Biblia Todo Logo
Bib sou entènèt

- Piblisite -




ଯୋହନ 19:5 - ପବିତ୍ର ବାଇବଲ

5 ତା'ପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, “ଦେଖ, ସେହି ଲୋକ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ !

Gade chapit la Kopi

ଓଡିଆ ବାଇବେଲ

5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ । ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ବାଇଗଣିଆ ପୋଷାକ ଓ କଣ୍ଟା ମୁକୁଟ ପିନ୍ଧି ଯୀଶୁ ବାହାରକୁ ଆସିଲେ ଏବଂ ପିଲାତ ଜନତାକୁ କହିଲେ, “ଦେଖ, ଏ ସେହି ବ୍ୟକ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!

Gade chapit la Kopi




ଯୋହନ 19:5
8 Referans Kwoze  

ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। ତା'ପରେ ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ।


ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।


ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି।


ମାତ୍ର ମୋର ପ୍ରଭୁ ପରମେଶ୍ୱର ଏକ ଚିହ୍ନ ଦେଖାଇବେ। ଦେଖ, ଏକ ଯୁବତୀ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତା'ର ନାମ ସେ ଇମ୍ମାନୁୟେଲ ଦେବ।


ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏହି କଥା କୁହନ୍ତି, “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ୱାନ କରୁଅଛୁ, ତୁମ୍ଭେ ଆମ୍ଭର।


ହେ ଲୋକମାନେ, ସିୟୋନରେ ସୁସମାଗ୍ଭର ପ୍ରଗ୍ଭର କର, ଉଚ୍ଚ ପର୍ବତକୁ ଯାଅ। ଉଚ୍ଚ ସ୍ୱରରେ କୁହ, ହେ ଲୋକମାନେ ଯିରୁଶାଲମ ନିକଟରେ ସୁସମାଗ୍ଭର ପ୍ରଗ୍ଭର କର। ଜୋ‌ର୍‌ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, “ଦେଖ, ଏହିଠାରେ ତୁମ୍ଭର ପରମେଶ୍ୱର।”


ହେ ପଥିକଗଣ, ମୋତେ ଗ୍ଭହଁ ଏବଂ ଦେଖ କି ଦାରୁଣ ଯନ୍ତ୍ରଣା ମୁଁ ଭୋଗୁଅଛି। ଏପରି ଯନ୍ତ୍ରଣା ଓ ଦୁଃଖ ଅନ୍ୟ କିଏ ପାଇଛି କି? ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରେ ମୋ’ ପ୍ରତି ଦଣ୍ଡ ବିଧାନ କରିଛନ୍ତି।


ସେମାନେ କଣ୍ଟା ଡାଳରେ ଗୋଟିଏ ମୁକୁଟ ତିଆରି କଲେ ଓ ସେହି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡରେ ପିନ୍ଧାଇ ଦେଲେ। ତାହାଙ୍କର ଡାହାଣ ହାତରେ ବାଡ଼ିଟି ଧରେଇ ଦେଲେ। ତା'ପରେ ତାହାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ି ତାହାଙ୍କୁ ଥଟ୍ଟା କଲେ। ସେମାନେ କହିଲେ, “ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।”


Swiv nou:

Piblisite


Piblisite