Biblia Todo Logo
Bib sou entènèt

- Piblisite -




ଯୋହନ 21:7 - ପବିତ୍ର ବାଇବଲ

7 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, “ଏ ତ ପ୍ରଭୁ।” ପିତର ଏତ ପ୍ରଭୁ ବୋଲି ଶୁଣି ତାହାଙ୍କ ପୋଷାକ ପିନ୍ଧିଲେ। କାରଣ ସେ କାର୍ଯ୍ୟ କରିବା ପାଇଁ ସବୁ ବସ୍ତ୍ର ଖୋଲି ଦେଇଥିଲେ। ତା'ପରେ ସେ ପାଣିକୁ ଡେଇଁ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;

Gade chapit la Kopi

ଓଡିଆ ବାଇବେଲ

7 ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯୀଶୁଙ୍କ ପ୍ରିୟ ଶିଷ୍ୟ, ପିତରଙ୍କୁ କହିଲେ, “ଏ ନିଶ୍ଚୟ ପ୍ରଭୁ।” ପିତର ଏହା ଶୁଣି ତରବରରେ ଖଣ୍ଡେ ଲୁଗା ଗୁଡ଼େଇ ହୋଇ ପାଣିକୁ ଡେଇଁ ପଡ଼ିଲେ (କାରଣ ସେ ଦେହରୁ ଲୁଗା କାଢ଼ି ମାଛ ଧରୁଥିଲେ)।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;

Gade chapit la Kopi




ଯୋହନ 21:7
20 Referans Kwoze  

ଯୀଶୁଙ୍କ ପାଖରେ ଆଉ ଜଣେ ଶିଷ୍ୟ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ।


ତେଣୁ ମରିୟମ, ଶିମୋନ ପିତର ଓ ଅନ୍ୟ ଜଣେ ଶିଷ୍ୟ ଯାହାଙ୍କୁ ଯୀଶୁ ପ୍ରେମ କରୁଥିଲେ, ସେମାନଙ୍କ ନିକଟକୁ ଦୌଡ଼ିଗଲେ ଓ ସେ ସେମାନଙ୍କୁ କହିଲେ, “ସେମାନେ ପ୍ରଭୁଙ୍କର ମୃତଦେହକୁ କବର ଭିତରୁ ନେଇଯାଇଛନ୍ତି। ସେମାନେ ତାହାଙ୍କୁ କେଉଁଠାରେ ରଖିଛନ୍ତି ଆମ୍ଭେ ଜାଣି ନାହୁଁ।”


ଯୀଶୁ ତାହାଙ୍କ ମାଙ୍କୁ ଦେଖିଲେ। ସେ ତାହାଙ୍କର ଅତି ପ୍ରିୟ ଶିଷ୍ୟକୁ ମଧ୍ୟ ତାହାଙ୍କ ପାଖରେ ଠିଆ ହୋଇଥିବା ଦେଖିଲେ। ତାହାଙ୍କ ମାଙ୍କୁ କହିଲେ, “ପ୍ରିୟ ନାରୀ, ଏ ଦେଖ, ତୁମ୍ଭର ପୁଅ!”


ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।


ସେହି ଶିଷ୍ୟ ଏ ସବୁ କଥା କହୁଛନ୍ତି। ସେ ହେଉଛନ୍ତି ସେହି ବ୍ୟକ୍ତି ଯେ କି ଏସବୁ କଥା ଲେଖିଛନ୍ତି। ଆମ୍ଭେ ଜାଣୁ ସେ ଯାହା କହନ୍ତି ତାହା ସତ୍ୟ।


ପିତର ବୁଲି ପଡ଼ି ଦେଖିଲେ ଯେ ଯେଉଁ ଶିଷ୍ୟଙ୍କୁ ଯୀଶୁ ପ୍ରେମ କରୁଥିଲେ, ସେ ସେମାନଙ୍କ ଅନୁଗମନ କରୁଛନ୍ତି। (ସେହି ରାତ୍ରି ଭୋଜନ ବେଳେ, ସେହି ଶିଷ୍ୟ ଯୀଶୁଙ୍କ ଶରୀରରେ ଆଉଜି ପଡ଼ି, ପଗ୍ଭରି ଥିଲେ, “ପ୍ରଭୁ, ଆମ୍ଭ ଭିତରୁ କିଏ ଆପଣଙ୍କ ବିରୁଦ୍ଧରେ ଯିବ?”)


ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଗ୍ଭର ପଠାଇଥିଲେ। ସେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ତାହାଙ୍କର ଶାନ୍ତି ସୁସମାଗ୍ଭର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।


“ତେଣୁ ଇସ୍ରାଏଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭେମାନେ କ୍ରୁଶରେ ବିଦ୍ଧ କରିଛ, ଈଶ୍ୱର ତାହାଙ୍କୁ ପ୍ରଭୁ ଓ ମଶୀହ ପଦରେ ନିଯୁକ୍ତ କରିଛନ୍ତି।”


ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା'ର ଅନେକ ପାପକ୍ଷମା କରି ଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ରେମ ଦେଖାଇଛି। ଯେଉଁ ଲୋକ କ୍ଷମା ପାଇବା ପାଇଁ କମ୍ ଆବଶ୍ୟକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ରେମ ଅନୁଭବ କରିଥାଏ।”


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।


ଯଦି କୌଣସି ଲୋକ ତୁମ୍ଭମାନଙ୍କୁ ଗଧଛୁଆକୁ କାହିଁକି ନେଇ ଯାଉଛ ବୋଲି ପଗ୍ଭରେ, ତେବେ ତୁମ୍ଭେମାନେ ତାହାକୁ କହିବ, ‘ପ୍ରଭୁଙ୍କର ଏହା ଦରକାର ଅଛି। ତା'ପରେ ତାହାକୁ ଶୀଘ୍ର ଫେରାଇ ଦେବେ।’”


ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ। କିଅବା ବନ୍ୟା ତାହା ବୁଡ଼ାଇ ନ ପାରେ। ଯେବେ କେହି ଆପଣାର ସର୍ବସ୍ୱ ବଦଳରେ ପ୍ରେମ କିଣିବା ପାଇଁ ଚେଷ୍ଟା କରେ, ତେବେ ସେ ଲୋକ ସମସ୍ତଙ୍କ ଦ୍ୱାରା ତୁଚ୍ଛୀକୃତ ହେବ।


ଏହାସବୁ ସଦାପ୍ରଭୁଙ୍କ କର୍ମ, କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।


ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବିଶ୍ୱାସ କର। ଅତଏବ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବ ନାହିଁ।


ପ୍ରଥମ ମନୁଷ୍ୟଟି ପୃଥିବୀର ମାଟିରୁ ନିର୍ମିତ ହୋଇଥିଲା; କିନ୍ତୁ ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆସିଥିଲେ।


ଥୋମା ଯୀଶୁଙ୍କୁ କହିଲେ, “ମୋର ପ୍ରଭୁ, ମୋର ପରମେଶ୍ୱର।”


ଯୀଶୁ ଏ କଥା କହିବା ପରେ ଶିଷ୍ୟମାନଙ୍କୁ ତାହାଙ୍କ ହାତ ଗୋଡ଼ ଦେଖାଇଲେ। ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଅତ୍ୟନ୍ତ ଖୁସୀ ହେଲେ।


“କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡ଼ିକ ଜଳେଇ ରଖ।


ଅନ୍ୟ ଶିଷ୍ୟମାନେ ନୌକାରେ କୂଳକୁ ଗଲେ। ସେମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଭିଡ଼ିଲେ। ସେମାନେ କୂଳରୁ ବେଶୀ ଦୂରରେ ନ ଥିଲେ, ଦୂରତ୍ୱ ପ୍ରାୟ ନବେ ମିଟର ଥିଲା।


Swiv nou:

Piblisite


Piblisite