Biblia Todo Logo
Bib sou entènèt

- Piblisite -




ଯୋହନ 12:9 - ପବିତ୍ର ବାଇବଲ

9 ଯୀଶୁ ବେଥନୀୟାରେ ଥିବା କଥା ଅନେକ ଯିହୂଦୀମାନେ ଶୁଣିଲେ। ତେଣୁ ସେମାନେ ତାହାଙ୍କୁ ଦେଖିବା ପାଇଁ ସେଠାକୁ ଗଲେ। ସେମାନେ ଲାଜାରଙ୍କୁ ମଧ୍ୟ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

9 ଇତିମଧ୍ୟରେ ବହୁସଂଖ୍ୟକ ଯିହୂଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯୀଶୁ ବେଥନିଆରେ ଅଛନ୍ତି ଶୁଣି ଅନେକ ଲୋକ ସେଠାକୁ ଗଲେ- କେବଳ ତାଙ୍କୁ ଦେଖିବାକୁ ନୁହେଁ; ଯୀଶୁ ମୃତ୍ୟୁରୁ ବଞ୍ଚାଇ ଥିବା ଲାଜାରକୁ ଦେଖିବା ପାଇଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାହାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ।

Gade chapit la Kopi




ଯୋହନ 12:9
8 Referans Kwoze  

ସେମାନେ ଦେଖିଲେ, ସେହି ଛୋଟ ଲୋକଟି ସୁସ୍ଥ ହୋଇ ପ୍ରେରିତମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ।


ଦାଉଦ ନିଜେ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହିଥିଲେ। ତେବେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହୋଇ ପାରିବେ?” ଜମା ହୋଇଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସୀ ମନରେ ଶୁଣୁଥିଲେ।


ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଗଲେ। ଲାଜାର ବେଥନୀୟାରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ)।


ତେଣୁ ମୁଖ୍ୟ ଯାଜକମାନେ ଲାଜାରଙ୍କୁ ହତ୍ୟା କରିବା ପାଇଁ ମଧ୍ୟ ଯୋଜନା କଲେ।


ତହିଁ ଆରଦିନ ଲୋକମାନେ ଯିରୁଶାଲମରେ ଶୁଣିଲେ ଯେ, ଯୀଶୁ ସେଠାକୁ ଆସୁଛନ୍ତି। ଏହି ଲୋକମାନେ ଅନେକ ସଂଖ୍ୟାରେ ନିସ୍ତାରପର୍ବ ପାଇଁ ଆସିଥିଲେ।


ଯୀଶୁ ଯେତେବେଳେ ଲାଜାରଙ୍କୁ ମରଣ ପରେ ଉଠେଇଲେ ଓ ତାହାଙ୍କୁ କବର ଭିତରୁ ବାହାରକୁ ଆସିବାକୁ କହିଲେ, ସେତେବେଳେ ତାହାଙ୍କ ସହିତ ବହୁତ ଲୋକ ଥିଲେ। ସେହି ଲୋକମାନେ ଯୀଶୁଙ୍କ କାର୍ଯ୍ୟ ବିଷୟରେ ଅନ୍ୟ ଲୋକମାନଙ୍କୁ କହୁଥିଲେ।


Swiv nou:

Piblisite


Piblisite