Biblia Todo Logo
Bib sou entènèt

- Piblisite -




ଯୋହନ 2:14 - ପବିତ୍ର ବାଇବଲ

14 ସେହି ମନ୍ଦିର ପରିସରରେ ଯୀଶୁ ଲୋକମାନଙ୍କୁ ଗୋରୁ, ମେଣ୍ଢା ଓ କପୋତ ବିକ୍ରୀ କରିବାର ଦେଖିଲେ। କେତେକ ଲୋକଙ୍କୁ ସେ ଟେବୁଲ ପାଖରେ ବସିଥିବାର ଦେଖିଲେ। ସେହି ଲୋକମାନେ ଲୋକଙ୍କର ଟଙ୍କା ବିନିମୟ ଓ ବ୍ୟବସାୟ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେଠାରେ ସେ ଦେଖିଲେ, ମନ୍ଦିର ଭିତରେ ଲୋକେ ଗୋରୁଗାଈ, ମେଣ୍ଢା ଓ ପାରା ବ୍ୟବସାୟ କରୁଛନ୍ତି ଓ ମୁଦ୍ରା ବିନିମୟକାରୀମାନେ ମେଜ ଉପରେ ସେମାନଙ୍କ ମୁଦ୍ରାସବୁ ସଜାଇ ବସିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;

Gade chapit la Kopi




ଯୋହନ 2:14
8 Referans Kwoze  

ତା'ପରେ ସେ ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିରରେ ପ୍ରବେଶ କଲାମାତ୍ରେ ସେଠାରେ କିଣାବିକା କରୁଥିବା ଲୋକମାନଙ୍କୁ ବାହାରକୁ ତଡ଼ି ଦେବାକୁ ଲାଗିଲେ। ସେ ବିଭିନ୍ନ ପ୍ରକାର ମୁଦ୍ରା ବିନିମୟ କରୁଥିବା ଲୋକଙ୍କ ମେଜ ଓଲଟେଇ ଦେଲେ। ଯେଉଁମାନେ କପୋତ ବିକୁଥିଲେ ସେମାନଙ୍କର ମେଜସବୁ ମଧ୍ୟ ସେ ଓଲଟେଇ ଦେଲେ।


ତା'ପରେ ସେ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଶାସ୍ତ୍ରରେ ଏ କଥା ଲେଖା ଅଛି ଯେ, ‘ମୋ’ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାଯିବ। କିନ୍ତୁ ତୁମ୍ଭେମାନେ ତ ତାକୁ ଗ୍ଭେର ମାନଙ୍କର ଆଶ୍ରୟ ସ୍ଥଳରେ ପରିଣତ କରି ଦେଉଛ’


ନିରୂପିତ ପର୍ବମାନଙ୍କରେ ଯିରୁଶାଲମରେ ଯେପରି ବଳି ଯୋଗ୍ୟ ମେଷ ଓ ଛାଗପଲ ପୂର୍ଣ୍ଣ ହୋଇ ଯାଆନ୍ତି, ଶୂନ୍ୟ ନଗରଗୁଡ଼ିକ ବହୁ ମନୁଷ୍ୟରେ ପରିପୂର୍ଣ୍ଣ ହେବ।”


ଯୀଶୁ କେତେ ଖଣ୍ଡ ଦଉଡ଼ିରେ ଗୋଟିଏ ଚାବୁକ ତିଆରି କଲେ। ତା'ପରେ ଯୀଶୁ ସେ ସମସ୍ତ ଲୋକମାନଙ୍କୁ, ମେଣ୍ଢାଗୁଡ଼ିକୁ ଓ ଗୋରୁଗୁଡ଼ିକୁ ସେଠାରୁ ଜୋର୍ ଜବରଦସ୍ତି ତଡ଼ି ଦେଲେ। ସେ ମୁଦ୍ରା ବିନିମୟକାରୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ମେଜଗୁଡ଼ିକ ଓଲଟେଇ ଦେଲେ।


Swiv nou:

Piblisite


Piblisite