Biblia Todo Logo
Bib sou entènèt

- Piblisite -




ଯୋହନ 9:5 - ପବିତ୍ର ବାଇବଲ

5 ମୁଁ ଜଗତରେ ଥିବା ପର୍ଯ୍ୟନ୍ତ ଜଗତ ନିମନ୍ତେ ଆଲୋକ ଅଟେ ଓ ସମସ୍ତଙ୍କୁ ଆଲୋକ ଦେଉଥିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।

Gade chapit la Kopi

ଓଡିଆ ବାଇବେଲ

5 ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଏ ଜଗତରେ ଥିବାଯାଏ ମୁଁ ଜଗତର ଆଲୋକ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”

Gade chapit la Kopi




ଯୋହନ 9:5
17 Referans Kwoze  

ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, “ମୁଁ ଜଗତର ଆଲୋକ, ମୋତେ ଯେଉଁ ଲୋକ ଅନୁସରଣ କରେ, ସେ କେବେ ଅନ୍ଧକାରରେ ଗ୍ଭଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।”


ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମୋର ଆସିବାର କାରଣ, ମୋ'ଠାରେ ବିଶ୍ୱାସ ରଖିଥିବା ପ୍ରତ୍ୟେକ ଲୋକ କେବେ ଅନ୍ଧକାରରେ ରହିବ ନାହିଁ।


ପ୍ରଭୁ ଆମ୍ଭକୁ ଏହି ଆଦେଶ ଦେଇଛନ୍ତି: ‘ମୁଁ ତୁମ୍ଭକୁ ଅନ୍ୟ ଜାତୀୟମାନଙ୍କ ପାଇଁ ଗୋଟିଏ ଆଲୋକ ସଦୃଶ କରିଅଛ। ଏହା ଦ୍ୱାରା ପୃଥିବୀର ଶେଷ ଭାଗ ପର୍ଯ୍ୟନ୍ତ ତୁମ୍ଭେମାନେ ପରିତ୍ରାଣ ଆଣି ପାରିବ।’”


ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ: “ହେ! ଶୋଇଥିବା ଲୋକ, ଜାଗି ଉଠ ମୃତ୍ୟୁରୁ ଉଠି ଆସ, ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।”


ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’”


ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।


ଯେଉଁ ଲୋକମାନେ ଅନ୍ଧାରରେ ରହୁଥିଲେ, ସେମାନେ ଏକ ମହାନ ଜ୍ୟୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶରେ ଯେଉଁମାନେ ରହୁଥିଲେ, ସେମାନଙ୍କ ଉପରେ ଜ୍ୟୋତିର ଉଦୟ ହେଲା।”


ସେମାନେ କହିଛନ୍ତି, ଖ୍ରୀଷ୍ଟ ମୃତ୍ୟୁବରଣ କରିବେ ଓ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ ହେଉଥିବା ପ୍ରଥମ ବ୍ୟକ୍ତି ହେବେ। ମୋଶା ଓ ଭାବବାଦୀମାନେ କହିଛନ୍ତି, କେବଳ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦେଖାଇବେ।”


“ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦୟକାଳୀନ ସୂର୍ଯ୍ୟର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପରେ ଝ‌କ୍‌ମକ୍ କରିବ। ଏହା ସୂର୍ଯ୍ୟକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭେମାନେ ବାଛୁରି ସଦୃଶ ଗୁହାଳରୁ ବାହାରି ସ୍ୱାଧୀନ ଓ ସୁଖୀ ହେବ।


ପୁଣି ସଦାପ୍ରଭୁ କହିଲେ, “ତୁମ୍ଭେ ଯାକୁବର ପରିବାରବର୍ଗକୁ ଉ‌‌‌ତ୍‌‌‌ଥାପନ କରିବା ପାଇଁ ଓ ଇସ୍ରାଏଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ। ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ଯେପରି ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ ଆମ୍ଭ କୃତ ପରିତ୍ରାଣ ସ୍ୱରୂପ ହେବ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତିସ୍ୱରୂପ କରିବା।”


ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦେଖାଇବା ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।”


“ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ।


Swiv nou:

Piblisite


Piblisite