Biblia Todo Logo
Bib sou entènèt

- Piblisite -




ଯୋହନ 3:4 - ପବିତ୍ର ବାଇବଲ

4 ନୀକଦୀମ ତାହାଙ୍କୁ କହିଲେ, “କିନ୍ତୁ ଯଦି କୌଣସି ବ୍ୟକ୍ତି ବୃଦ୍ଧ ହୋଇ ସାରିଛି, ତେବେ ସେ କିପରି ପୁନର୍ବାର ଜନ୍ମ ନେଇ ପାରିବ? ଜଣେ ଲୋକ କଦାପି ତା'ର ମାତାର ଗର୍ଭରେ ଆଉ ଥରେ ପ୍ରବେଶ କରି ପାରିବ ନାହିଁ। ତେଣୁ ଜଣେ ବ୍ୟକ୍ତି କଦାପି ଦ୍ୱିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କିପ୍ରକାର ଜନ୍ମ ହୋଇ ପାରେ? ସେ କଅଣ ଦ୍ଵିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ?

Gade chapit la Kopi

ଓଡିଆ ବାଇବେଲ

4 ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇ ପାରେ ? ସେ କ'ଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇ ପାରେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ନିକଦୀମ ପଚାରିଲେ, “ଜଣେ ବୟଃପ୍ରାପ୍ତ ବ୍ୟକ୍ତି ଆଉ ଥରେ କିପରି ଜନ୍ମ ଗ୍ରହଣ କରିପାରିବ? ମାତୃ ଗର୍ଭରେ ପ୍ରବେଶ କରି ସେ କ’ଣ ଦ୍ୱିତୀୟ ଥର ଜନମ ହୋଇ ପାରିବ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇପାରେ? ସେ କଅଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇପାରେ?

Gade chapit la Kopi




ଯୋହନ 3:4
7 Referans Kwoze  

ଯେଉଁ ଲୋକ ଆଧ୍ୟାତ୍ମିକ ନୁହେଁ, ସେ ପରମେଶ୍ୱରଙ୍କ ଆତ୍ମିକ ସତ୍ୟଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟ ଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ୟଗୁଡ଼ିକୁ ବୁଝିପାରେ ନାହିଁ, କାରଣ ସେଗୁଡ଼ିକୁ କେବଳ ଆଧ୍ୟାତ୍ମିକ ଭାବରେ ବିଗ୍ଭର କରି ହେବ।


ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ପୁନର୍ବାର ଜନ୍ମ ନ ହୁଏ, ତେବେ ସେ ଲୋକ ପରମେଶ୍ୱରଙ୍କର ରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।”


ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଶ୍ଚୟ ମନୁଷ୍ୟପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନ କରିବ, ତେବେ ତୁମ୍ଭ ଭିତରେ ପ୍ରକୃତ ଜୀବନ ନାହିଁ।


ଯୀଶୁଙ୍କର ଶିଷ୍ୟମାନେ ଏହିସବୁ କଥା ଶୁଣିଲେ। ସେମାନଙ୍କ ଭିତରୁ ଅନେକ କହିଲେ, “ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରି ପାରିବ?”


ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ଜଳ ଓ ଆତ୍ମାରୁ ହୋଇ ନ ଥାଏ, ତେବେ ସେ କଦାପି ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।


Swiv nou:

Piblisite


Piblisite