ଯୋହନ 13:8 - ପବିତ୍ର ବାଇବଲ8 ପିତର କହିଲେ, “ନା, ଆପଣ ମୋ’ ପାଦ କେବେ ଧୋଇବେ ନାହିଁ।” ଯୀଶୁ ଉତ୍ତର ଦେଲେ, “ଯଦି ମୁଁ ତୁମ ପାଦ ଧୋଇବି ନାହିଁ, ତେବେ ତୁମେ କଦାପି ମୋର ଲୋକମାନଙ୍କ ମଧ୍ୟରୁ ଜଣେ ହେବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ପିତର ତାହାଙ୍କୁ କହିଲେ, ଆପଣ କଦାପି କେବେ ହେଁ ମୋର ପାଦ ଧୋଇଦେବେ ନାହିଁ। ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ। Gade chapit laଓଡିଆ ବାଇବେଲ8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)8 ପିତର ବାରଣ କରି କହିଲେ, “ନା, ମୋ’ ପାଦ ଆପଣ କଦାପି ଧୋଇବେ ନାହିଁ।” କିନ୍ତୁ ଯୀଶୁ କହିଲେ, “ଯଦି ମୁଁ ତୁମ ପାଦ ଧୋଇ ନ ଦିଏ, ତୁମେ ଆଉ ମୋର ଶିଷ୍ୟ ହୋଇ ରହିପାରିବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।” Gade chapit la |
କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି।
ସେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ ନୂଆରାଜା ସେମାନଙ୍କ କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଆମ୍ଭେମାନେ କ’ଣ ଦାଉଦ ସାମ୍ରାଜ୍ୟର ଏକ ଅଂଶ? ଆମ୍ଭେ ଯିଶୀର କିଛି ଭୂମି ପାଉ କି? ନା, ତେଣୁ ଇସ୍ରାଏଲର ଲୋକମାନେ ନିଜ ନିଜ ଘରକୁ ଫେରି ଯାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ।” ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଘରକୁ ଫେରି ଗଲେ।