Biblia Todo Logo
Bib sou entènèt

- Piblisite -




ଯୋହନ 14:3 - ପବିତ୍ର ବାଇବଲ

3 ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା'ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ମୁଁ ଯାଇ ତୁମ ପାଇଁ ସ୍ଥାନ ପ୍ରସ୍ତୁତ କରିବା ପରେ, ଫେରିଆସି ତୁମ୍ଭମାନଙ୍କୁ ମୋ’ ନିକଟକୁ ନେଇଯିବି। ତା’ହେଲେ ମୋର ରହିବା ସ୍ଥାନରେ ତୁମ୍ଭେମାନେ ମଧ୍ୟ ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।

Gade chapit la Kopi




ଯୋହନ 14:3
20 Referans Kwoze  

ମୋର ସେବା କୁରଥିବା ଲୋକେ ନିଶ୍ଚୟ ମୋର ଅନୁସରଣ କରନ୍ତୁ। ତେବେ ମୋର ସେବକମାନେ ମୁଁ ଯେଉଁଠାରେ ଥିବି, ସେଠାରେ ମୋ’ ସହିତ ରହିବେ। ଯେଉଁ ଲୋକମାନେ ମୋର ସେବା କରିଥିବେ, ମୋର ପରମପିତା ସେମାନଙ୍କୁ ସମ୍ମାନ ଦେବେ।


ଯଦି ଆମ୍ଭେ ଯାତନା ସହିବା, ତା'ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା'ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।


ସେହି ଦୁଇଜଣ ପୁରୁଷ ପ୍ରେରିତମାନଙ୍କୁ କହିଲେ, “ହେ ଗାଲିଲୀର ଲୋକେ, ତୁମ୍ଭେମାନେ ଏଠାରେ ଠିଆ ହୋଇ ଆକାଶ ଆଡ଼େ କାହିଁକି ଗ୍ଭହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଉଠାଇ ନିଆଗଲା, ସେ ସ୍ୱର୍ଗକୁ ଗଲେ ଓ ତୁମ୍ଭେମାନେ ତାହାଙ୍କୁ ଉପରକୁ ଯିବାର ଯେପରି ଦେଖିଲ, ସେହିପରି ସେ ପୁଣି ଫେରି ଆସିବେ।”


ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନେକ ଲୋକଙ୍କର ପାପ ଦୂର କରି ପାରିବେ। ଖ୍ରୀଷ୍ଟ ଦ୍ୱିତୀୟ ଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସେମାନଙ୍କର ମୁକ୍ତି ପାଇଁ ଆସିବେ।


ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା'ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା।


ତୁମ୍ଭେ ମୋର କଥା ଶୁଣିଛ ଯେ ‘ମୁଁ ଯାଉଛି, କିନ୍ତୁ ମୁଁ ପୁଣି ତୁମ୍ଭ ପାଖକୁ ଫେରିବି।’ ଯଦି ତୁମ୍ଭେ ମୋତେ ପ୍ରକୃତରେ ପ୍ରେମ କରୁଥାଅ, ତେବେ ମୋ’ ପାଇଁ ତୁମ୍ଭେ ଖୁସୀ ହେବ, କାରଣ ବର୍ତ୍ତମାନ ମୁଁ ପରମପିତାଙ୍କ ନିକଟକୁ ଯାଉଛି। ପରମପିତା ମୋ'ଠାରୁ ମହାନ୍।


“ହେ ପରମପିତା, ତୁମ୍ଭେ ମୋତେ ଯେଉଁ ଲୋକମାନଙ୍କୁ ଦେଇଛ, ମୁଁ ଗ୍ଭହେଁ, ମୁଁ ଥିବା ପ୍ରତ୍ୟେକ ସ୍ଥାନରେ ସେମାନେ ମୋ’ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସେମାନେ ମୋର ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମୋତେ ଦେଇଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହେବା ପୂର୍ବରୁ ମୋତେ ପ୍ରେମ କଲ।


ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ୟମରେ ମହିମାନ୍ୱିତ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭେମାନେ ମଧ୍ୟ ତାହାଙ୍କଠାରେ ମହିମାନ୍ୱିତ ହୋଇପାରିବ। ଆମ୍ଭ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାରୁ ସେହି ମହିମା ପ୍ରାପ୍ତ ହୁଏ।


“ଯେ ବିଜୟୀ ହୁଏ, ମୁଁ ତାହାକୁ ମୋ’ ସହିତ ସିଂହାସନରେ ବସାଇବି। ଯେପରି ମୁଁ ବିଜୟୀ ହୋଇ ମୋର ପରମପିତାଙ୍କ ସହ ତାହାଙ୍କ ସିଂହାସନରେ ବସିଥିଲି, ସେ ସେହିପରି ମୋ’ ସହିତ ବସିବ।


ଜୀବନ ଓ ମୃତ୍ୟୁ ମଧ୍ୟରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ।


ମୁଁ ଯେଉଁଠାକୁ ଯାଉଛି, ତୁମ୍ଭେମାନେ ସେଠାକୁ ଯିବାର ପଥ ଜାଣ।”


Swiv nou:

Piblisite


Piblisite