Biblia Todo Logo
Bib sou entènèt

- Piblisite -




ଯୋହନ 16:3 - ପବିତ୍ର ବାଇବଲ

3 କାରଣ ସେମାନେ ପରମପିତାଙ୍କୁ ଜାଣି ନାହାନ୍ତି ଓ ସେମାନେ ମୋତେ ମଧ୍ୟ ଜାଣି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ଵା ମୋତେ ଜାଣି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଲୋକେ ତୁମ ପ୍ରତି ଏହି ସବୁ କରିବେ, କାରଣ ସେମାନେ ମୋତେ କିମ୍ବା ପିତାଙ୍କୁ ଜାଣନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାନ୍ତି।

Gade chapit la Kopi




ଯୋହନ 16:3
17 Referans Kwoze  

ଲୋକମାନେ ମୋ’ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ୟବହାର କରିବେ। କାରଣ ସେମାନେ ମୋର ପ୍ରେରଣକର୍ତ୍ତାଙ୍କୁ ଜାଣନ୍ତି ନାହିଁ।


ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମୋତେ ପଠାଇଛ।


ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଗ୍ଭରକୁ ମାନନ୍ତି ନାହିଁ, ସେମାନଙ୍କୁ ଦଣ୍ଡ ଦେବା ଲାଗି ସେ ଜ୍ୱଳନ୍ତ ଅଗ୍ନିଶିଖା ସହିତ ଆସିବେ।


କିନ୍ତୁ ତୁମ୍ଭେ ତାହାଙ୍କୁ ପ୍ରକୃତରେ ଜାଣି ନାହଁ। ମୁଁ ତାହାଙ୍କୁ ଜାଣେ। ଯଦି ମୁଁ କହେ ଯେ, ମୁଁ ତାହାଙ୍କୁ ଜାଣେ ନାହିଁ, ତେବେ ମୁଁ ତୁମ୍ଭମାନଙ୍କ ଭଳି ମିଥ୍ୟାବାଦୀ ହେବି। କିନ୍ତୁ ମୁଁ ତାହାଙ୍କୁ ଅବଶ୍ୟ ଜାଣେ, ସେ ଯାହା କହନ୍ତି ମୁଁ ସେଗୁଡ଼ିକ ପାଳନ କରେ।


ଲୋକମାନେ ପଗ୍ଭରିଲେ, “ତୁମ୍ଭର ପିତା କାହାନ୍ତି?” ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ଜାଣି ନାହଁ ଓ ମୋ’ ପରମପିତାଙ୍କୁ ମଧ୍ୟ ଜାଣି ନାହିଁ। କିନ୍ତୁ ତୁମ୍ଭେ ଯଦି ମୋତେ ଜାଣିଥା'ନ୍ତ, ତେବେ ମୋ’ ପରମପିତାଙ୍କୁ ମଧ୍ୟ ଜାଣିଥା'ନ୍ତ।”


ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ପରମେଶ୍ୱରଙ୍କୁ ଜାଣେ ନାହିଁ, କାରଣ ପରମେଶ୍ୱର ତ ପ୍ରେମ।


ପରମପିତା ଆମ୍ଭମାନଙ୍କୁ ଅତ୍ୟଧିକ ପ୍ରେମ କଲେ। ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ରୂପେ ନାମିତ ହେବା ଦ୍ୱାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ରେମ ପ୍ରକାଶ ପାଏ। ଆମ୍ଭେ ପ୍ରକୃତରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ (ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ) ପରମେଶ୍ୱରଙ୍କୁ ଚିହ୍ନି ପାରି ନ ଥିବାରୁ ଆମ୍ଭକୁ ମଧ୍ୟ ପରମେଶ୍ୱରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।


ତୁମ୍ଭେ ଯେ ଏକମାତ୍ର ସତ୍ୟ ପରମେଶ୍ୱର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସେହି ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ ଅଟେ।


ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ପରମେଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ୱରଙ୍କୁ ଜାଣିପାରୁ। ସେହି ପରମେଶ୍ୱର ସତ୍ୟ ଅଟନ୍ତି। ସେହି ସତ୍ୟମୟ ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କର ଜୀବନ ଅଛି।


ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସେମାନେ ବୁଝି ଥାଆନ୍ତେ, ତାହାହେଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶବିଦ୍ଧ କରି ମାରି ନ ଥା’ନ୍ତେ।


“ମୋତେ ଘୃଣା କରୁଥିବା ବ୍ୟକ୍ତି ମୋର ପରମପିତାଙ୍କୁ ମଧ୍ୟ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ସେ ଲୋକମାନଙ୍କ ମଧ୍ୟରେ କରିଛି, ତାହା କୌଣସି ଲୋକ କେବେ କରି ନାହିଁ।


“ମୋର ପରମପିତା ମୋତେ ସବୁକିଛି ଦେଇଛନ୍ତି। ପୁତ୍ର କିଏ ଏହା ପରମପିତାଙ୍କ ବ୍ୟତୀତ ଅନ୍ୟ କେହି ଜାଣନ୍ତି ନାହିଁ। ଏବଂ ପରମପିତା କିଏ ଏହା ପୁତ୍ରଙ୍କ ଛଡ଼ା କେହି ଜାଣନ୍ତି ନାହିଁ। କେବଳ ସେହିମାନେ ପରମପିତାଙ୍କ ବିଷୟରେ ଜାଣି ପାରିବେ, ଯେଉଁମାନଙ୍କୁ ତାହା ଜଣାଇବା ନିମନ୍ତେ ପୁତ୍ର ସ୍ୱୟଂ ବାଛିବେ।”


ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି।


“ଭାଇମାନେ, ମୁଁ ଜାଣେ ଯେ, ତୁମ୍ଭେମାନେ ମଧ୍ୟ କ’ଣ କରୁଛ, ତାହା ନ ବୁଝି ଯୀଶୁଙ୍କ ପ୍ରତି ଏପରି କଲ। ତୁମ୍ଭମାନଙ୍କର ନେତାମାନେ ମଧ୍ୟ କ’ଣ କରୁଅଛନ୍ତି, ତାହା ବୁଝିପାରି ନ ଥିଲେ।


ଯେଉଁ ବ୍ୟକ୍ତି ପୁତ୍ରକୁ ବିଶ୍ୱାସ କରେ ନାହିଁ, ପିତା ତାହାଙ୍କଠାରେ ବାସ କରନ୍ତି ନାହିଁ। ଯେଉଁ ବ୍ୟକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠାରେ ପିତା ମଧ୍ୟ ଅଛନ୍ତି।


Swiv nou:

Piblisite


Piblisite