Biblia Todo Logo
Bib sou entènèt

- Piblisite -




ଯୋହନ 10:9 - ପବିତ୍ର ବାଇବଲ

9 ମୁଁ ଫାଟକ। ଯେଉଁ ବ୍ୟକ୍ତି ମୋ’ (ଫାଟକ) ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ। ସେହି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୁଁ ଦ୍ଵାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।

Gade chapit la Kopi

ଓଡିଆ ବାଇବେଲ

9 ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ମୁଁ ହେଉଛି ଦ୍ୱାର। ଯେ ମୋ’ ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ ଏବଂ ଭିତରକୁ ଓ ବାହାରକୁ ଯାଇ ଚରା ପାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।

Gade chapit la Kopi




ଯୋହନ 10:9
16 Referans Kwoze  

ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।


କାରଣ ଖ୍ରୀଷ୍ଟଙ୍କ ମାଧ୍ୟମରେ ହିଁ, ଏକ ଆତ୍ମା ହୋଇ ପରମପିତା ପାଖକୁ ଯିବାର ଅଧିକାର ଆମ୍ଭକୁ ମିଳିଲା।


ତେଣୁ ଯୀଶୁ ଆଉଥରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ହେଉଛି ମେଷମାନଙ୍କ ଫାଟକ।


ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ଲୋକ ମେଷଶାଳରେ ପ୍ରବେଶ କରେ, ତେବେ ସେ ଦ୍ୱାର ବାଟେ ଯିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢ଼ି ଭିତରକୁ ଯାଏ, ତେବେ ସେ ଗ୍ଭେର। ସେ ନିଶ୍ଚୟ ମେଷ ଗ୍ଭେରି କରିବା ପାଇଁ ଚେଷ୍ଟା କରୁଛି।


ସେ ହେଉଛନ୍ତି ଆମ୍ଭର ପରମେଶ୍ୱର, ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ। ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।


ମେଷଶାବକ ମେଷମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନେବେ। ମେଷ ଛୁଆମାନଙ୍କୁ ସେ ନିଜର ବାହୁ ବଳରେ ସଂଗ୍ରହ କରିବେ ଓ ନିଜର କୋଳରେ ସେମାନଙ୍କୁ ବହି ନେବେ। ସେମାନଙ୍କର ମାମାନେ ପଛେ ପଛେ ଯିବେ।


ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମରେ, ସେମାନେ ସବୁସ୍ଥାନକୁ ଯିବେ।” ଏହା ସଦାପ୍ରଭୁ କହିଥିଲେ।


ନିରୂପିତ ପର୍ବମାନଙ୍କରେ ଯିରୁଶାଲମରେ ଯେପରି ବଳି ଯୋଗ୍ୟ ମେଷ ଓ ଛାଗପଲ ପୂର୍ଣ୍ଣ ହୋଇ ଯାଆନ୍ତି, ଶୂନ୍ୟ ନଗରଗୁଡ଼ିକ ବହୁ ମନୁଷ୍ୟରେ ପରିପୂର୍ଣ୍ଣ ହେବ।”


ଫାଟକ ଜଗୁଆଳୀ ମେଷପାଳକ ପାଇଁ ଫାଟକ ଖୋଲେ। ମେଷମାନେ ମେଷପାଳକର କଥା ଶୁଣନ୍ତି। ମେଷପାଳକ ତା'ର ମେଣ୍ଢାକୁ ନାମଧରି ଡାକେ ଓ ବାହାରେ ଚରାଏ।


Swiv nou:

Piblisite


Piblisite