପାଇଁ ସେ ମୋତେ ନିଜର କରିଛନ୍ତି।


ଏହିସବୁ ଘଟଣା ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ଥିବା ବେଥାନୀଆ ଗ୍ରାମରେ ଘଟିଥିଲା। ଏହି ସ୍ଥାନରେ ଯୋହନ ଲୋକମାନଙ୍କୁ ବାପ୍ତିଜିତ କରୁଥିଲେ।


ମନୁଷ୍ୟପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖୋଜିବାକୁ ଓ ସେମାନଙ୍କୁ ରକ୍ଷା କରିବାକୁ ଆସିଛନ୍ତି।


ଫିଲି‌ପ୍‌ପ ଓ ବାର୍ଥଲମି, ଥୋମା ଓ କରଆଦାୟକାରୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ଫିଲି‌ପ୍‌ପ ଉତ୍ତର ଦେଲେ, “ଏଠାରେ ଥିବା ପ୍ରତ୍ୟେକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦେବା ପାଇଁ ଆମ୍ଭ ସମସ୍ତଙ୍କୁ ମାସେ ପର୍ଯ୍ୟନ୍ତ କାମ କରି ଉପାର୍ଜନ କରିବାକୁ ପଡ଼ିବ।”


ତହିଁ ଆରଦିନ ଯୋହନ ପୁଣି ସେଠାରେ ଥିଲେ, ଆଉ ତାହାଙ୍କ ସହିତ ତାହାଙ୍କର ଦୁଇଜଣ ଶିଷ୍ୟ ଥିଲେ।


ଯୋହନ କାରାଗାରରେ ବନ୍ଦୀ ହୋଇଥିବା ଖବର ଯୀଶୁ ଶୁଣିଲେ, ତେଣୁ ଯୀଶୁ ଗାଲିଲୀକୁ ଫେରିଗଲେ।


କିନ୍ତୁ ଯୀଶୁ ତାହାକୁ କହିଲେ, “ମୋର ଅନୁସରଣ କର, ମରିଯାଇଥିବା ଲୋକମାନେ ଏହି ମୃତ ଲୋକଙ୍କୁ କବର ଦିଅନ୍ତୁ।”


ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି।


ଫିଲି‌ପ୍‌ପ ମଧ୍ୟ ଆନ୍ଦ୍ରିୟ ଓ ପିତରଙ୍କ ପରି ବେ‌‌ଥ୍‌‌ସାଇଦା ସହରର ଲୋକ ଥିଲେ।


ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା। ସେ ଏହି ଆଶ୍ଚର୍ଯ୍ୟକାମ ଗାଲିଲୀର କାନ୍ନା ସହରରେ କରିଥିଲେ। ଏହିପରି ଭାବେ ସେ ଆପଣା ମହିମା ଦେଖାଇଲେ। ଏବଂ ତାହାଙ୍କର ଶିଷ୍ୟମାନେ ତାହାଙ୍କ ଉପରେ ବିଶ୍ୱାସ କଲେ।


ସେହି ଦୁଇଜଣ ଶିଷ୍ୟ ଯୋହନଙ୍କ ଏହି କଥା ଶୁଣିଲେ, ତେଣୁ ସେମାନେ ଯୀଶୁଙ୍କ ପଛେ ପଛେ ଗଲେ।


Swiv nou:

Piblisite


Piblisite