Biblia Todo Logo
Bib sou entènèt

- Piblisite -




ଯୋହନ 3:25 - ପବିତ୍ର ବାଇବଲ

25 ଯୋହନଙ୍କର କେତେକ ଶିଷ୍ୟଙ୍କର ସହିତ ଜଣେ ଯିହୂଦୀଙ୍କର ଯୁକ୍ତିତର୍କ ହେଲା। ସେମାନେ ତାହାଙ୍କ ସହିତ ଧର୍ମସଂକ୍ରାନ୍ତୀୟ ଶୁଚିକରଣ ବିଷୟରେ ତର୍କ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେଥିମଧ୍ୟରେ ଶୌଚକ୍ରିୟା ସମ୍ଵନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା।

Gade chapit la Kopi

ଓଡିଆ ବାଇବେଲ

25 ସେଥିମଧ୍ୟରେ ଶୌଚକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୂଦୀ ସହିତ ବାଦାନୁବାଦ ଘଟିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଦିନେ ଶାସ୍ତ୍ରୀୟ ବିଧି ଅନୁଯାୟୀ ଶୁଚି ହେବା ବିଷୟରେ ଯୋହନଙ୍କ ଶିଷ୍ୟମାନେ ଜଣେ ଇହୁଦୀ ଲୋକ ସହିତ ତର୍କ କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେଥିମଧ୍ୟରେ ଶୁଚିକ୍ରିୟା ସମ୍ବନ୍ଧରେ ଯୋହନଙ୍କ ଶିଷ୍ୟମାନଙ୍କ ପକ୍ଷରୁ ଜଣେ ଯିହୁଦୀ ସହିତ ବାଦାନୁବାଦ ଘଟିଲା।

Gade chapit la Kopi




ଯୋହନ 3:25
9 Referans Kwoze  

ସେହି ସ୍ଥାନରେ ଛଅଟି ପଥରର ବଡ଼ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ୟବହାର କରୁଥିଲେ। ପ୍ରତ୍ୟେକ ଜଳକୁଣ୍ଡରେ ପ୍ରାୟ ଅଶୀରୁ ଶହେ କୋଡିଏ ଲିଟର ପାଣି ଧରୁଥିଲା।


ସେତେବେଳେ ଆମ୍ଭେ ବାପ୍ତିସ୍ମ ବିଷୟରେ ଲୋକଙ୍କୁ ହସ୍ତାର୍ପଣ କରିବା ବିଷୟରେ, ମୃତ୍ୟୁରୁ ପୁନରୁ‌ତ୍‌‌ଥିତ ହେବା ବିଷୟରେ ଓ ଶେଷ ବିଗ୍ଭର ବିଷୟରେ ଶିକ୍ଷା ପାଇଥିଲୁ। କିନ୍ତୁ ଏବେ ଆମ୍ଭେ ସିଦ୍ଧିଲାଭ କରିବାକୁ ଅଗ୍ରସର ହେବା ଉଚିତ୍।


“ତୁମ୍ଭେମାନେ ମନ ପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳରେ ବାପ୍ତିସ୍ମ ଦେଉଛି, କିନ୍ତୁ ମୋ'ପରେ ଯେ ଆସୁଛନ୍ତି, ସେ ମୋ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତା ବୋହି ନେବାକୁ ମଧ୍ୟ ଯୋଗ୍ୟ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।


ସ୍ୱର୍ଗସ୍ଥ ବିଷୟ ଗୁଡ଼ିକର ପ୍ରତିକୃତିଗୁଡ଼ିକ ପଶୁବଳି ଦ୍ୱାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ୱର୍ଗସ୍ଥ ବିଷୟରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।


ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।


ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରିଛ। ଏବେ ତୁମ୍ଭେମାନେ ମନୁଷ୍ୟକୃତ ପରମ୍ପରାକୁ ଧରି ବସିଛ।”


Swiv nou:

Piblisite


Piblisite