Biblia Todo Logo
Bib sou entènèt

- Piblisite -




ଯୋହନ 12:3 - ପବିତ୍ର ବାଇବଲ

3 ମରିୟମ ଅଧ ଲିଟର ଅତି ମୂଲ୍ୟବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦରେ ଢାଳି ଦେଲେ। ତା'ପରେ ସେ ତାହାଙ୍କ ପାଦ ନିଜ କେଶରେ ପୋଛି ଦେଲେ। ଘରଟି ଅତର ସୁବାସରେ ମହକି ଉଠିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା।

Gade chapit la Kopi

ଓଡିଆ ବାଇବେଲ

3 ସେତେବେଳେ ମରିୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେତେବେଳେ ମରିୟମ ପ୍ରାୟ ଅଧ ଲିଟର ମୂଲ୍ୟବାନ ସୁଗନ୍ଧି ଜଟାମାଂସୀ ତୈଳ ଆଣି ଯୀଶୁଙ୍କ ପାଦ ଉପରେ ଢାଳି ଦେଲା ଓ ନିଜ କେଶରେ ଯୀଶୁଙ୍କ ପାଦ ଦୁଇଟିକୁ ପୋଛି ଦେଲା। ସୁଗନ୍ଧରେ ଗୃହଟି ମହକି ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା।

Gade chapit la Kopi




ଯୋହନ 12:3
16 Referans Kwoze  

ସେହି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦରେ ଅତି ମୂଲ୍ୟବାନ ଅତର ଢାଳି ନିଜ କେଶରେ ପାଦ ପୋଛି ଦେଇଥିଲେ। ସେମାନଙ୍କର ଭାଇ ଲାଜାର ଅସୁସ୍ଥ ଥିଲେ।


ମରିୟମ ଯୀଶୁ ରହିଥିବା ସ୍ଥାନକୁ ଗଲେ। ଯୀଶୁଙ୍କୁ ଦେଖି ସେ ତାହାଙ୍କ ପାଦ ତଳେ ପଡ଼ିଗଲେ। ମରିୟମ କହିଲେ, “ପ୍ରଭୁ, ଆପଣ ଯଦି ଏଠାରେ ଥାଆନ୍ତେ ତେବେ ମୋ’ ଭାଇ ମରି ନ ଥା'ନ୍ତା।”


ତୁମ୍ଭେ ମୋ’ ମୁଣ୍ଡରେ ତେଲ ଲଗାଇଲ ନାହିଁ, କିନ୍ତୁ ଏ ସ୍ତ୍ରୀ ଲୋକଟି ମୋ’ ପାଦରେ ଅତର ଲଗାଇଲା।


ମାର୍ଥା ଏ ସବୁ କଥା କହିବା ପରେ ଭଉଣୀ ମରିୟମ ପାଖକୁ ଗଲେ। ସେ ମରିୟମଙ୍କ ସହିତ ଏକୁଟିଆ କଥାବାର୍ତ୍ତା ହେଲେ। ସେ କହିଲେ, “ଏଠାରେ ଗୁରୁ ଅଛନ୍ତି, ସେ ତୁମ୍ଭକୁ ଖୋଜୁଛନ୍ତି।”


ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।


ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋ’ ଜଟାମାଂସୀର ସୁବାସ ବ୍ୟାପ୍ତ ହେଲା।


ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ, ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।


ଆଗୋ ମୋର ଭଗିନୀ, ହେ ମୋର ପ୍ରିୟେ, ତୁମ୍ଭର ପ୍ରେମ କେମନ୍ତ ମନୋରମ। ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। ପୁଣି ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା ଉତ୍ତମ।


କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛି ଏବଂ ଏହା ତା'ଠାରୁ ଛଡ଼େଇ ନିଆଯିବ ନାହିଁ।”


ନୀକଦୀମ ମଧ୍ୟ ଯୋସେଫଙ୍କ ସହିତ ଗଲେ। ସେ ପ୍ରଥମେ ଯୀଶୁଙ୍କ ସହିତ ରାତ୍ରିରେ ସାକ୍ଷାତ କରିବାକୁ ଯାଇଥିଲେ ଓ ତାହାଙ୍କ ସହିତ କଥା ହୋଇଥିଲେ। ସେ ଯୀଶୁଙ୍କ ଦେହରେ ଲଗାଇବା ପାଇଁ ପ୍ରାୟ ପ୍ରଗ୍ଭଶ କିଲୋଗ୍ରାମ ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ।


ତାକୁ କଳି କରିବାରୁ କ୍ଷାନ୍ତ କରିବା ଅର୍ଥ ବାୟୁକୁ ବନ୍ଦ କରିବା ପାଇଁ ଚେଷ୍ଟା କରିବା ପରି ଅଟେ କିମ୍ବା କାହାରି ହାତରେ ତୈଳ ଧାରଣ କରିବା ପାଇଁ ଚେଷ୍ଟା କରିବା ପରି ଅଟେ।


Swiv nou:

Piblisite


Piblisite