Biblia Todo Logo
Bib sou entènèt

- Piblisite -




ଯୋହନ 13:11 - ପବିତ୍ର ବାଇବଲ

11 ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧରେ ଉଠିବ, ତେଣୁ ସେ କହିଲେ, “ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ଯେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ।

Gade chapit la Kopi

ଓଡିଆ ବାଇବେଲ

11 କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯୀଶୁ ଜାଣିଥିଲେ, କିଏ ତାଙ୍କ ପ୍ରତି ବିଶ୍ୱାସଘାତକତା କରିବ। ଏଣୁ ସେ କହିଥିଲେ, “ଜଣକ ବ୍ୟତୀତ ତୁମେ ସମସ୍ତେ ଶୁଚି।”)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାହାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ।

Gade chapit la Kopi




ଯୋହନ 13:11
9 Referans Kwoze  

ଯୀଶୁ ଉତ୍ତର ଦେଲେ, “ମୁଁ ଏହି ରୋଟୀ ଖଣ୍ଡିକ ପାତ୍ରରେ ବୁଡ଼େଇ ଯାହାକୁ ଦେବି, ସେହି ଲୋକ ମୋ’ ବିରୁଦ୍ଧରେ ଯିବ।” ତେଣୁ ଯୀଶୁ ଖଣ୍ଡେ ରୋଟୀ ନେଇ ପାତ୍ରରେ ବୁଡ଼ାଇଲେ ଓ ଶିମୋନଙ୍କ ପୁତ୍ର ଇଷ୍କାରିୟୋତ ଯିହୂଦାକୁ ଦେଲ।


ଯୀଶୁ ଏ କଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋ’ ବିରୁଦ୍ଧରେ ଯିବ।”


“ମୁଁ ତୁମ୍ଭ ସମସ୍ତଙ୍କ ବିଷୟରେ କହୁ ନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସେମାନଙ୍କୁ ଜାଣେ। କିନ୍ତୁ ଶାସ୍ତ୍ରରେ ଯାହା ଲେଖାଅଛି, ତାହା ନିଶ୍ଚୟ ଘଟିବ: ‘ଯେଉଁ ଲୋକ ମୋ’ ସହିତ ଖାଏ, ସେ ମୋ’ ବିରୁଦ୍ଧରେ ଠିଆ ହେବ।’


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।


ମନୁଷ୍ୟର ହୃଦୟ ଭିତରେ କ'ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟରେ କହିବା ପାଇଁ କାହାରି ଦରକାର ନ ଥିଲା।


ମୁଁ ଯେତେବେଳେ ସେମାନଙ୍କ ସହିତ ଥିଲି, ମୁଁ ସେମାନଙ୍କୁ ନିରାପଦରେ ରଖିଥିଲି। ମୁଁ ତୁମ୍ଭ ନାମର ଶକ୍ତି ବଳରେ ସେମାନଙ୍କୁ ନିରାପଦରେ ରଖିଥିଲି। ସେହି ନାମ ତୁମ୍ଭେ ମୋତେ ଦେଇଥିଲ। ମୁଁ ସେମାନଙ୍କୁ ସୁରକ୍ଷିତ କଲି। ସେମାନଙ୍କ ଭିତରୁ କେବଳ ଜଣେ ବିନାଶ ପାଇଁ ଉଦ୍ଧିଷ୍ଟ ଥିଲା। ଧର୍ମଶାସ୍ତ୍ର ଯେପରି ସଫଳ ହୁଏ ସେଥିପାଇଁ ସେ ନଷ୍ଟ ହେଲା।


ତାହାଙ୍କ ପ୍ରତି କ'ଣ ଘଟିବ, ସେ କଥା ଯୀଶୁ ଆଗରୁ ଜାଣିଥିଲେ। ସେ ସେମାନଙ୍କ ନିକଟକୁ ଯାଇ ପଗ୍ଭରିଲେ, “ତୁମ୍ଭେ କାହାକୁ ଖୋଜୁଛ?”


Swiv nou:

Piblisite


Piblisite