ଯୋହନ 3:16 - ପବିତ୍ର ବାଇବଲ16 ହଁ, ପରମେଶ୍ୱର ଏ ପୃଥିବୀକୁ ଏତେ ପ୍ରେମ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି, ବିନାଶ ହେବେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 କାରଣ ଈଶ୍ଵର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ଵିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ବିନଷ୍ଟ ନ ହୋଇ ଅନ; ଜୀବନ ପ୍ରାପ୍ତ ହୁଏ। Gade chapit laଓଡିଆ ବାଇବେଲ16 କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ । Gade chapit laପବିତ୍ର ବାଇବଲ (CL) NT (BSI)16 ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ନିଜର ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ- ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ। Gade chapit la |
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।