Biblia Todo Logo
Bib sou entènèt

- Piblisite -




ଯୋହନ 4:32 - ପବିତ୍ର ବାଇବଲ

32 କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୋ’ ପାଖରେ ଏପରି ଖାଦ୍ୟ ଅଛି, ଯାହା ବିଷୟରେ ତୁମ୍ଭେମାନେ ଜାଣ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି।

Gade chapit la Kopi

ଓଡିଆ ବାଇବେଲ

32 କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୋ’ ପାଖରେ ଯେଉଁ ଖାଦ୍ୟ ଅଛି, ତାହା ବିଷୟରେ ତୁମ୍ଭେମାନେ କିଛି ଜାଣ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି।”

Gade chapit la Kopi




ଯୋହନ 4:32
13 Referans Kwoze  

ମୁଁ ସବୁବେଳେ ପରମେଶ୍ୱରଙ୍କ ଆଦେଶ ମାନିଛି। ମୁଁ ପରମେଶ୍ୱରଙ୍କ ମୁଖରୁ ନିସୃତ ବାଣୀକୁ ମୋର ପ୍ରିୟ ଖାଦ୍ୟଠାରୁ ଅଧିକ ଭଲ ପାଇଛି।


ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର।


ତୁମ୍ଭର ପ୍ରତିଜ୍ଞା ସର୍ବଦା ମୋ’ ପାଟିକୁ ମହୁଠାରୁ ଅଧିକ ମଧୁର ଲାଗେ।


ତୁମ୍ଭର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ୟ ଦ୍ୱାରା ମୋର ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।


ମନୁଷ୍ୟର ଉଦର ତା'ର ମୁଖ ଫଳରେ ପୂର୍ଣ୍ଣ ହୁଏ। କିନ୍ତୁ ସେ ଆପଣା ଓଷ୍ଠର କଥାରେ ତୃପ୍ତ ହୁଏ।


ଯଦି ଜଣେ ଲୋକ ଦୁଃଖ କରେ, ତା'ର ଅନ୍ତରର ବେଦନା ଅନ୍ୟ କେହି ଜାଣନ୍ତି ନାହିଁ; ସେହିପରି ଜଣେ ଲୋକ ଆନନ୍ଦ ପାଇଲେ ତା'ର ଆନନ୍ଦ ଅନ୍ୟ କେହି ଅନୁଭବ କରିପାରେ ନାହିଁ।


ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ। ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।


ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି।


“ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍। “ଯେ ବିଜୟୀ ହୁଏ, ତାହାକୁ ମୁଁ ଗୁପ୍ତ ମାନ୍ନା ଦେବି। “ମୁଁ ତାହାକୁ ଗୋଟିଏ ଧଳା ପଥର ଦେବି, ଯାହା ଉପରେ ଗୋଟିଏ ନୂତନ ନାମ ଲେଖାଥିବ। ଯେଉଁ ବ୍ୟକ୍ତି ଏହି ପଥର ପାଇବ, ତାହାଛଡ଼ା କୌଣସି ଲୋକ ଏହି ନୂତନ ନାମ ବିଷୟରେ ଜାଣନ୍ତି ନାହିଁ।”


ମୋର ସମସ୍ତ କାର୍ଯ୍ୟ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଏହି ଆଦର୍ଶ ଦେଖାଇଅଛି ଯେ, ଏହିପରି ପରିଶ୍ରମ କରି ଆମ୍ଭେ ଗରିବମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ସମସ୍ତେ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟ ମନେ ରଖିବା ଉଚିତ୍ ଯେ, ‘ଗ୍ରହଣ କରିବା ଅପେକ୍ଷା ଦାନ ଦେବା ଅଧିକ ଶ୍ରେଷ୍ଠ ଅଟେ।’”


ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ। “ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ।


ସ୍ତ୍ରୀଲୋକଟି ନଗରରେ ଥିବା ସମୟରେ, ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କଲେ, “ଗୁରୁ କିଛି ଭୋଜନ କରନ୍ତୁ।”


ତେଣୁ ଶିଷ୍ୟମାନେ ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ, “ତାହାଙ୍କ ଲାଗି କିଏ ଖାଦ୍ୟ ଆଣିଲା କି?”


Swiv nou:

Piblisite


Piblisite