ଯୋହନ 8:44 - ପବିତ୍ର ବାଇବଲ44 ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତା'ର ଇଚ୍ଛା ଅନୁସାରେ କାର୍ଯ୍ୟ କରୁଛ। ପ୍ରଥମରୁ ସେ ଜଣେ ଖୁଣୀ। ସେ ସର୍ବଦା ସତ୍ୟର ବିରୁଦ୍ଧ। ତା’ ଭିତରେ କୌଣସି ସତ୍ୟତା ନାହିଁ। ସେ ତା'ର ସ୍ୱଭାବରୁ ମିଛୁଆ। ସେ ମିଥ୍ୟାବାଦୀ, ସେ ମିଥ୍ୟାର ଜନ୍ମଦାତା। Gade chapit laପବିତ୍ର ବାଇବଲ (Re-edited) - (BSI)44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟା-ବାଦୀର ପିତା। Gade chapit laଓଡିଆ ବାଇବେଲ44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା । Gade chapit laପବିତ୍ର ବାଇବଲ (CL) NT (BSI)44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା। Gade chapit la |
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।
କାରଣ ସେମାନଙ୍କର (ଲୋକମାନଙ୍କର) ହୃଦୟ କଠୋର ହୋଇ ଯାଇଛି। ସେମାନଙ୍କର କାନ ଅଛି କିନ୍ତୁ ଶୁଣନ୍ତି ନାହଁ ଏବଂ ସତ୍ୟକୁ ଦେଖିବା ପାଇଁ ମନା କରି ଦେଇଛନ୍ତି। ଫଳରେ ସେମାନେ ତାହାଙ୍କ ଆଖିରେ କିଛି ଦେଖି ପାରିବେ ନାହିଁ। କିମ୍ବା ତାହାଙ୍କ କାନରେ କିଛି ଶୁଣି ପାରିବେ ନାହିଁ, କିମ୍ବା ହୃଦୟରେ କିଛି ବୁଝି ପାରିବେ ନାହିଁ। ଏହା ଘଟିଅଛି କାରଣ ସୁସ୍ଥ ହେବା ପାଇଁ ସେମାନେ ମୋ’ ପାଖକୁ ଆସିବେ ନାହିଁ।’