Biblia Todo Logo
Bib sou entènèt

- Piblisite -




ଯୋହନ 7:44 - ପବିତ୍ର ବାଇବଲ

44 ଲୋକମାନଙ୍କ ମଧ୍ୟରୁ କେତେକ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଗ୍ଭହିଁଲେ। କିନ୍ତୁ କେହି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

44 ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 କେତେକ ତାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ କେହି ତାଙ୍କ ଉପରେ ହାତ ଦେଇ ପାରିଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ।

Gade chapit la Kopi




ଯୋହନ 7:44
7 Referans Kwoze  

ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କେହି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତେବେଳେ ମଧ୍ୟ ତାହାଙ୍କୁ ହତ୍ୟା କରିବାର ଉଚିତ୍ ସମୟ ହୋଇ ନ ଥିଲା।


ସେହି ରାତିରେ ପ୍ରଭୁ ପାଉଲଙ୍କ ପାଖରେ ଠିଆ ହୋଇ କହିଲେ, “ସାହସୀ ହୁଅ। ତୁମ୍ଭେ ମୋ’ ବିଷୟରେ ଯିରୁଶାଲମରେ ଯେପରି ସାକ୍ଷ୍ୟ ଦେଇଛ ଠିକ୍ ସେହିପରି ରୋମରେ ମଧ୍ୟ ଦେବ।”


ଯୀଶୁ ଏସବୁ କଥା ମନ୍ଦିର ପରିସରରେ ଉପଦେଶ ଦେଲାବେଳେ କହିଲେ। ଦାନ ପାତ୍ରରେ ଦାନ ପକାଉଥିବା ସ୍ଥାନ ନିକଟରେ ଯୀଶୁ ଠିଆ ହୋଇଥିଲେ। କିନ୍ତୁ କେହି ଲୋକ ତାହାଙ୍କୁ ବନ୍ଦୀ କଲେ ନାହିଁ। ଯୀଶୁଙ୍କର ଉଚିତ୍ ସମୟ ସେପର୍ଯ୍ୟନ୍ତ ଆସି ନ ଥିଲା।


ମୁଁ ତୁମ୍ଭ ସହିତ ଅଛି। କେହି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମୋର ଅନେକ ଲୋକ ଏ ନଗରରେ ଅଛନ୍ତି।”


କିନ୍ତୁ ଫାରୂଶୀମାନେ ସେଠାରୁ ବାହାରି ଗଲେ। ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ସେମାନେ ଯୋଜନା କଲେ।


Swiv nou:

Piblisite


Piblisite