ଯୋହନ 10:16 - ପବିତ୍ର ବାଇବଲ16 ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି ସେମାନେ ମୋହର ସ୍ଵର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ। Gade chapit laଓଡିଆ ବାଇବେଲ16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ । Gade chapit laପବିତ୍ର ବାଇବଲ (CL) NT (BSI)16 ମୋର ଆହୁରି ଅନ୍ୟ ମେଷ ଅଛନ୍ତି, ଯେଉଁମାନେ ଏହି ପଲ ଭିତରେ ନାହାନ୍ତି। ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ପଡ଼ିବ। ସେମାନେ ମୋର ଡାକ ଶୁଣିବେ ଏବଂ ସମସ୍ତେ ଗୋଟିଏ ମେଷପାଳକର ଗୋଟିଏ ପଲ ହୋଇ ରହିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ। Gade chapit la |
ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।