Biblia Todo Logo
Bib sou entènèt

- Piblisite -




ଯୋହନ 15:8 - ପବିତ୍ର ବାଇବଲ

8 ତୁମ୍ଭେମାନେ ପ୍ରଚୁର ଫଳ ଉତ୍ପାଦନା କର ଓ ମୋର ଶିଷ୍ୟ ବୋଲି ଦର୍ଶାଇ ଦିଅ। ଏହା ଦ୍ୱାରା ମୋର ପରମପିତା ଗୌରବ ପାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ଵିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତୁମ୍ଭେମାନେ ପ୍ରଚୁର ଫଳ ଧାରଣ କଲେ, ମୋ’ ପିତାଙ୍କ ମହିମା ପ୍ରକାଶ ପାଇବ ଏବଂ ଏହାଦ୍ୱାରା ତୁମେ ମୋର ପ୍ରକୃତ ଶିଷ୍ୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ୱିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।

Gade chapit la Kopi




ଯୋହନ 15:8
19 Referans Kwoze  

ଯୀଶୁ ତାହାଙ୍କୁ ବିଶ୍ୱାସ କରୁଥିବା ଯିହୂଦୀମାନଙ୍କୁ କହିଲେ, “ଯଦି ତୁମ୍ଭେ ମୋର ଶିକ୍ଷା ସବୁବେଳେ ମାନି ଚଳିବ, ତେବେ ତୁମ୍ଭେ ମୋର ପ୍ରକୃତ ଶିଷ୍ୟ ହେବ।


ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।


ତୁମ୍ଭେ ପରମେଶ୍ୱରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ସାହାଯ୍ୟରେ ଅନେକ ଉତ୍ତମ କାମ କରିବ।


“ମୁଁ ଦ୍ରାକ୍ଷାଲତା ଓ ତୁମ୍ଭେମାନେ ଶାଖା। ଯେଉଁ ଲୋକ ମୋ'ଠାରେ ରହେ ଓ ମୁଁ ତା'ଠାରେ ରହେ, ସେହି ଲୋକ ପ୍ରଚୁର ଫଳ ଫଳେ। କିନ୍ତୁ ମୋ’ ବିନା ସେ କିଛି କରି ପାରିବ ନାହିଁ।


ଯେଉଁ ଲୋକ କହିବାକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ବାକ୍ୟରୁ କଥା କହୁ। ଯେଉଁ ଲୋକ ସେବା କରିବ, ସେ ପରମେଶ୍ୱରଙ୍କ ପ୍ରଦତ୍ତ ଶକ୍ତି ସାହାଯ୍ୟରେ ସେବା କରୁ। ତୁମ୍ଭେ ଏହିସବୁ କାମ ଏପରି ଭାବରେ କରିବା ଉଚିତ୍ ଯେ, ଖ୍ରୀଷ୍ଟଙ୍କ ମାଧ୍ୟମରେ ଯେପରି ପରମେଶ୍ୱର ସମସ୍ତ ବିଷୟରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।


ତୁମ୍ଭେ ଯଦି ପରସ୍ପରକୁ ପ୍ରେମ କରିବ, ତେବେ ସମସ୍ତେ ଜାଣିବେ ଯେ ତୁମ୍ଭେମାନେ ମୋର ଶିଷ୍ୟ।”


“ଆଉ ମଧ୍ୟ ତୁମ୍ଭର ସମସ୍ତ ଲୋକେ ଧାର୍ମିକ ହେବେ। ସେମାନେ ଅନନ୍ତକାଳ ଯାଏ ଦେଶ ଶାସନ କରିବେ। ମୋ’ ଗୌରବକୁ ଦେଖାଇବା ପାଇଁ ସେମାନେ ମୋ’ ଦ୍ୱାରା ଲଗା ହୋଇଥିବା ଗଛର ଫଳ ସଦୃଶ।


ଅତଏବ, ଯେତେବେଳେ ତୁମ୍ଭେମାନେ ଖାଅ, ପିଅ ବା ଅନ୍ୟ ଯାହାକିଛି କର, ପରମେଶ୍ୱରଙ୍କ ମହିମା ପାଇଁ କରିବା ଉଚିତ୍।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କୁ ଯୋଗାଇ ଦେବାକୁ ଓ ଭସ୍ମ ପରିବର୍ତ୍ତେ ଭୂଷଣ, ଦୁଃଖ ପରିବର୍ତ୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି। ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ‘ଧର୍ମରୂପ ବୃକ୍ଷ’ ଓ ‘ତାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।’


କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ମୂଲ୍ୟ ଦେଇ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ୟମରେ ପରମେଶ୍ୱରଙ୍କୁ ଗୌରବ ଦିଅ।


“ତେଣୁ ନିଜ ଶତ୍ରୁକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫେରି ପାଇବାର କୌଣସି ଆଶା ନ ରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ ହେବ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ୟ ଦୟାଶୀଳ ଅଟନ୍ତି।


ପର୍ବତ ଉପରକୁ ଯାଅ ଓ କାଠ ନେଇ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କର। ତା'ପରେ ଆମ୍ଭେ ଏହି ଗୃହ ନିମନ୍ତେ ଆନନ୍ଦିତ ହେବା ଓ ଗୌରବାନ୍ୱିତ ହେବା।” ସଦାପ୍ରଭୁ ଏହା କହିଲେ।


ଅବିଶ୍ୱାସୀ ଲୋକମାନେ ତୁମ୍ଭ ଗ୍ଭରିପଟେ ଅଛନ୍ତି। ସେମାନେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ଯ୍ୟ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ କରୁଥିବା ଭଲ କାମଗୁଡ଼ିକୁ ସେମାନେ ଦେଖିବେ ଓ ପରମେଶ୍ୱରଙ୍କ ଆସିବା ଦିନ ସେମାନ ତାହାଙ୍କୁ ମହିମା ଦେବେ।


ମାଲିକଙ୍କର ଗ୍ଭେରି କରିବେ ନାହିଁ, ଏବଂ ସେମାନେ ପ୍ରମାଣିତ କରିବେ ଯେ ସେମାନେ ବିଶ୍ୱାସ ଯୋଗ୍ୟ ଅଟନ୍ତି। ଦାସମାନେ ନିଜର ପ୍ରତ୍ୟେକ କାମରେ ଏହା ପ୍ରମାଣିତ କରିବେ ଯେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କ ଶିକ୍ଷା ଭଲ ଅଟେ।


ସେମାନେ ଯୁବତୀମାନଙ୍କୁ ଶିଖାଇ ପାରିବେ ଯେ ସେମାନେ ଜ୍ଞାନୀ ଓ ପବିତ୍ର ହୁଅନ୍ତୁ, ନିଜ ଘରର ଯତ୍ନ ନିଅନ୍ତୁ, ଦୟାଳୁ ହୁଅନ୍ତୁ ଏବଂ ନିଜ ସ୍ୱାମୀଙ୍କର ଆଜ୍ଞାକାରିଣୀ ହୁଅନ୍ତୁ। ତା'ହେଲେ କୌଣସି ଲୋକ ଆମ୍ଭକୁ ଦିଆଯାଇଥିବା ପରମେଶ୍ୱରଙ୍କ ଶିକ୍ଷାର ସମାଲୋଚନା କରି ପାରିବ ନାହିଁ।


କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର।


ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।


Swiv nou:

Piblisite


Piblisite