Biblia Todo Logo
Bib sou entènèt

- Piblisite -




ଯୋହନ 11:53 - ପବିତ୍ର ବାଇବଲ

53 ସେହି ଦିନଠାରୁ ଯିହୂଦୀନେତାମାନେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ।

Gade chapit la Kopi

ଓଡିଆ ବାଇବେଲ

53 ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

53 ସେହି ଦିନଠାରୁ ଇହୁଦୀ କର୍ତ୍ତୃପକ୍ଷମାନେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଚକ୍ରାନ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ତେଣୁ ସେହି ଦିନଠାରୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ମନ୍ତ୍ରଣା କଲେ।

Gade chapit la Kopi




ଯୋହନ 11:53
22 Referans Kwoze  

ଅନେକ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦେବା ପାଇଁ ଷଡ଼ଯନ୍ତ୍ର କଲେ।


ଯିହୂଦୀୟ ନେତାମାନେ ଏ କଥା ଶୁଣି ଭୀଷଣ ରାଗିଗଲେ ଓ ପ୍ରେରିତମାନଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ।


ତେଣୁ ମୁଖ୍ୟ ଯାଜକମାନେ ଲାଜାରଙ୍କୁ ହତ୍ୟା କରିବା ପାଇଁ ମଧ୍ୟ ଯୋଜନା କଲେ।


ତା'ପରେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସେମାନେ କହିଲେ, “ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛି।


ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳରେ ବନ୍ଦୀ କରି ତା'ପରେ ମାରି ଦେବା ପାଇଁ ଉପାୟ ଖୋଜୁ ଥିଲେ।


ତା’ ହାତ ଭଲ ହୋଇଗଲା। ତା'ପରେ ଫାରୂଶୀମାନେ ସେଠାରୁ ଗ୍ଭଲି ଗଲେ ଓ ହେରୋଦୀୟମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡ଼ଯନ୍ତ୍ର କଲେ।


ଯୀଶୁଙ୍କୁ ଯେପରି ମୃତ୍ୟୁଦଣ୍ଡ ଦେଇ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସମ୍ପୂର୍ଣ୍ଣ ଯିହୂଦୀ ମହାସଭା ଯୀଶୁଙ୍କ ବିରୁଦ୍ଧରେ କିଛି ମିଛ ଅଭିଯୋଗ ଖୋଜି ବାହାର କରିବାକୁ ଚେଷ୍ଟା କଲେ।


ଜଣେ ହେଲେ ଫାରୂଶୀ ଯୀଶୁଙ୍କ ପ୍ରଶ୍ନର ଉତ୍ତର ଦେଇ ପାରିଲେ ନାହିଁ। ସେହି ଦିନଠାରୁ ଯୀଶୁଙ୍କୁ ଆଉ କୌଣସି ପ୍ରଶ୍ନ ପଗ୍ଭରି ଫାନ୍ଦରେ ପକାଇବାକୁ କେହିହେଲେ ଚେଷ୍ଟା କରିବାକୁ ସାହସ କଲେ ନାହିଁ।


ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ଯିରୁଶାଲମକୁ ଯିବେ। ସେଠାରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ୱାରା ସେ ଅନେକ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ୟୁରୁ ତୃତୀୟ ଦିନ ପୁନର୍ଜୀବିତ ହେବେ।


ତହୁଁ ଯିରିମିୟ ସିଦିକିୟଙ୍କୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ ମୋତେ ନିଶ୍ଚୟ ବଧ କରିବେ। ଆଉ ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।”


ତେଣୁ ସେହି ଅଧିପତିଗଣ ରାଜାଙ୍କୁ କହିଲେ, “ଆମ୍ଭେମାନେ ଅନୁରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ୟୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଗ୍ଭହୁଁ ନାହିଁ, ବରଂ ସେମାନଙ୍କର ଅମଙ୍ଗଳ ଗ୍ଭହୁଁଛି।”


ଅଦ୍ୟାବଧି ଚିରକାଳ ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ।


ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଯୋଜନା କରିଛନ୍ତି। ସେହି ଲୋକମାନେ ଏକତ୍ରିତ ହେଲେ ଏବଂ ମୋତେ ମାରିବା ପାଇଁ ଯୋଜନା କଲେ।


ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ, ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି। ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।


ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ, ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।


ତା'ପରେ ମୁଁ ସେମାନଙ୍କୁ ସତର୍କ କଲି ଏବଂ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି ଯାପନ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟାବଧି ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ।


ଆଉ ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ସାଞ୍ଚୁଆ ଧରି ରହିଲେ। ପୁଣି ଅଧିକାରୀମାନେ ଯିହୁଦାର ସମସ୍ତ ପରିବରର ପଛରେ ରହିଲେ।


ଯୋଷେଫଙ୍କର ଭାଇମାନେ ଦୂରରୁ ଦେଖିଲେ ଯେ, ସେ ଆସୁଛି। ଏବଂ ସେ ପହଞ୍ଚିବା ପୂର୍ବରୁ ସେମାନେ ତାକୁ ହତ୍ୟା କରିବାକୁ ଯୋଜନା କଲେ।


କିନ୍ତୁ ଫାରୂଶୀମାନେ ସେଠାରୁ ବାହାରି ଗଲେ। ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ସେମାନେ ଯୋଜନା କଲେ।


ସେମାନେ ଯୀଶୁଙ୍କୁ କପଟରେ ବନ୍ଦୀ କରି ତାହାଙ୍କୁ ମାରିଦେବା ପାଇଁ ଯୋଜନା କଲେ।


ଏହା ପରେ ଯୀଶୁ ଗାଲିଲୀ ପ୍ରଦେଶରେ ଭ୍ରମଣ କରିବାକୁ ଲାଗିଲେ। ସେ ଯିହୂଦାରେ ଯାତ୍ରା କରିବା ପାଇଁ ଗ୍ଭହୁଁ ନ ଥିଲେ, କାରଣ ଯିହୂଦୀମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଗ୍ଭହୁଁଥିଲେ।


Swiv nou:

Piblisite


Piblisite