Biblia Todo Logo
Bib sou entènèt

- Piblisite -




ଯୋହନ 18:12 - ପବିତ୍ର ବାଇବଲ

12 ତା'ପରେ ସୈନ୍ୟମାନେ ଓ ସେମାନଙ୍କ ସେନାପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ

Gade chapit la Kopi

ଓଡିଆ ବାଇବେଲ

12 ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୂଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ରୋମୀୟ ସୈନିକ, ସେନାପତି ଓ ଇହୁଦୀ ପ୍ରହରୀମାନେ ଯୀଶୁଙ୍କୁ ଧରି ବାନ୍ଧି ପକାଇଲେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ

Gade chapit la Kopi




ଯୋହନ 18:12
17 Referans Kwoze  

ତେଣୁ ସେ ଦଳେ ସୈନ୍ୟଙ୍କୁ ନେଇ ବଗିଗ୍ଭକୁ ଗଲା। ସେ ମୁଖ୍ୟ ଯାଜକ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ପ୍ରହରୀମାନଙ୍କୁ ମଧ୍ୟ ଆଣିଥିଲା। ସେମାନେ ମଶାଲ, ଲଣ୍ଠନ ଓ ଅସ୍ତ୍ରଶସ୍ତ୍ର ଆଣି ସେଠାରେ ପହଞ୍ଚିଲେ।


ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରି ନେଇଥିଲେ, ସେମାନେ ତାହାଙ୍କୁ ମହାଯାଜକ କୟାଫାଙ୍କ ଘରକୁ ନେଇଗଲେ। ସେଠାରେ ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ନେତାମାନେ ଏକାଠି ଜମା ହୋଇଥିଲେ।


ସେନାନିବାସକୁ ନେବା ସମୟରେ ସେନାପତିଙ୍କୁ ପାଉଲ ପଗ୍ଭରିଲେ, “ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?” ସେନାପତି ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ରୀକ୍ ଭାଷା ଜାଣ?


ଲୋକମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିବା ସମୟରେ ରୋମୀୟ ସେନାପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ଯିରୁଶାଲମରେ ଉତ୍ତେଜନା ଖେଳି ଯାଇଛି।


ସେମାନେ ଯୀଶୁଙ୍କ ବନ୍ଦୀ କରି ମହାଯାଜକଙ୍କ ଘର ଭିତରକୁ ନେଇଗଲେ। ପିତର ସେମାନଙ୍କ ପଛେ ପଛେ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନ ଥିଲେ।


ସକାଳ ହେବା ମାତ୍ରେ ପ୍ରଧାନଯାଜକ, ପ୍ରାଚୀନ ଯିହୂଦୀ ନେତାଗଣ ଓ ଧର୍ମଶାସ୍ତ୍ରୀ ତଥା ସମଗ୍ର ଯିହୂଦୀ ମହାସଭା ଯୀଶୁଙ୍କ ପ୍ରତି କ’ଣ ବିଗ୍ଭର କରାଯିବ, ତାହା ସ୍ଥିର କଲେ। ସେମାନେ ଯୀଶୁଙ୍କୁ ବାନ୍ଧି ଶାସନକର୍ତ୍ତା ପୀଲାତଙ୍କ ପାଖକୁ ନେଇଗଲେ ଓ ତାହାଙ୍କ ହାତରେ ସମର୍ପଣ କରିଦେଲେ।


ସେହି ଲୋକମାନେ ଯୀଶୁଙ୍କୁ ମହାଯାଜକଙ୍କ ପାଖକୁ ନେଇଗଲେ। ସମସ୍ତ ପ୍ରଧାନଯାଜକ, ପ୍ରାଚୀନ ନେତାଗଣ ଓ ଧର୍ମଶାସ୍ତ୍ରୀମାନେ ଏକତ୍ରିତ ହେଲେ।


ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା'ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ।


ପଲେଷ୍ଟୀୟ ଲୋକମାନେ ଶା‌ମ୍‌ଶୋ‌ନଙ୍କୁ ଅକ୍ତିଆର କଲେ। ସେମାନେ ତାଙ୍କର ଆଖିକୁ ଉପାଡ଼ି ଦେଲେ। ପୁଣି ତାଙ୍କୁ ଘସାକୁ ଆଣି ପିତ୍ତଳ ବେଢ଼ିରେ ବାନ୍ଧିଲେ। ଆଉ ସେ କାରାଗାରରେ ଚକି ପେଶିଲେ।


ପରମେଶ୍ୱର କହିଥିବା ସ୍ଥାନକୁ ସେମାନେ ଆସିଲେ। ସେଠାରେ ଅବ୍ରହାମ ଏକ ଯଜ୍ଞବେଦି ସ୍ଥାପନ କଲେ ଏବଂ ତାହା ଉପରେ କାଠ ସଜାଡ଼ିଲେ। ଏହା ପରେ ଅବ୍ରହାମ ଇ‌ସ୍‌ହାକକୁ ବାନ୍ଧି ଯଜ୍ଞବେଦିର କାଠ ଉପରେ ଶୁଆଇ ଦେଲେ।


ଧୀରେ ଧୀରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହୋଇଉଠିଲା। ସେନାଧ୍ୟକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ। ତେଣୁ ପାଉଲଙ୍କୁ ସେମାନଙ୍କ ନିକଟରୁ ନେଇଆସି ସୈନ୍ୟ ନିବାସ ଭିତରୁ ନେଇ ଯିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।


ସଦାପ୍ରଭୁ ପରମେଶ୍ୱର ଅଟନ୍ତି। ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି। ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”


ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେହିଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।


ତା'ପରେ ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନେଇଗଲେ। ସବୁ ସୈନ୍ୟମାନେ ଯୀଶୁଙ୍କ ଗ୍ଭରିପଟେ ଜମା ହୋଇଗଲେ।


କାଇସରୀଆ ନଗରରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ୟବାହିନୀର ଏକ ବିଭାଗରେ ପଦାଧିକାରୀ ଥିଲେ।


Swiv nou:

Piblisite


Piblisite