Biblia Todo Logo
Bib sou entènèt

- Piblisite -




ଯୋହନ 15:7 - ପବିତ୍ର ବାଇବଲ

7 ମୋ'ଠାରେ ରୁହ ଓ ମୋର ଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତେବେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯଦି ତୁମ୍ଭେମାନେ ମୋʼଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।

Gade chapit la Kopi

ଓଡିଆ ବାଇବେଲ

7 ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତୁମେ ଯଦି ମୋ’ ସହିତ ସଂଯୁକ୍ତ ହୋଇ ରୁହ ଓ ମୋର ବାକ୍ୟ ତୁମ ହୃଦୟରେ ରହିଥାଏ, ତେବେ ତୁମେ ଯାହା ଇଚ୍ଛା କରି ମାଗିବ, ତାହା ପାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।

Gade chapit la Kopi




ଯୋହନ 15:7
24 Referans Kwoze  

ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।


ଆମ୍ଭେ ନିସନ୍ଦେହରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠାରେ ଆମ୍ଭର ଏହି ଭରସା ଅଛି ଯେ ଯେତେବେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାୟୀ ତାହାଙ୍କୁ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।


ତୁମ୍ଭେ ମୋ’ ନାମରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ୱାରା ପୁତ୍ରଙ୍କ ମାଧ୍ୟମରେ ପରମପିତାଙ୍କ ଗୌରବ ପ୍ରକାଶିତ ହେବ।


ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସେହି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।


“ତୁମ୍ଭେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ଯ୍ୟ ଦେଇଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଗ୍ଭହେଁ, ତୁମ୍ଭ ଜୀବନରେ ଏହି ଫଳ ଲାଗିରହୁ। ସେଥିରେ ମୋ’ ନାମ ନେଇ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦେବେ।


“ମାଗ ସେଥିରେ ପରମେଶ୍ୱର ତାହା ତୁମ୍ଭକୁ ଦେବେ। ଖୋଜ ଏବଂ ତୁମ୍ଭେ ପାଇବ। ଦ୍ୱାରରେ ଠ‌କ୍‌ ଠକ୍ କର ଓ ତାହା ତୁମ୍ଭପାଇଁ ଖୋଲିଯିବ।


ସେହି ଦିନ ତୁମ୍ଭେମାନେ ମୋତେ କିଛି ମାଗିବ ନାହିଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ମୋ’ ନାମରେ ତୁମ୍ଭେ ଯାହା ପରମପିତାଙ୍କୁ ମାଗିବ, ସେ ତାହା ଦେବେ।


ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ।


ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।


ତୁମ୍ଭର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ୟ ଦ୍ୱାରା ମୋର ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।


ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାକୁ ଘଟେ। ମାତ୍ର ଧାର୍ମିକର ମନୋବାଞ୍ଛା ତାକୁ ଦିଆଯାଇଥାଏ।


ମୁଁ ମୋ’ ହୃଦୟରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚୟ କରି ରଖିଅଛି, ଯେପରି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।


ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ। ପୁଣି ତୁମ୍ଭର ‘ଧର୍ମ’ ତୁମ୍ଭର ସମ୍ମୁଖବର୍ତ୍ତୀ ହେବ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚା‌ତ୍‌ବର୍ତ୍ତୀ ହେବ।


ଏବଂ ମୁଁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା କରୁଅଛି, ତୁମ୍ଭେମାନେ ତାହାକୁ ଆପଣା ହୃଦୟରେ ରଖିବ।


ପିଲାମାନେ! ତୁମ୍ଭେମାନେ ପରମ ପିତାଙ୍କୁ ଚିହ୍ନିସାରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ପିତାମାନେ! ସେ ଆଦ୍ୟରୁ ଅଛନ୍ତି ବୋଲି ତୁମ୍ଭେମାନେ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ଯୁବକମାନେ! ତୁମ୍ଭେମାନେ ବଳବାନ ଏବଂ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି, ଓ ତୁମ୍ଭେମାନେ ସେହି ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।


ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ।


ମୋର ପିତା ମୋତେ ଏହି ଶିକ୍ଷାସବୁ ଶିଖାଇଥିଲେ। ସେ ମୋତେ କହିଲେ, “ମୋର କଥାସବୁ ମନେରଖ, ମୋର ଆଜ୍ଞା ମାନ ତୁମ୍ଭେ ବଞ୍ଚିବ।


ତା'ପରେ ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ଉପଭୋଗ କର। ସେମାନେ ତା'ପରେ ପରମେଶ୍ୱରଙ୍କୁ ଅନାଇବେ।


ମୁଁ ଜାଣେ ଯେ, ତୁମ୍ଭେ ଅବ୍ରହାମଙ୍କ ବଂଶଧର। କିନ୍ତୁ ତୁମ୍ଭେ ମୋତେ ହତ୍ୟା କରିବାକୁ ଗ୍ଭହଁ, ଯେହେତୁ ତୁମ୍ଭେ ମୋର ଉପଦେଶ ଗ୍ରହଣ କରିବା ପାଇଁ ଗ୍ଭହଁ ନାହିଁ।


ମୁଁ ସବୁବେଳେ ପରମେଶ୍ୱରଙ୍କ ଆଦେଶ ମାନିଛି। ମୁଁ ପରମେଶ୍ୱରଙ୍କ ମୁଖରୁ ନିସୃତ ବାଣୀକୁ ମୋର ପ୍ରିୟ ଖାଦ୍ୟଠାରୁ ଅଧିକ ଭଲ ପାଇଛି।


କାରଣ ସେହି ଶିଶୁ ଆପଣା ପିତାଙ୍କ ଦ୍ୱାରା ନିଶ୍ଚିତ କରାଯାଇଥିବା ସମୟ ପର୍ଯ୍ୟନ୍ତ ଅଭିଭାବକ ଓ ତା'ର ଯତ୍ନ ନ୍ୟସ୍ତ କରା ଯାଇଥିବା ବ୍ୟକ୍ତିମାନଙ୍କର ଅଧୀନରେ ଥାଏ।


ଶଲୋମନ ଗିବିୟୋନରେ ଥିଲା ବେଳେ, ସଦାପ୍ରଭୁ ରାତ୍ରିରେ ସ୍ୱପ୍ନରେ ତାଙ୍କୁ ଦର୍ଶନ ଦେଲେ। ପରମେଶ୍ୱର ସ୍ୱପ୍ନରେ କହିଲେ, “ତୁମ୍ଭେ ଯାହା ଇଚ୍ଛା କରୁଛ ମାଗ, ଆମ୍ଭେ ତାହା ଦେବା।”


ଯୀଶୁ ତାହାଙ୍କୁ ବିଶ୍ୱାସ କରୁଥିବା ଯିହୂଦୀମାନଙ୍କୁ କହିଲେ, “ଯଦି ତୁମ୍ଭେ ମୋର ଶିକ୍ଷା ସବୁବେଳେ ମାନି ଚଳିବ, ତେବେ ତୁମ୍ଭେ ମୋର ପ୍ରକୃତ ଶିଷ୍ୟ ହେବ।


Swiv nou:

Piblisite


Piblisite