Biblia Todo Logo
Bib sou entènèt

- Piblisite -




ଯୋହନ 13:22 - ପବିତ୍ର ବାଇବଲ

22 ଯୀଶୁଙ୍କର ଶିଷ୍ୟମାନେ ସମସ୍ତେ ପରସ୍ପରକୁ ଗ୍ଭହିଁଲେ। ସେମାନେ ବୁଝି ପାରିଲେ ନାହିଁ ଯେ ଯୀଶୁ କାହା ବିଷୟରେ କହୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେ କାହା ସମ୍ଵନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

22 ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 କାହାକୁ ଲକ୍ଷ୍ୟ କରି ଯୀଶୁ ଏ କଥା କହିଲେ, ବୁଝି ନ ପାରି ଶିଷ୍ୟମାନେ ପରସ୍ପରକୁ ଚାହିଁଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।

Gade chapit la Kopi




ଯୋହନ 13:22
9 Referans Kwoze  

ତା'ପରେ ପ୍ରେରିତମାନେ ପରସ୍ପର ପଚରା ଉଚରା ହେଲେ, “ଆମ୍ଭ ଭିତରୁ କିଏ ଯୀଶୁଙ୍କ ପ୍ରତି ଏପରି ଆଚରଣ କରିବ?”


ଏହା ଶୁଣି ଶିଷ୍ୟମାନେ ବହୁତ ମନ ଦୁଃଖ କଲେ। ପ୍ରତ୍ୟେକେ ଯୀଶୁଙ୍କୁ କହିଲେ, “ନିଶ୍ଚୟ ମୁଁ ସେହି ଲୋକ ନୁହେଁ।”


ଏହା ଶୁଣି ସେମାନେ ବହୁତ ଦୁଃଖିତ ହେଲେ। ପ୍ରତ୍ୟେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ନିଶ୍ଚିତଭାବରେ ସେ ଜଣକ ମୁଁ ନୁହେଁ! କୁହନ୍ତୁ ମୁଁ କି?”


ଯାକୁବ ଶୁଣିଲେ ଯେ, ମିଶରରେ ପ୍ରଚୁର ଖାଦ୍ୟ ଶସ୍ୟ ମହଜୁଦ ଅଛି। ତେଣୁ ଯାକୁବ ତାଙ୍କ ପୁତ୍ରମାନଙ୍କୁ କହିଲେ, “କିଛି ନ କରି କାହିଁକି ତୁମ୍ଭେ ଅଳସୁଆ ହୋଇ ବସୁଛ?


ସେମାନେ ଖାଉଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ତୁମ୍ଭମାନଙ୍କ ମଧ୍ୟରେ ଥିବା ବାରଜଣଙ୍କ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”


ସେମାନେ ଖାଉଥିବା ବାଳେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ବର୍ତ୍ତମାନ ମୋ’ ସାଙ୍ଗରେ ଖାଉଥିବା ତୁମ୍ଭ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”


ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଜଣେ ଶୀଘ୍ର ମୋ’ ପ୍ରତି ବିଶ୍ୱାସଘାତକତା କରିବ। ତା'ର ହାତ ମୋ’ ହାତ ପାଖରେ ଏହି ଟେବୁଲ ଉପରେ ଅଛି।


“ମୁଁ ତୁମ୍ଭ ସମସ୍ତଙ୍କ ବିଷୟରେ କହୁ ନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସେମାନଙ୍କୁ ଜାଣେ। କିନ୍ତୁ ଶାସ୍ତ୍ରରେ ଯାହା ଲେଖାଅଛି, ତାହା ନିଶ୍ଚୟ ଘଟିବ: ‘ଯେଉଁ ଲୋକ ମୋ’ ସହିତ ଖାଏ, ସେ ମୋ’ ବିରୁଦ୍ଧରେ ଠିଆ ହେବ।’


ଯୀଶୁ ଏ କଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋ’ ବିରୁଦ୍ଧରେ ଯିବ।”


Swiv nou:

Piblisite


Piblisite