ଯୋହନ 18:8 - ପବିତ୍ର ବାଇବଲ8 ଯୀଶୁ କହିଲେ, “ମୁଁ ତ କହିଲି ଯେ ମୁଁ ସେହି ଯୀଶୁ। ଯଦି ତୁମ୍ଭେ ମୋତେ ଖୋଜୁଛ, ତେବେ ଏହି ଅନ୍ୟ ଲୋକମାନଙ୍କୁ ଏଠାରୁ ଯିବାକୁ ଛାଡ଼ିଦିଅ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି। ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ। Gade chapit laଓଡିଆ ବାଇବେଲ8 ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି । ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ । Gade chapit laପବିତ୍ର ବାଇବଲ (CL) NT (BSI)8 ଯୀଶୁ କହିଲେ, “ମୁଁ କହିସାରିଛି, ମୁଁ ସେହି। ଯଦି ମୋ’ ପାଇଁ ଆସିଛ, ଏମାନଙ୍କୁ ଛାଡ଼ିଦିଅ। ( Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯୀଶୁ ଉତ୍ତର ଦେଲେ, “ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି। ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ।” Gade chapit la |
କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।
ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।