Biblia Todo Logo
Bib sou entènèt

- Piblisite -




ଯୋହନ 6:41 - ପବିତ୍ର ବାଇବଲ

41 “ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଖାଦ୍ୟ,” ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ପ୍ରଗ୍ଭର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ମୁଁ ସ୍ଵର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ, ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

41 ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ, ସେ ଏହା କହିବାରୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ଯୀଶୁ ନିଜକୁ ସ୍ୱର୍ଗକୁ ସ୍ୱର୍ଗରୁ ଆଗତ ଆହାର ବୋଲି କହିବାରୁ ଇହୁଦୀମାନେ ଏ କଥାରେ ଅସନ୍ତୋଷ ଭାବ ପ୍ରକାଶ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ,” ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,

Gade chapit la Kopi




ଯୋହନ 6:41
14 Referans Kwoze  

ମୁଁ ନିଜେ ସେହି ଜୀବନଦାୟକ ଖାଦ୍ୟ।


ପରମେଶ୍ୱରଙ୍କର ଖାଦ୍ୟ କ'ଣ? ପରମେଶ୍ୱରଙ୍କର ଖାଦ୍ୟ ହେଉଛି ଜଣେ ବ୍ୟକ୍ତି ଯିଏ ଜଗତକୁ ଜୀବନ ଦେବା ପାଇଁ ସ୍ୱର୍ଗରୁ ଓହ୍ଲାଇଛନ୍ତି।”


ସେଠାରେ ବହୁତ ଲୋକ ଥିଲେ। ସେମାନଙ୍କ ମଧ୍ୟରୁ ଅନେକେ ଗୋପନରେ ନିଜ ନିଜ ଭିତରେ ଯୀଶୁଙ୍କ ବିଷୟରେ କଥାବାର୍ତ୍ତା ହେଉଥିଲେ। କେତେକ ଲୋକ କହିଲେ, “ସେ ଜଣେ ଉତ୍ତମ ଲୋକ।” କିନ୍ତୁ ଅନ୍ୟମାନେ କହୁଥିଲେ, “ନା, ସେ ଲୋକମାନଙ୍କୁ ପ୍ରତାରଣା କରୁଛି।”


ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନେକ ଶିଷ୍ୟ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ। ସେମାନେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।


ଯୀଶୁଙ୍କର ଶିଷ୍ୟମାନେ ଏହିସବୁ କଥା ଶୁଣିଲେ। ସେମାନଙ୍କ ଭିତରୁ ଅନେକ କହିଲେ, “ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରି ପାରିବ?”


ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତି ଓ ସେମାନଙ୍କର ଦୋଷ ବାହାର କରନ୍ତି। ସେମାନେ ସବୁବେଳେ ନିଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରି ଥା’ନ୍ତି। ସେମାନେ ନିଜ ବିଷୟରେ ଅହଙ୍କାର କରି କଥା କୁହନ୍ତି। ସେମାନେ ନିଜ ସ୍ୱାର୍ଥ ହାସଲ କରିବା ପାଇଁ କେବଳ ଅନ୍ୟ ଲୋକମାନଙ୍କ ସପକ୍ଷରେ ଭଲକଥା କୁହନ୍ତି।


ମୁଁ ସେହି ଖାଦ୍ୟ ଭଳି ନୁହେଁ, ଯାହାକୁ ଆମ୍ଭ ପିତୃପୁରୁଷମାନେ ମରୁଭୂମିରେ ଖାଇଥିଲେ। ସେମାନେ ସେ ଖାଦ୍ୟ ଖାଇଲେ, କିନ୍ତୁ ଅନ୍ୟମାନଙ୍କ ପରି ସେମାନେ ମୃତ୍ୟୁବରଣ କଲେ। ମୁଁ ସ୍ୱର୍ଗରୁ ଆସିଥିବା ଖାଦ୍ୟ। ଏହି ଖାଦ୍ୟ ଯେଉଁ ଲୋକ ଖାଏ ସେ ଅନନ୍ତକାଳ ପାଇଁ ଜୀବିତ ରହେ।”


କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ ଅଭିଯୋଗ କରିବା ବନ୍ଦକର।


ସମସ୍ତେ ଏ କଥା ଦେଖିଲେ। ସେମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।”


ଏହା ଦେଖି ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, ଏହି ବ୍ୟକ୍ତି (ଯୀଶୁ) ପାପୀ ଲୋକମାନଙ୍କୁ ସ୍ୱାଗତ କରୁଛନ୍ତି ଓ ଏପରିକି ସେମାନଙ୍କ ସହିତ ଖାଉଛନ୍ତି।”


ତେଣୁ ଫାରୂଶୀ ଓ ଯିହୂଦୀଶାସ୍ତ୍ରୀମାନେ ଯୀଶୁଙ୍କ ଶିଷ୍ୟମାନଙ୍କ ଆଗରେ ଅଭିଯୋଗ କଲେ, “ତୁମ୍ଭେମାନେ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଏକାଠି ଖିଆପିଆ କରୁଛ?”


ସେମାନଙ୍କ ଭିତରୁ କେତେକଙ୍କ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ୱର୍ଗଦୂତ) ଙ୍କ ହାତରେ ମଲେ।


“ଆପଣ କିଏ?” ଏହା ଯୋହନଙ୍କୁ ପଗ୍ଭରିବା ପାଇଁ ଯିରୁଶାଲମରୁ ଯିହୂଦୀ ନେତାମାନେ କେତେକ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ପାଖକୁ ପଠାଇଲେ। ସେ ସେମାନଙ୍କୁ ସତ କଥା କହିଲେ।


Swiv nou:

Piblisite


Piblisite