Biblia Todo Logo
Bib sou entènèt

- Piblisite -




ଯୋହନ 10:5 - ପବିତ୍ର ବାଇବଲ

5 କିନ୍ତୁ ମେଷମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସେମାନେ ତା’ ପାଖରୁ ଦୌଡ଼ି ପଳାନ୍ତି, କାରଣ ସେମାନେ ଅପରିଚିତ ଲୋକର ସ୍ୱର ଚିହ୍ନନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ଵର ଚିହ୍ନନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେମାନେ ଅଚିହ୍ନା ଲୋକକୁ ଅନୁସରଣ କରନ୍ତି ନାହିଁ, ବରଂ ତା’ ପାଖରୁ ଦୌଡ଼ି ପଳାଇଥାନ୍ତି, କାରଣ ସେମାନେ ତା’ ସ୍ୱର ଚିହ୍ନନ୍ତି ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ।”

Gade chapit la Kopi




ଯୋହନ 10:5
15 Referans Kwoze  

“ମୁଁ ତୁମ୍ଭର କାର୍ଯ୍ୟ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ଧୈର୍ଯ୍ୟଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ୟ ମୁଁ ଜାଣେ। ଯେଉଁମାନେ ପ୍ରକୃତରେ ପ୍ରେରିତ ନ ହେଲେ ହେଁ ନିଜକୁ ପ୍ରେରିତ ବୋଲି କହନ୍ତି; ସେମାନଙ୍କୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସେମାନେ ଯେ ମିଥ୍ୟାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ।


“ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ।


ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ବିଚ୍ୟୁତ କରେ, ତାହା ଶୁଣିବାରୁ ନିବୃତ୍ତ ହୁଅ।


ମୁଁ ତୁମ୍ଭମାନଙ୍କ ପାଖକୁ ଲେଖିବାର କାରଣ କ’ଣ? ତୁମ୍ଭେ ସତ୍ୟକୁ ଜାଣି ନାହଁ ବୋଲି କ’ଣ ମୁଁ ଏହା ଲେଖୁଛି? ନା, ତୁମ୍ଭେ ଏହି ସତ୍ୟ ଜାଣିଥିବାରୁ ମୁଁ ଏହି ପତ୍ର ଲେଖୁଅଛି। ତୁମ୍ଭେ ମଧ୍ୟ ଜାଣିଛ ସତ୍ୟରୁ କେବେ ହେଲେ କୌଣସି ମିଥ୍ୟା ଉତ୍ପନ୍ନ ହୁଏ ନାହିଁ।


କିନ୍ତୁ ଯିହୋଶାଫଟ୍ କହିଲେ, “ତୁମ୍ଭମାନଙ୍କ ବ୍ୟତୀତ ଆଉ କେହି ସଦାପ୍ରଭୁଙ୍କ ଭବିଷ୍ୟ‌ଦ୍‌ବକ୍ତା ଏଠାରେ ଅଛନ୍ତି କି? ଯଦି ସେଠାରେ ଅଛନ୍ତି, ଆମ୍ଭେ ତାହାଙ୍କୁ ପରମେଶ୍ୱରଙ୍କର ବାକ୍ୟ ପଗ୍ଭରନ୍ତୁ।”


ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଗ୍ଭଲିଗଲେ। ସେମାନେ ପ୍ରକୃତରେ ଆମ୍ଭ ନିଜର ନ ଥିଲେ। ଯଦି ସେମାନେ ଆମ୍ଭ ନିଜର ହୋଇଥା’ନ୍ତେ, ତେବେ ସେମାନେ ଆମ୍ଭ ସହିତ ରହିଥା’ନ୍ତେ। ସେମାନେ ଆମ୍ଭକୁ ଛାଡ଼ି ଗ୍ଭଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସେମାନେ ପ୍ରକୃତରେ ଆମ୍ଭର ନୁହନ୍ତି।


ସମୟ ଆସୁଛି, ଯେତେବେଳେ ଲୋକେ ସ‌ତ୍‌‌ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନିଜ ମନ ପସନ୍ଦ ଶିକ୍ଷା ସେମାନଙ୍କଠାରୁ ସଂଗ୍ରହ କରିବେ, ଯେଉଁମାନେ ସେମାନଙ୍କୁ ସନ୍ତୁଷ୍ଟ କଲାଭଳି କଥା କହିବେ।


ତୁମ୍ଭେମାନେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନ ଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସେତକ ମଧ୍ୟ ତା'ଠାରୁ ଛଡ଼ାଇ ନିଆଯିବ।”


ସେ ସବୁ ମେଷମାନଙ୍କୁ ବାହାରକୁ ଆଣେ, ସେମାନଙ୍କ ଆଗେ ଆଗେ ଗ୍ଭଲେ ଓ ମେଷମାନେ ତାହାର ଅନୁସରଣ କରନ୍ତି, କାରଣ ମେଷମାନେ ତା'ର ସ୍ୱର ଜାଣନ୍ତି।


ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ।


Swiv nou:

Piblisite


Piblisite