Biblia Todo Logo
Bib sou entènèt

- Piblisite -




ଯୋହନ 1:48 - ପବିତ୍ର ବାଇବଲ

48 ନିଥନିୟେଲ ଯୀଶୁଙ୍କୁ ପଗ୍ଭରିଲେ, “ଆପଣ ମୋତେ କିପରି ଜାଣିଲେ?” ଯୀଶୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ମୋ’ ବିଷୟରେ କହିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।

Gade chapit la Kopi

ଓଡିଆ ବାଇବେଲ

48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

48 ନିଥ୍‌ନିୟେଲ ପଚାରିଲେ, “ମୋତେ ଆପଣ କିପରି ଜାଣିଲେ?” ଯୀଶୁ ଉତ୍ତର ଦେଲେ: “ଫିଲିପ୍ ତୁମକୁ ଡାକିବା ପୂର୍ବରୁ ତୁମେ ଡିମିରି ଗଛ ତଳେ ଥିବାବେଳେ ମୁଁ ତୁମକୁ ଦେଖିଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”

Gade chapit la Kopi




ଯୋହନ 1:48
14 Referans Kwoze  

ପୁଣି ସେମାନେ ଡାକିବା ପୂର୍ବରୁ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।


ମନୁଷ୍ୟର ହୃଦୟ ଭିତରେ କ'ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟରେ କହିବା ପାଇଁ କାହାରି ଦରକାର ନ ଥିଲା।


କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବେଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କୁ ଗୋପନରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନରେ କରୁଥିବା ତୁମ୍ଭ କାମଗୁଡ଼ିକ ଦେଖି ପାରନ୍ତି। ସେ ତୁମ୍ଭକୁ ତା'ର ପ୍ରତିଫଳ ଦେବେ।


ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହେବ, ସେଥିରେ ସେ ମସ୍ତକ ନତକରି ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ପରମେଶ୍ୱରଙ୍କ ଉପାସନା କରିବ।


ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ।


ଫିଲି‌ପ୍‌ପ ଓ ବାର୍ଥଲମି, ଥୋମା ଓ କରଆଦାୟକାରୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ଫିଲି‌ପ୍‌ପ ମଧ୍ୟ ଆନ୍ଦ୍ରିୟ ଓ ପିତରଙ୍କ ପରି ବେ‌‌ଥ୍‌‌ସାଇଦା ସହରର ଲୋକ ଥିଲେ।


ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ୟାରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲି‌ପ୍‌ପଙ୍କୁ କହିଲେ, “ଫିଲି‌ପ୍‌ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ଯଥେଷ୍ଟ ଖାଦ୍ୟ କିଣି ପାରିବା?”


ଫିଲି‌ପ୍‌ପ ଉତ୍ତର ଦେଲେ, “ଏଠାରେ ଥିବା ପ୍ରତ୍ୟେକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦେବା ପାଇଁ ଆମ୍ଭ ସମସ୍ତଙ୍କୁ ମାସେ ପର୍ଯ୍ୟନ୍ତ କାମ କରି ଉପାର୍ଜନ କରିବାକୁ ପଡ଼ିବ।”


ସେହି ଗ୍ରୀକ୍ ଲୋକମାନେ ଫିଲି‌ପ୍‌ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, “ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁ।”


ଫିଲି‌ପ୍‌ପ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦେଖାନ୍ତୁ। ଆମ୍ଭର ସେତିକି ଦରକାର।”


Swiv nou:

Piblisite


Piblisite