Biblia Todo Logo
Bib sou entènèt

- Piblisite -




ଯୋହନ 21:12 - ପବିତ୍ର ବାଇବଲ

12 ଯୀଶୁ ସେମାନଙ୍କୁ କହିଲେ, “ଆସ ଓ ଖାଅ।” ଶିଷ୍ୟମାନଙ୍କ ଭିତରେ କେହି ଜଣେ ହେଲେ ପଗ୍ଭରିବା ପାଇଁ ସାହସ କଲେ ନାହିଁ, “ତୁମ୍ଭେ କିଏ?” କାରଣ ସେମାନେ ଜାଣିଥିଲେ ଯେ, ସେ ପ୍ରଭୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର। ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ।

Gade chapit la Kopi

ଓଡିଆ ବାଇବେଲ

12 ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର । ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଯୀଶୁ ଶିଷ୍ୟମାନଙ୍କୁ ଡାକି କହିଲେ, “ଆସ, ଖାଇବ।” “ତୁମେ କିଏ” ବୋଲି ତାଙ୍କୁ ପଚାରିବାକୁ କେହି ସାହସ କଲେ ନାହିଁ। ସେ ପ୍ରଭୁ ବୋଲି ସେମାନେ ଜାଣିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯୀଶୁ ସେମାନଙ୍କୁ କହିଲେ, “ଆସି ଭୋଜନ କର।” ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ।

Gade chapit la Kopi




ଯୋହନ 21:12
9 Referans Kwoze  

ମାତ୍ର ଯୀଶୁ ସବୁ ଲୋକମାନଙ୍କୁ ଦେଖାଗଲେ ନାହିଁ। ପରମେଶ୍ୱର ଯେଉଁମାନଙ୍କୁ ତାହାଙ୍କ ସାକ୍ଷୀରୂପେ ପୂର୍ବରୁ ମନୋନୀତ କରିଥିଲେ, ସେହିମାନେ କେବଳ ତାହାଙ୍କୁ ଦେଖି ପାରିଲେ। ଆମ୍ଭେମାନେ ସେହି ସାକ୍ଷୀ ଅଟୁ। ଯୀଶୁ ମୃତ୍ୟୁରୁ ଉଠିଲାପରେ ଆମ୍ଭେମାନେ ତାହାଙ୍କ ସହିତ ଖାଇଥିଲୁ ଓ ପିଇଥିଲୁ।


ଯୀଶୁ ଜାଣିଲେ ଯେ ଶିଷ୍ୟମାନେ ତାହାଙ୍କୁ ଏ ବିଷୟରେ ପଗ୍ଭରିବା ପାଇଁ ଇଚ୍ଛା କରୁଛନ୍ତି। ତେଣୁ ସେ ଶିଷ୍ୟମାନଙ୍କୁ କହିଲେ, “ମୋ’ କଥାର ଅର୍ଥ କ'ଣ, ତାହା ତୁମ୍ଭେ ପରସ୍ପରକୁ ପଗ୍ଭରୁଛ।” ମୁଁ କହିଲି, “ଅଳ୍ପକ୍ଷଣ ପରେ ତୁମ୍ଭେମାନେ ମୋତେ ଦେଖି ପାରିବ ନାହିଁ ଓ ପୁଣି ଆଉ ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖି ପାରିବ।


ସେମାନେ ଖାଇବା ପରେ ଯୀଶୁ ଶିମୋନ ପିତରଙ୍କୁ କହିଲେ, “ଯୋହନଙ୍କର ପୁତ୍ର ଶିମୋନ। ତୁମ୍ଭେ କ'ଣ ମୋତେ ଏମାନଙ୍କ ଅପେକ୍ଷା ଅଧିକ ପ୍ରେମ କର?” ପିତର ଉତ୍ତର ଦେଲେ, “ହଁ ପ୍ରଭୁ, ଆପଣ ଜାଣନ୍ତି ଯେ, ମୁଁ ଆପଣଙ୍କୁ ପ୍ରେମ କରେ।” ଯୀଶୁ ତାହାଙ୍କୁ କହିଲେ, “ମୋର ମେଷମାନଙ୍କୁ ଚରାଅ।”


ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ୟମାନେ ବୁଝି ପାରିଲେ ନାହିଁ। ସେମାନେ ତାହାଙ୍କୁ ଏହାର ଅର୍ଥ ପଗ୍ଭରି ବୁଝିବାକୁ ଭୟ କଲେ।


ସେହି ସମୟରେ ଯୀଶୁଙ୍କର ଶିଷ୍ୟମାନେ ନଗରରୁ ଫେରିଲେ। ସେମାନେ ଯୀଶୁଙ୍କୁ ଗୋଟିଏ ସ୍ତ୍ରୀଲୋକ ସହିତ କଥା ହେବା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। କିନ୍ତୁ କେହି ତାହାଙ୍କୁ ଏପରି କିଛି ପ୍ରଶ୍ନ ପଗ୍ଭରିଲେ ନାହିଁ, “ତୁମ୍ଭେ କ'ଣ ଗ୍ଭହଁ?” କିମ୍ବା “ତୁମ୍ଭେ କାହିଁକି ତା’ ସହିତ କଥାବାର୍ତ୍ତା ହେଉଛ?”


କିନ୍ତୁ ଶିଷ୍ୟମାନେ ଯୀଶୁଙ୍କ ଏ କଥାର କିଛି ଅର୍ଥ ବୁଝି ପାରିଲେ ନାହିଁ। ଏହାର ଅର୍ଥ ସେମାନଙ୍କ ପ୍ରତି ଲୁକାୟିତ ଥିଲା। ତେଣୁ ସେମାନେ କିଛି ଏହାକୁ ବୁଝି ପାରିଲେ ନାହିଁ କିନ୍ତୁ ସେମାନେ ଯୀଶୁଙ୍କୁ ଏ ବିଷୟରେ ପଗ୍ଭରିବାକୁ ସାହସ କଲେ ନାହିଁ।


ଜଣେ ହେଲେ ଫାରୂଶୀ ଯୀଶୁଙ୍କ ପ୍ରଶ୍ନର ଉତ୍ତର ଦେଇ ପାରିଲେ ନାହିଁ। ସେହି ଦିନଠାରୁ ଯୀଶୁଙ୍କୁ ଆଉ କୌଣସି ପ୍ରଶ୍ନ ପଗ୍ଭରି ଫାନ୍ଦରେ ପକାଇବାକୁ କେହିହେଲେ ଚେଷ୍ଟା କରିବାକୁ ସାହସ କଲେ ନାହିଁ।


ଶିମୋନ ପିତର ନୌକା ଭିତରକୁ ଗଲେ ଓ ଜାଲ କୂଳକୁ ଟାଣିଲେ। ଏହା ବଡ଼ ବଡ଼ ମାଛରେ ପୂର୍ଣ୍ଣ ଥିଲା। ସେଥିରେ 153ଟି ମାଛ ଥିଲା। ମାଛଗୁଡ଼ିକ ବହୁତ ଓଜନିଆ ଥିଲା କିନ୍ତୁ ଜାଲ ଛିଣ୍ଡି ନ ଥିଲା।


Swiv nou:

Piblisite


Piblisite