Biblia Todo Logo
Bib sou entènèt

- Piblisite -




ଯୋହନ 4:18 - ପବିତ୍ର ବାଇବଲ

18 ପ୍ରକୃତରେ ତୁମ୍ଭର ପାଞ୍ଚ ଜଣ ସ୍ୱାମୀ ଥିଲେ। ତୁମ୍ଭେ ବର୍ତ୍ତମାନ ଯେଉଁ ଲୋକ ସହିତ ରହିଛ, ସେ ତୁମ୍ଭର ସ୍ୱାମୀ ନୁହେଁ। ତୁମ୍ଭେ ମୋତେ ସତ୍ୟ କହିଲ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କାରଣ ତୁମ୍ଭର ପାଞ୍ଚ ସ୍ଵାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ଵାମୀ ନୁହେଁ; ଏହା ସତ୍ୟ କହିଅଛ।

Gade chapit la Kopi

ଓଡିଆ ବାଇବେଲ

18 କାରଣ ତୁମ୍ଭର ପାଞ୍ଚ ସ୍ୱାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ୱାମୀ ନୁହେଁ; ଏହା ସତ୍ୟ କହିଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତୁମର ପାଞ୍ଚ ଜଣ ସ୍ୱାମୀ ଥିଲେ, କିନ୍ତୁ ବର୍ତ୍ତମାନ ଯାହା ସହିତ ରହୁଛ, ସେ ତୁମର ସ୍ୱାମୀ ନୁହନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ତୁମ୍ଭର ପାଞ୍ଚ ସ୍ୱାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ୱାମୀ ନୁହେଁ; ଏହା ସତ୍ୟ କହିଅଛ।”

Gade chapit la Kopi




ଯୋହନ 4:18
16 Referans Kwoze  

ସଦାପ୍ରଭୁ କହନ୍ତି, ଯେପରି କୌଣସି ସ୍ତ୍ରୀ ନିଜ ସ୍ୱାମୀ ପ୍ରତି ବିଶ୍ୱାସଘାତକତା କରି ପରିତ୍ୟାଗ କରେ, ତୁମ୍ଭେ ଇସ୍ରାଏଲ ସେହିପରି ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛ।


ଏବଂ ଯଦି ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ପୁରୁଷକୁ ବିବାହ କରେ ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।”


କିନ୍ତୁ ଯେତେବେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ଅବସ୍ଥାରେ, ଆଉ ଜଣକୁ ବିବାହକରେ, ବ୍ୟବସ୍ଥା କୁହେ ଯେ, ସେ ବ୍ୟଭିଗ୍ଭର ଦୋଷରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ୱାମୀ ମରି ଯାଏ, ତାହାହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଏ। ଅତଏବ, ଯଦି ସେହି ସ୍ତ୍ରୀଲୋକ ସ୍ୱାମୀର ମୃତ୍ୟୁ ପରେ ଆଉ ଜଣକୁ ବିବାହକରେ, ସେ ବ୍ୟଭିଗ୍ଭର ଦୋଷରେ ଆଉ ଦୋଷୀ ହୁଏ ନାହିଁ।


ତୁମ୍ଭେ ଜଣେ ବ୍ୟଭିଗ୍ଭରିଣୀ ସ୍ତ୍ରୀ, ତୁମ୍ଭେ ସ୍ୱାମୀକୁ ଛାଡ଼ି ଆଗନ୍ତୁକ ପୁରୁଷମାନଙ୍କୁ ଯୌନ ସହଚର ରୂପେ ପସନ୍ଦ କଲ।


ମୁଁ ମଧ୍ୟ ମୋୟାବ ଦେଶୀୟ ମୃତ ମହଲୋନର ବିଧବା ସ୍ତ୍ରୀ ଋତକୁ ମୋର ସ୍ତ୍ରୀ ରୂପେ ଗ୍ରହଣ କଲି। ଯାହାଫଳରେ ମୃତ ବ୍ୟକ୍ତିର ଜମିଜମା ସବୁ ତା'ର ପରିବାରରେ ରହିବ। ଏହି ପ୍ରକାରରେ ମୃତ ଲୋକର ନାମ ପୁରାପୁରି ଭୂଲି ହେବ ନାହିଁ। ଆପଣମାନେ ସମସ୍ତେ ଆଜି ଏହାର ସାକ୍ଷୀ।”


“ଏହା ଈର୍ଷାଜନକ ବ୍ୟବସ୍ଥା, ଯଥା: ସ୍ତ୍ରୀ ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମୀ ହୋଇ ଅଶୁଚି ହେଲେ।


କିନ୍ତୁ ଭାଇମାନେ କହିଲେ, “ସେହି ଲୋକମାନେ ଆମ ଭଉଣୀ ପ୍ରତି ଏକ ବେଶ୍ୟା ଭଳି ବ୍ୟବହାର କରି ଠିକ୍ କରି ନାହାନ୍ତି।”


ସେହି ଦେଶର ରାଜା ଥିଲେ ହମୋର। ତାଙ୍କର ପୁତ୍ର ଶିଖିମ ଦୀଣାକୁ ଦେଖିଲା। ଶିଖିମ ଦୀଣାକୁ ବଳପୂର୍ବକ ନେଇଗଲା ଏବଂ ତାକୁ ଧର୍ଷଣ କଲା।


କିନ୍ତୁ ଏକ ରାତିରେ, ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀଲୋକକୁ ଆଣିଛ ସେ ବିବାହିତା।”


ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ।


ସ୍ତ୍ରୀଲୋକଟି କହିଲା, “କିନ୍ତୁ ମୋର ସ୍ୱାମୀ ନାହିଁ।” ଯୀଶୁ କହିଲେ, “ଠିକ୍ କଥା କହିଛ ତୁମ୍ଭର ସ୍ୱାମୀ ନାହିଁ।


ସ୍ତ୍ରୀଲୋକଟି କହିଲା, “ମହାଶୟ, ମୁଁ ଜାଣିପାରୁଛି, ଆପଣ ଜଣେ ଭବିଷ୍ୟ‌‌‌ଦ୍‌‌‌ବକ୍ତା।


ଏଣୁ ହେ ଗଣିକା, ସଦାପ୍ରଭୁଙ୍କ ବାକ୍ୟ ଶୁଣ।


ଯୀଶୁ ତାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀଙ୍କୁ ଡାକି ଏଠାକୁ ଆସ।”


Swiv nou:

Piblisite


Piblisite