Biblia Todo Logo
Bib sou entènèt

- Piblisite -




ଯୋହନ 13:7 - ପବିତ୍ର ବାଇବଲ

7 ଯୀଶୁ କହିଲେ, “ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ'ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।

Gade chapit la Kopi

ଓଡିଆ ବାଇବେଲ

7 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯୀଶୁ କହିଲେ, “ମୁଁ କ’ଣ କରୁଛି, ବର୍ତ୍ତମାନ ତୁମେ ବୁଝିପାରିବ ନାହିଁ, ପରେ ବୁଝିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।”

Gade chapit la Kopi




ଯୋହନ 13:7
11 Referans Kwoze  

ମୁଁ ଯଦିଓ ଉତ୍ତର ଶୁଣିଲି, ମାତ୍ର ବୁଝିଲି ନାହିଁ, ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏସବୁର ପରିଣାମ କ’ଣ ହେବ?”


ଯୀଶୁଙ୍କର ଶିଷ୍ୟମାନେ ସେତେବେଳେ ଏହି ଘଟଣାର ଅର୍ଥ ବୁଝିପାରି ନ ଥିଲେ। କିନ୍ତୁ ଯୀଶୁ ଯେତେବେଳେ ମହିମାନ୍ୱିତ ହେଲେ ସେତେବେଳେ ସେମାନେ ବୁଝି ପାରିଲେ ଯେ, ଏହା ତାହାଙ୍କ ବିଷୟରେ ଲେଖାଯାଇଥିଲା। ତା'ପରେ ଶିଷ୍ୟମାନେ ମନେ ପକାଇଲେ ଯେ ସେମାନେ ଯୀଶୁଙ୍କ ପ୍ରତି ଏହା ସବୁ କରିଛନ୍ତି।


କିନ୍ତୁ ତୁମ୍ଭକୁ ସାହାଯ୍ୟକାରୀ ସବୁ ଶିକ୍ଷା ଦେବେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାଯ୍ୟ ମଧ୍ୟ କରିବେ। ଏହି ସାହାଯ୍ୟକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମୋ’ ନାମରେ ପଠାଇବେ।


ଯେଉଁ ଲୋକ ଅପେକ୍ଷା କରିବ ଓ 1,335 ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ।


ଶିମୋନ ପିତର ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ତୁମ୍ଭେ କେଉଁଆଡ଼େ ଯାଉଛ?” ଯୀଶୁ ଉତ୍ତର ଦେଲେ “ମୁଁ ଯେଉଁଆଡ଼େ ଯାଉଛି ତୁମେ ମୋର ପଛେ ପଛେ ଏବେ ସେଠାକୁ ଯାଇ ପାରିବ ନାହିଁ। କିନ୍ତୁ ପରେ ତୁମେ ମୋର ଅନୁଗମନ କରିବ।”


ପୁଣି ତୁମ୍ଭେମାନେ କହୁଅଛ, ‘ଏହା ମନୁଷ୍ୟ ଓ ପଶୁତୁଲ୍ୟ ଧ୍ୱଂସ ସ୍ଥାନ ହୋଇଅଛି ଓ କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି।’ ମାତ୍ର ଭବିଷ୍ୟତରେ ଲୋକମାନେ ଏଠାରେ କ୍ଷେତ୍ର କ୍ରୟ କରିବେ।


ଯୀଶୁ ଶିମୋନ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, “ପ୍ରଭୁ, ତୁମେ ମୋର ପାଦ ଧୋଇବା ଉଚିତ୍ ନୁହେଁ।”


Swiv nou:

Piblisite


Piblisite