Biblia Todo Logo
Bib sou entènèt

- Piblisite -




ଯୋହନ 19:9 - ପବିତ୍ର ବାଇବଲ

9 ସେ ପ୍ରାସାଦ ଭିତରକୁ ଫେରିଗଲେ ଓ ଯୀଶୁଙ୍କ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ମାତ୍ର ଯୀଶୁ କିଛି ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ପ୍ରାସାଦ ଭିତରକୁ ଫେରି ଯାଇ ଯୀଶୁଙ୍କୁ ଡକାଇ ପଚାରିଲେ, “ତୁମେ କେଉଁଠାରୁ ଆସିଛ?” ଯୀଶୁ ନିରୁତ୍ତର ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi




ଯୋହନ 19:9
18 Referans Kwoze  

ତା'ପରେ ପୀଲାତ ପ୍ରାସାଦ ଭିତରକୁ ଗ୍ଭଲିଗଲେ। ସେ ଯୀଶୁଙ୍କୁ ଆପଣା ନିକଟକୁ ଡାକିଲେ। ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?”


ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅଛନ୍ତି ସେମାନଙ୍କୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ୱରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭେମାନେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତ୍ରୁମାନେ ବିନାଶ ହେବେ।


ଯୀଶୁ ଉତ୍ତର ଦେଲେ, “ହଁ, ମୁଁ ମୋ’ ବିଷୟରେ ଏସବୁ କଥା କହୁଛି, କିନ୍ତୁ ମୁଁ ଯାହା କହୁଛି, ଲୋକେ ବିଶ୍ୱାସ କରି ପାରିବେ। କାରଣ ମୁଁ ଜାଣେ, ମୁଁ କେଉଁଠାରୁ ଆସିଛି ଓ ମୁଁ କେଉଁଆଡ଼େ ଯାଉଛି। ମୁଁ ତୁମ୍ଭମାନଙ୍କ ଭଳି ନୁହେଁ। ତୁମ୍ଭେ ଜାଣି ନାହଁ, ମୁଁ କେଉଁଠାରୁ ଆସିଛି ଓ କେଉଁଠାକୁ ଯାଉଛି।


ଯୀଶୁ କିନ୍ତୁ ‌‌‌‌‌‌‌‌‌‌ଚୁପ୍‌‌‌‌‌‌‌‌‌ ରହିଲେ। ପୁଣି ଥରେ ମହାଯାଜକ ତାହାଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭକୁ ଜୀବିତ ପରମେଶ୍ୱରଙ୍କ ନାମରେ ଶପଥ କରାଉଛି, ତୁମ୍ଭେ ଆମ୍ଭକୁ କୁହ, ତୁମ୍ଭେ କ’ଣ ଖ୍ରୀଷ୍ଟ, ପରମେଶ୍ୱରଙ୍କ ପୁତ୍ର?”


ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହୋଇ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମେଷ ଶାବକ ତୁଲ୍ୟ ଓ ଲୋମ ଛେଦନକାରୀଙ୍କ ସମ୍ମୁଖରେ ନିରୀହ ମେଷ ତୁଲ୍ୟ ସେ ନିଜର ମୁଖ ଫିଟାଇଲେ ନାହିଁ।


ଏହା ପରେ ସେହି ସ୍ତ୍ରୀଲୋକଜଣକ ତା'ର ସ୍ୱାମୀକୁ କହିଲା ଯାହାସବୁ ଘଟିଗଲା। ସେ କହିଲା, “ପରମେଶ୍ୱରଙ୍କର ଜଣେ ଲୋକ ମୋ’ ନିକଟକୁ ଆସିଲେ ଯିଏ କି ପରମେଶ୍ୱରଙ୍କ ଦୂତପରି ଦେଖାଯାଉଥିଲେ। ସେ ଅତି ଭୟଙ୍କର ଦେଖାଯାଉଥିଲେ। ସେ କେଉଁଠୁ ଆସିଥିଲେ, ମୁଁ ତାଙ୍କୁ ପଗ୍ଭରି ପାରିଲି ନାହିଁ। କିମ୍ବା ସେ ତାଙ୍କର ନାମ ମୋତେ କହିଲେ ନାହିଁ।


ପୀଲାତ କହିଲେ, “ତେବେ ତୁମ୍ଭେ ଜଣେ ରାଜା।” ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ରାଜା ବୋଲି କହୁଛ। ଏହା ସତ୍ୟ। ମୁଁ ଏଥିପାଇଁ ଜନ୍ମ ନେଇଛି। ଲୋକମାନଙ୍କୁ ସତ୍ୟ ବିଷୟରେ କହିବା ପାଇଁ, ସେଥିପାଇଁ ମୁଁ ଜଗତକୁ ଆସିଛି। ସତ୍ୟକୁ ଭଲପାଉଥିବା ପ୍ରତ୍ୟେକ ଲୋକ ମୋ’ କଥା ଶୁଣନ୍ତି।”


ତା'ପରେ ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନେଇଗଲେ। ସବୁ ସୈନ୍ୟମାନେ ଯୀଶୁଙ୍କ ଗ୍ଭରିପଟେ ଜମା ହୋଇଗଲେ।


ହେରୋଦ ଯୀଶୁଙ୍କୁ ଅନେକ ପ୍ରଶ୍ନ ପଗ୍ଭରିଲେ। କିନ୍ତୁ ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ।


ତା'ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ଘରୁ ରୋମୀୟ ରାଜ୍ୟପାଳଙ୍କ ପ୍ରାସାଦକୁ ନେଇଗଲେ। ସେତେବେଳେ ପାହାନ୍ତିଆ ସମୟ। ଯିହୂଦୀମାନେ ପ୍ରାସାଦ ଭିତରକୁ ଗଲେ ନାହିଁ। ସେମାନେ ନିଜକୁ ଅପବିତ୍ର କରିବା ପାଇଁ ଗ୍ଭହୁଁ ନ ଥିଲେ, କାରଣ ସେମାନେ ନିସ୍ତାରପର୍ବର ଭୋଜନ ଖାଇବା ପାଇଁ ଗ୍ଭହୁଁଥିଲେ।


ଯୀଶୁ କହିଲେ, “ଏହା ତୁମ୍ଭ ନିଜର ପ୍ରଶ୍ନ, ନା ଅନ୍ୟମାନେ ତୁମ୍ଭକୁ ମୋ’ ବିଷୟରେ କହିଛନ୍ତି?”


ପୀଲାତ ଏହା ଶୁଣି ଆହୁରି ଭୟଭୀତ ହେଲେ।


ପୀଲାତ କହିଲେ, “ତୁମ୍ଭେ କ'ଣ ମୋ’ ସହିତ କଥା କହିବ ନାହିଁ? ମନେରଖ, ତୁମ୍ଭକୁ ମୁକ୍ତି ଦେବାକୁ କି କ୍ରୁଶରେ ଚଢ଼ାଇବାକୁ ମଧ୍ୟ ଆମ୍ଭର କ୍ଷମତା ଅଛି।”


Swiv nou:

Piblisite


Piblisite