Biblia Todo Logo
Bib sou entènèt

- Piblisite -




ଆୟୁବ 1:3 - ପବିତ୍ର ବାଇବଲ

3 ଆୟୁବ 7,000 ମେଣ୍ଢା, 3,000 ଓଟ, 1,000 ଷଣ୍ଢ ଏବଂ 500 ମାଇ ଗଧର ମାଲିକ ଥିଲା। ତା'ର ଅନେକ ଗୁଡ଼ିଏ ଭୃତ୍ୟ ଥିଲେ। ଆୟୁବ ପୂର୍ବାଞ୍ଚଳ ଦେଶମାନଙ୍କ ମଧ୍ୟରେ ସବୁଠାରୁ ବେଶୀ ଧନୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ ଓ ତିନି ହଜାର ଉଷ୍ଟ୍ର ଓ ପାଞ୍ଚ ଶହ ହଳ ବଳଦ ଓ ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅତି ବଡ଼ ପରିବାର ଥିଲା; ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସ ଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ୍ ହୋଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।

Gade chapit la Kopi




ଆୟୁବ 1:3
34 Referans Kwoze  

ମୁଁ ସେମାନଙ୍କର ନେତା ଥିଲେ ବି ସେମାନଙ୍କ ସଙ୍ଗରେ ମିଳିମିଶି ରହିବାକୁ ପସନ୍ଦ କରୁଥିଲି। ମୁଁ ସୈନ୍ୟମାନଙ୍କ ମଧ୍ୟରେ ଜଣେ ରାଜା ଥିଲି। ଯେଉଁମାନେ ଦୁଃଖରେ ଥିଲେ ସେମାନଙ୍କୁ ସାନ୍ତ୍ୱନା ପ୍ରଦାନ କରୁଥିଲି।


ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ୟ ଅଧିକ ଯାହା ତା'ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6,000 ଓଟ, 1,000 ହଳ ବଳଦ, 1,000 ମାଈ ଗଧ ପାଇଲେ।


ସେମାନେ ଏହିପରି କଲେ, କାରଣ ମିଦିୟନୀୟ ଓ ଅମାଲେକୀୟ ଓ ପୂର୍ବ ଦେଶିୟ ଗୋଷ୍ଠୀମାନେ ସର୍ବଦା ଆସି ସେମାନଙ୍କର ଫସଲ ନଷ୍ଟ କରି ଦେଉଥିଲେ।


ପୂର୍ବ ଦେଶୀୟ ଓ ମିଶରୀୟ ଲୋକମାନଙ୍କ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ଥିଲା।


ତହୁଁ ବିଲିୟମ କହିଲେ, “ମୋୟାବର ରାଜା ବାଲାକ୍, ଅରାମଠାରୁ ପୂର୍ବ ଦିଗସ୍ଥିତ ପର୍ବତ ଶ୍ରେଣୀରୁ ମୋତେ ଆଣିଅଛି। ‘ଆସ, ଏବଂ ମୋ’ ନିମନ୍ତେ ଯାକୁବକୁ ଶାପ ଦିଅ। ଇସ୍ରାଏଲକୁ ଅଭିଶାପ ଦେବା ପାଇଁ ଆଉଥରେ ଆସ।’


ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ୍ କରେ, ପୁଣି ତାହା ଦୁଃଖ ନିବାରଣ କରେ।


ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ଦୟା ଦେଖାଇଲେ, ଏବଂ ତାଙ୍କୁ ଗୋରୁ, ଗର୍ଦ୍ଦଭ, ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।


ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଏବଂ ଲ‌ବ୍‌ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶକୁ ଯାତ୍ରା କଲେ।


ଏହା ପରେ ଯାକୁବ ତାଙ୍କର ଯାତ୍ରା ଗ୍ଭଲୁ ରଖିଲେ, ସେ ପୂର୍ବଦିଗସ୍ଥ ଦେଶକୁ ଗଲେ।


ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସେମାନେ ସେଠାରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲା ନାହିଁ।


ହିଜକିୟ ମଧ୍ୟ ବହୁତ ନଗର ନିର୍ମାଣ କଲେ ଏବଂ ସେ ବହୁତ ମେଷ ଓ ଗୋରୁ ପଲ ପାଇଲେ। ପରମେଶ୍ୱର ହିଜକିୟଙ୍କୁ ପ୍ରଚୁର ଧନରତ୍ନ ଦେଇଥିଲେ।


ଉଷିୟ ମରୁଭୂମି ମଧ୍ୟରେ ଦୁର୍ଗମାନ ନିର୍ମାଣ କଲେ। ଆହୁରି ମଧ୍ୟ, ସେ ଅନେକ କୂପ ଖୋଳିଲେ। ପାର୍ବତ୍ୟମୟ ଦେଶ ଓ ସମତଳ ଭୂମିରେ ତାଙ୍କର ପ୍ରଚୁର ପଶୁପଲ ଥିଲା। ପାର୍ବତ୍ୟାଞ୍ଚଳ ଓ ଉତ୍ତମ ଶସ୍ୟ ଉତ୍ପନ୍ନ ହେଉଥିବା ସ୍ଥାନମାନଙ୍କରେ ଉଷିୟଙ୍କର କୃଷକମାନେ ଥିଲେ। ଅଙ୍ଗୁରକ୍ଷେତ୍ର ଗୁଡ଼ିକର ଯତ୍ନ ନେବା ନିମନ୍ତେ ସେ ଲୋକମାନଙ୍କୁ ନିଯୁକ୍ତ କଲେ। ସେ କୃଷିକର୍ମକୁ ଭଲ ପାଉଥିଲେ।


ମୋୟାବର ରାଜା ମେଶା ମେଷାଧିକାରୀ ଥିଲେ। ସେ ଇସ୍ରାଏଲର ରାଜାଙ୍କୁ କରରୂପେ 100,000 ମେଷବତ୍ସର ଓ 100,000 ମେଷର ଲୋମ ପ୍ରତି ବର୍ଷ ଦେଉଥିଲେ।


ମାୟୋନରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ଢା ଏବଂ 1,000 ଛେଳି ଥିଲା। ସେ ଲୋକ ଜଣକ କର୍ମିଲକୁ ମେଣ୍ଢାମାନଙ୍କର ଲୋମ କାଟିବାକୁ ଯାଇଥିଲା।


ସେମାନେ ପଙ୍ଗପାଳର ଦଳପରି ସେମାନଙ୍କର ତମ୍ବୁ ଓ ପଶୁଗୁଡ଼ିକ ସହିତ ଅଧିକ ସଂଖ୍ୟାରେ ଆସିଲେ। ସେମାନେ ଓ ସେମାନଙ୍କର ଓଟଗୁଡ଼ିକ ଅଧିକ ଥିଲେ ଯେ ଏହା ଗଣନା କରିବା ଅସମ୍ଭବ।


ଯଦି ଆମ୍ଭେ ଏପରି କରିବା, ତେବେ ତାଙ୍କର ପଶୁମାନଙ୍କ ଦ୍ୱାରା ଆମ୍ଭେ ଧନୀ ହୋଇ ପାରିବା। ତେଣୁ ଆମ୍ଭେ ସେମାନଙ୍କ ସହିତ ଚୁକ୍ତି କରିବା ଉଚିତ୍। ଏବଂ ସେମାନେ ଏହିଠାରେ ଆମ୍ଭମାନଙ୍କ ସହିତ ବାସ କରିବେ।”


ଅବ୍ରହାମ ମୃତ୍ୟୁ ପୂର୍ବରୁ ସେ ଦାସୀମାନଙ୍କ ପୁତ୍ରଗଣଙ୍କୁ କିଛି ଉପହାର ଦେଲେ ଓ ସେହି ପୁତ୍ରଗଣଙ୍କୁ ପୂର୍ବ ଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। ସେ ସେମାନଙ୍କୁ ଇ‌ସ୍‌ହାକଠାରୁ ଦୂରକୁ ପଠାଇଲେ। ତା'ପରେ ଅବ୍ରହାମ ତାଙ୍କର ସମସ୍ତ ସମ୍ପତ୍ତି ଇ‌ସ୍‌ହାକଙ୍କୁ ଦେଲେ।


ସେହି ସମୟରେ ସେବହ ଓ ସଲମୁନ୍ନ କର୍କୋର ନଗରରେ ଥିଲେ। ସେମାନଙ୍କ ସହିତ 15,000 ସୈନ୍ୟ ଥିଲେ। ଏହି ସୈନ୍ୟମାନେ, ଯେଉଁମାନେ ପୂର୍ବ ଦେଶୀୟ ଲୋକମାନଙ୍କର ସୈନ୍ୟବାହିନୀରେ ରହିଥିଲେ। 120,000 ଜଣ ଶକ୍ତିଶାଳୀ ସୈନ୍ୟ ପୁରାପୁରି ମୃତ୍ୟୁବରଣ କରିଥିଲେ।


ମିଦିୟନୀୟ, ଅମାଲେକୀୟ ଓ ପୂର୍ବ ଦେଶୀୟ ଲୋକମାନେ ଯେଉଁମାନେ ସେଠାରେ ଛାଉଣି କରିଥିଲେ ବହୁସଂଖ୍ୟକ ହେତୁ ପଙ୍ଗପାଳର ଦଳପରି ଦେଖାଗଲେ। ସେମାନଙ୍କର ଏତେଗୁଡ଼ିଏ ଓଟ ଥିଲେ ଯେ, ସେଗୁଡ଼ିକ ସମୁଦ୍ର କୂଳର ବାଲିକଣା ତୁଲ୍ୟ ଦେଖାଗଲେ।


ଦାଉଦ ସେ ଅଞ୍ଚଳର ଲୋକମାନଙ୍କୁ ପରାସ୍ତ କରି ସେମାନଙ୍କର ମେଷ, ଗାଈ, ବଳଦ, ଗଧ, ଓଟ, ଏବଂ ସେମାନଙ୍କର ଲୁଗାପଟା ଆଣି ଆଖୀ‌ଶ୍‌‌କୁ ଦେଉଥିଲେ। କିନ୍ତୁ ଦାଉଦ ସେମାନଙ୍କ ମଧ୍ୟରୁ କୌଣସି ଲୋକଙ୍କୁ ବଞ୍ଚିବାକୁ ଅନୁମତି ଦେଲେ ନାହିଁ।


ଆୟୁବର ପୁଅମାନେ ପାଳି ପାଳି କରି ସେମାନଙ୍କ ଘରେ ଭୋଜି ପ୍ରସ୍ତୁତ କଲେ ଏବଂ ସେମାନଙ୍କ ତିନି ଭଉଣୀଙ୍କୁ ଏହି ଭୋଜିରେ ଯୋଗଦେବାକୁ ନିମନ୍ତ୍ରଣ କଲେ।


ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହାକିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ଯ୍ୟ କରେ ସବୁଥିରେ ଆପଣ ତାକୁ କୃତକାର୍ଯ୍ୟ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥିରେ ସେ ଏତେ ଧନୀ ଯେ, ତା'ର ମେଷପଲ ଓ ଗୋପଲ ସାରାଦେଶରେ ଥିଲେ।


ତୁମ୍ଭେ ମୋତେ କହିପାର, ‘ଜଣେ ଭଲ ଲୋକର ଗୃହକୁ ମୋତେ ଦେଖାଅ। ମୋତେ ମନ୍ଦ ଲୋକ ଯେଉଁଠାରେ ବାସ କରନ୍ତି ଦେଖାଅ।’


ମୁଁ ଧନୀ ଥିଲି। କିନ୍ତୁ ତାହା ମୋତେ ଗର୍ବି କରି ନାହିଁ। ମୁଁ ବହୁତ ଟଙ୍କା ରୋଜଗାର କରିଛି କିନ୍ତୁ ତାହା ମୋତେ ଖୁସୀ କରିପାରି ନାହିଁ।


ଯଦି ପରମେଶ୍ୱର ତାହା କରନ୍ତି, ତେବେ ମୁଁ ଯାହା କରିଛି ସବୁକିଛି ବୁଝାଇ ଦେବି। ଜଣେ ନେତାଭଳି ମୋର ମୁଣ୍ଡ ଟେକି ମୁଁ ପରମେଶ୍ୱରଙ୍କ ପାଖକୁ ଆସିବି।


ଆୟୁବ ତା'ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା'ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ୟ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା'ର ଦୁଇଗୁଣ ସେ ଦେଲେ।


ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଦ୍ୱାରା ପରାଜିତ କେଦରର ଓ ହା‌‌‌ତ୍‌‌‌ସୋରର ରାଜା ସମୂହ ବିଷୟରେ ଏହି ବାର୍ତ୍ତା। ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାଅ ଓ କେଦରର ପରିବାରବର୍ଗକୁ ଆକ୍ରମଣ କର। ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ୱ ହରଣ କର।


ସଦାପ୍ରଭୁ ମୋର ପ୍ରଭୁଙ୍କୁ ସବୁ କ୍ଷେତ୍ରରେ ଅତିଶୟ ଆଶୀର୍ବାଦ କରିଛନ୍ତି। ତେଣୁ ସେ ବଡ଼ ଲୋକ ହୋଇଛନ୍ତି। ଆଉ ସଦାପ୍ରଭୁ ତାହାଙ୍କୁ ପଲ ପଲ ଗୋରୁ, ମେଷ, ସୁନା, ରୂପା, ଦାସଦାସୀ, ଓଟ ଓ ଗଧ ଦେଇଛନ୍ତି।


ଯାକୁବ ଦୁଇଶହ ମାଈଛେଳି ଓ କୋଡ଼ିଏଟି ଛେଳି, ଦୁଇଶହ ମାଈମେଣ୍ଢା ଓ କୋଡ଼ିଏଟି ଅଣ୍ଡିରା ମେଣ୍ଢା ଦେବାକୁ ସ୍ଥିର କଲେ।


ଧନୀ ଲୋକର ବହୁତ ଗାଈ, ବଳଦ ଓ ମେଣ୍ଢାପଲ ଥିଲା।


ପୁଣି ମନହେମ୍ ଏହି ଟଙ୍କା ଇସ୍ରାଏଲର ଧନୀ ଓ ଶକ୍ତିଶାଳୀ ଲୋକଙ୍କଠାରୁ ଆଦାୟ କଲେ। ପ୍ରତ୍ୟେକ ଧନଶାଳୀ ଲୋକଠାରୁ ପଗ୍ଭଶ୍ ଶେକଲ ଲେଖାଏଁ ରୂପା ନେଲେ। ସେ ଅଶୂର ରାଜାଙ୍କୁ ଏହି ଧନ ପାଇବା ପରେ ଇସ୍ରାଏଲ ପରିତ୍ୟାଗ କଲେ ଓ ନିଜ ଦେଶକୁ ଫେରିଗଲେ।


ଇ‌ଶ୍‌ମାୟେଲୀୟ ଓବୀଲ୍ ଓଟମାନଙ୍କର ଦାୟିତ୍ୱରେ ଥିଲେ। ମେରୋଣୋଥୀୟ ଯେହଦୀୟ ଗଧମାନଙ୍କର ଦାୟିତ୍ୱରେ ଥିଲେ।


Swiv nou:

Piblisite


Piblisite