Biblia Todo Logo
Bib sou entènèt

- Piblisite -




ଯୋହନ 4:22 - ପବିତ୍ର ବାଇବଲ

22 ତୁମ୍ଭେ ଶମିରୋଣୀୟମାନେ କିଛି ନ ଜାଣି ନ ବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯିହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆସେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଯାହା ତୁମ୍ଭେମାନେ ଜାଣ ନାହିଁ, ତାହା ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ।

Gade chapit la Kopi

ଓଡିଆ ବାଇବେଲ

22 ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୂଦୀମାନଙ୍କ ମଧ୍ୟରୁ ଆସେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ତୁମେ ଶମିରୋଣୀୟମାନେ କାହାର ଉପାସନା କରୁଛ, ପ୍ରକୃତରେ ଜାଣ ନାହିଁ; କିନ୍ତୁ ଆମେ ଇହୁଦୀମାନେ ଜାଣୁ ଆମେ କାହାର ଉପାସନା କରୁଛୁ, କାରଣ ଇହୁଦୀମାନଙ୍କଠାରୁ ପରିତ୍ରାଣର ସନ୍ଧାନ ମିଳେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ।

Gade chapit la Kopi




ଯୋହନ 4:22
20 Referans Kwoze  

ମୁଁ ନଗରର ଗ୍ଭରିପାଖରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବେଦୀ ଦେଖିଲି ଯାହା ଉପରେ ଲେଖାଥିଲା, ‘ଏକ ଈଶ୍ୱର ଯାହାଙ୍କୁ ଆମ୍ଭେ ଜାଣି ନାହୁଁ।’ ତେଣୁ ତୁମ୍ଭେମାନେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗରେ ପ୍ରଗ୍ଭର କରୁଛି।


ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।


ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।


ପୂର୍ବରୁ ପରମେଶ୍ୱର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫେରି ଆସିବା ପାଇଁ ଆଦେଶ ଦିଅନ୍ତି।


ପରମେଶ୍ୱର ଯାକୁବକୁ ଆପଣା ଆଦେଶ ଦେଲେ, ପରମେଶ୍ୱର ଇସ୍ରାଏଲ ପ୍ରତି ଆପଣା ବ୍ୟବସ୍ଥା ଓ ବିଧି ପ୍ରକାଶ କଲେ!


କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରେ ଜାତ। ମାତ୍ର ସେହି ଗୋଷ୍ଠୀର ଯାଜକମାନଙ୍କ ବିଷୟରେ ମୋଶା କହିନାହାନ୍ତି।


ହେ ସିୟୋନର କନ୍ୟା ଆନନ୍ଦ କର! ହେ ଯିରୁଶାଲମର କନ୍ୟା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି। ସେ ଅତ୍ୟନ୍ତ ନମ୍ର। ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି।


ଆମ୍ଭର ପରମେଶ୍ୱର ହେଉଛନ୍ତି ପରମେଶ୍ୱର ଯିଏକି ରକ୍ଷା କରନ୍ତି। ଆମ୍ଭମାନଙ୍କର ସଦାପ୍ରଭୁ ମୃତ୍ୟୁଠାରୁ ରକ୍ଷା କରନ୍ତି।


ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।”


ପରମେଶ୍ୱର ମୋର ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ୱାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମୋତେ ରକ୍ଷା କରନ୍ତି। ଯିହୋବାଃ ସଦାପ୍ରଭୁ ମୋର ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।”


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ୱୟ ମଧ୍ୟରୁ ବିଗ୍ଭରକର୍ତ୍ତାର ଯଷ୍ଟି ଯିବ ନାହିଁ। ତା'ର ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର। ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ତେଣୁ ଆନନ୍ଦ କର।


ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶେଷ ସେବକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭେମାନେ ଯେପରି ମନ୍ଦକାର୍ଯ୍ୟରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।”


ସେଥିପାଇଁ, ପ୍ରଥମ ଗଛର ସେ ଭଙ୍ଗା ଡାଳଗୁଡ଼ିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେମାନେ ପ୍ରଥମ ଗଛର ଚେରକୁ ଜୀବନ ପ୍ରଦାନ କରୁ ନାହଁ, ବରଂ ସେହି ଚେର ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି।


Swiv nou:

Piblisite


Piblisite