Biblia Todo Logo
Bib sou entènèt

- Piblisite -




ଯୋହନ 17:5 - ପବିତ୍ର ବାଇବଲ

5 ବର୍ତ୍ତମାନ ପରମପିତା ତୁମ୍ଭର ଉପସ୍ଥିତିରେ ମୋତେ ଗୌରବାନ୍ୱିତ କର। ଜଗତ ଆରମ୍ଭ ହେବା ପୂର୍ବରୁ, ମୋର ତୁମ୍ଭ ସହିତ ଯେଉଁ ଗୌରବ ଥିଲା, ତୁମ୍ଭେ ମୋତେ ତୁମ୍ଭ ସହିତ ଗୌରବାନ୍ୱିତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ଦ୍ଵାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ଵିତ କର।

Gade chapit la Kopi

ଓଡିଆ ବାଇବେଲ

5 ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ବାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ପିତା, ଜଗତର ସୃଷ୍ଟି ପୂର୍ବରୁ ତୁମ ସହିତ ମୋର ଯେଉଁ ଗୌରବ ଥିଲା, ବର୍ତ୍ତମାନ ତୁମର ଉପସ୍ଥିତିରେ ସେହି ଗୌରବ ମୋତେ ପ୍ରଦାନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”

Gade chapit la Kopi




ଯୋହନ 17:5
20 Referans Kwoze  

ଜଗତ ଆରମ୍ଭ ହେବା ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହୋଇଥିଲେ। କିନ୍ତୁ ଏହି ଶେଷ ସମୟରେ ତୁମ୍ଭ ନିମନ୍ତେ ସେ ଜଗତରେ ପ୍ରକାଶିତ ହେଲେ।


ପରମପିତା ଓ ମୁଁ ଏକ।”


ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ୱରଙ୍କ ସାଦୃଶ୍ୟ ଥିଲେ। ପରମେଶ୍ୱରଙ୍କ ସହିତ ସମାନ ହୋଇ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।


ପରମେଶ୍ୱର ଏହା ମଧ୍ୟ କହନ୍ତି: “ହେ ପ୍ରଭୁ! ତୁମ୍ଭେ ଆରମ୍ଭରେ ପୃଥିବୀ ନିର୍ମାଣ କଲ, ଓ ତୁମ୍ଭର ହାତ ଆକାଶ ନିର୍ମାଣ କଲା।


ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ।


“ହେ ପରମପିତା, ତୁମ୍ଭେ ମୋତେ ଯେଉଁ ଲୋକମାନଙ୍କୁ ଦେଇଛ, ମୁଁ ଗ୍ଭହେଁ, ମୁଁ ଥିବା ପ୍ରତ୍ୟେକ ସ୍ଥାନରେ ସେମାନେ ମୋ’ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସେମାନେ ମୋର ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମୋତେ ଦେଇଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହେବା ପୂର୍ବରୁ ମୋତେ ପ୍ରେମ କଲ।


ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ, ମୁଁ ନିଜେ ଅଛି।”


ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।


ଯୀଶୁ ଉତ୍ତର ଦେଲେ, “ଫିଲି‌ପ୍‌ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମୋତେ ଜାଣିବା ଉଚିତ୍। ମୋତେ ଯିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ୟ ଦେଖିଛି। ତେଣୁ ତୁମ୍ଭେ ମୋତେ କାହିଁକି କହୁଛ, ‘ଆମ୍ଭକୁ ପରମପିତାଙ୍କୁ ଦେଖାଅ?’


“ତା'ପରେ ରାଜା ତାହାଙ୍କ ଡାହାଣ ପଟରେ ଥିବା ଲୋକମାନଙ୍କୁ କହିବେ, ‘ଆସ, ମୋର ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ୱର ତୁମ୍ଭକୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହେବା କାଳରୁ ତୁମ୍ଭ ପାଇଁ ସେ ରାଜ୍ୟ ପ୍ରସ୍ତୁତ ହୋଇ ସାରିଛି।”


ମନୁଷ୍ୟପୁତ୍ର କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି।


“ଯେ ବିଜୟୀ ହୁଏ, ମୁଁ ତାହାକୁ ମୋ’ ସହିତ ସିଂହାସନରେ ବସାଇବି। ଯେପରି ମୁଁ ବିଜୟୀ ହୋଇ ମୋର ପରମପିତାଙ୍କ ସହ ତାହାଙ୍କ ସିଂହାସନରେ ବସିଥିଲି, ସେ ସେହିପରି ମୋ’ ସହିତ ବସିବ।


ପୃଥିବୀରେ ରହୁଥିବା ସମସ୍ତ ଲୋକମାନେ ସେହି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖା ହୋଇ ନାହିଁ। ଏହି ମେଷଶାବକଙ୍କୁ ବଧ କରାଯାଇଥିଲା।


ସେହି ଜୀବନ ଆମ୍ଭ ନିକଟରେ ପ୍ରକାଶିତ ହେଲା। ଆମ୍ଭେ ତାହା ଦେଖିଲୁ। ଆମ୍ଭେ ଏ ସମ୍ପର୍କରେ ପ୍ରମାଣ ଦେଇପାରୁ। ବର୍ତ୍ତମାନ ଆମ୍ଭେ ସେହି ଜୀବନ ସମ୍ପର୍କରେ ତୁମ୍ଭକୁ କହୁଛୁ। ଏହି ଜୀବନ ସଦାକାଳ ରହିଛନ୍ତି। ପୂର୍ବରୁ ଏହା ପିତା ପରମେଶ୍ୱରଙ୍କ ସହିତ ଥିଲା। ପରମେଶ୍ୱର ସେହି ଜୀବନ ଆମ୍ଭକୁ ପ୍ରକାଶିତ କଲେ।


ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ୱର୍ଗ ଆଡ଼େ ଗ୍ଭହିଁଲେ। ସେ ପ୍ରାର୍ଥନା କଲେ, “ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହୋଇଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ୱିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବାନ୍ୱିତ କରି ପାରିବେ।


ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ବିଶ୍ୱାସ କର। ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ୱାସ ଓ ଭରସା ପରମେଶ୍ୱରଙ୍କଠାରେ ଅଛି।


Swiv nou:

Piblisite


Piblisite