Biblia Todo Logo
Bib sou entènèt

- Piblisite -




ଯୋୟେଲ 2:11 - ପବିତ୍ର ବାଇବଲ

11 ସଦାପ୍ରଭୁ ଉଚ୍ଚ ସ୍ୱରରେ ତାଙ୍କର ସୈନ୍ୟବାହିନୀକୁ ଆହ୍ୱାନ କରନ୍ତି। ତାଙ୍କର ଶିବୀର ଅତି ବିରାଟ। ସେହି ସୈନ୍ୟଗଣ ତାଙ୍କର ଆଦେଶକୁ ପାଳନ କରନ୍ତି। ସେମାନେ ଅତି ଶକ୍ତିଶାଳୀ। ସଦାପ୍ରଭୁଙ୍କର ସେହି ଦିନଟି ଅତି ମହାନ ଓ ଭୟଙ୍କର। କେହି ତାକୁ ଅଟକାଇ ପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମ; ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ।; ଆଉ କିଏ ତାହା ସହ୍ୟ କରି ପାରେ?

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍‍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣି ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରିପାରେ?

Gade chapit la Kopi




ଯୋୟେଲ 2:11
30 Referans Kwoze  

“ମାତ୍ର ସେହି ସମୟ ପାଇଁ କୌଣସି ବ୍ୟକ୍ତି ପ୍ରସ୍ତୁତ ହୋଇ ପାରିବ ନାହିଁ। ସେ ଯେତେବେଳେ ଆସିବେ କେହି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହେବ, ଆଉ ମଧ୍ୟ ପରିଷ୍କାରକାରୀ ରଜକର କ୍ଷାର ସ୍ୱରୂପ ହେବ।


ସଦାପ୍ରଭୁଙ୍କ କ୍ରୋଧ ବିରୁଦ୍ଧରେ କେହି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କ୍ରୋଧକୁ କେହି ସହ୍ୟ କରି ପାରିବେ ନାହିଁ। ତାଙ୍କର କ୍ରୋଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନରେ ପଥରଗୁଡ଼ିକ ଖଣ୍ତ ଖଣ୍ତ ହୋଇଯିବ।


ସେଥିପାଇଁ ଗୋଟିଏ ଦିନ ଭିତରେ ଏହି କ୍ଳେଶ ତାକୁ ଆକ୍ରମଣ କରିବ: ମୃତ୍ୟୁ, ଦୁଃଖଦାୟକ କ୍ରନ୍ଦନ, ମହା କ୍ଷୁଧା। ସେ ଅଗ୍ନିରେ ଜଳିଯିବ, କାରଣ ପ୍ରଭୁ ପରମେଶ୍ୱର ତା'ର ବିଗ୍ଭର କରିଛନ୍ତି ଏବଂ ସେ ସର୍ବଶକ୍ତିମାନ ଅଟନ୍ତି।


ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”


ପୁଣି ସଦାପ୍ରଭୁ ପରମେଶ୍ୱର ସିୟୋନରୁ ଚିତ୍କାର କରିବେ, ସେ ଯିରୁଶାଲମରୁ ମଧ୍ୟ ଚିତ୍କାର କରିବେ। ସେହି ଚିତ୍କାରରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ସଦାପ୍ରଭୁ ପରମେଶ୍ୱର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହେବ। ସେ ମଧ୍ୟ ଇସ୍ରାଏଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହେବେ।


“ଆହା, ସେଦିନ ଅତି ମହାନ। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।


ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି। ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।


ସଦାପ୍ରଭୁଙ୍କର ବିଶେଷଦିନଟି ଆନନ୍ଦର ଦିନ ନ ହୋଇ ଦୁଃଖମୟ ହେବ। ଏହା ଆଲୋକିତ ନ ହୋଇ ଅନ୍ଧକାର ପୂର୍ଣ୍ଣ ହେବ।


ଦୁଃଖ କର, କାରଣ ସଦାପ୍ରଭୁଙ୍କ ସମୟ ଅତି ନିକଟ। ସେହି ସମୟରେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ନିକଟରୁ ଦଣ୍ତ ପ୍ରଳୟ ତୁଲ୍ୟ ଆସିବ।


ମାତ୍ର ସେମାନଙ୍କର ମୁକ୍ତିଦାତା ବଳବାନ, ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ପୁନର୍ବାର ଫେରାଇ ଆଣିବେ। ସେ ପୃଥିବୀକୁ ଶାନ୍ତ ଓ ବାବିଲବାସୀଙ୍କୁ ଉ‌‌ଦ୍‌‌ବିଗ୍ନ କରିବାକୁ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।”


ସଦାପ୍ରଭୁ ମହାନ ବୀର ରୂପେ ବିଜେ କରିବେ, ସେ ଯୋଦ୍ଧା ଭାବରେ ନିଜକୁ ଉତ୍ତେଜିତ କରିବେ ଓ ସେ ଘୋର ଗର୍ଜନ କରିବେ। ନିଜର ଶତ୍ରୁମାନଙ୍କର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।


“ପର୍ବତମାନଙ୍କରେ ହେଉଥିବା କୋଳାହଳ ପ୍ରତି ଧ୍ୟାନ ଦିଅ। ଏହି ବହୁ ଲୋକଙ୍କର କୋଳାହଳ ପରି ଶୁଣାଯାଉଛି। ବହୁ ରାଜ୍ୟର ଲୋକେ ଏକତ୍ରିତ ହୋଇଛନ୍ତି। ସଦାପ୍ରଭୁ ସର୍ବଶକ୍ତିମାନ ତାଙ୍କର ସୈନ୍ୟବାହିନୀକୁ ଏକତ୍ରିତ ହେବାକୁ ଆହ୍ୱାନ ଦେଇଛନ୍ତି।


ତା'ପରେ ବିଲିୟମ କହିଲା, “ଯେତେବେଳେ ପରମେଶ୍ୱର ଏହା କରନ୍ତି, ସେତେବେଳେ କିଏ ବଞ୍ଚିବ?


ସଦାପ୍ରଭୁଙ୍କର ସେହି ମହାନ ଓ ଅ‌‌ଦ୍‌‌ଭୂତ ଦିନର ଆଗମନରେ ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତବର୍ଣ୍ଣ ହୋଇଯିବେ।


“ହେ ଯିରିମିୟ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହି ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କର। ସେମାନଙ୍କୁ କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱସ୍ଥ ହୁଙ୍କାର କରିବେ। ସେ ଆପଣା ପବିତ୍ର ବାସସ୍ଥାନରୁ ଆପଣା ଚିତ୍କାର ଶୁଣାଇବେ। ପୁଣି ସେ ଆପଣା ଲୋକମାନଙ୍କ ଖୁଆଡ଼ ଉପରେ ମହାରବ କରିବେ ଓ ସେ ଦ୍ରାକ୍ଷାରସମର୍ଦ୍ଦନକାରୀମାନଙ୍କ ପରି ପୃଥିବୀବାସୀ ସମସ୍ତଙ୍କ ବିରୁଦ୍ଧରେ ସିଂହାସନ କରିବେ।


ତୁମ୍ଭମାନଙ୍କ ମଧ୍ୟରୁ କେତେକ ସଦାପ୍ରଭୁଙ୍କର ବିଶେଷଦିନ ପାଇଁ ଅପେକ୍ଷା କରିଛ। କିନ୍ତୁ ତୁମ୍ଭେ ଅପେକ୍ଷା କରିବା ଉଚିତ୍ ନୁହଁ। ସଦାପ୍ରଭୁଙ୍କର ସେହି ବିଶେଷ ଦିବସଟି କେବଳ ଗ୍ଭରିଆଡ଼ୁ ଅନ୍ଧକାର ଆଣିବ, ତୁମ୍ଭେ ଆଶା କରିଥିବା ଆଲୋକକୁ ନୁହେଁ।


ଆମୋଷ କହିଲେ: “ସିୟୋନରେ ସଦାପ୍ରଭୁ ସିଂହ ପରି ଗର୍ଜନ କରିବେ। ତାଙ୍କର ଉଚ୍ଚସ୍ୱର ଯିରୁଶାଲମରୁ ଗର୍ଜି ଉଠିବ। ଫଳରେ, ସବୁଜ ଗ୍ଭରଣଭୂମି ମଳିନ ଦେଖାଯିବ ଏବଂ ଶୁଖିଯିବ। ଏପରିକି କର୍ମିଲ ଶୃଙ୍ଗର ଶିଖର ଦେଶ ଶୁଷ୍କ ହେବ।”


“ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କ ମଧ୍ୟକୁ ଆପଣା ଯେଉଁ ମହା ସୈନ୍ୟଦଳ ଅର୍ଥାତ ପଙ୍ଗପାଳ, ଶୂକ ଘୁର୍ଘୁରିୟା ଓ ପରିପକ୍ୱ ତୁମ୍ଭମାନଙ୍କ ବିରୁଦ୍ଧରେ ପଠାଇଲୁ। ସେମାନେ ତୁମ୍ଭମାନଙ୍କର ଯେଉଁ ସମସ୍ତ ଖାଦ୍ୟ ଖାଇ ଦେଲେ। ଆମ୍ଭେ ତାହା ତୁମ୍ଭମାନଙ୍କୁ ଫେରାଇ ଦେବା, ଯାହା ବର୍ଷଧରି ଖାଇଯାଇଛନ୍ତି।


ମୁଁ ଯେଉଁ ଦିନ ତୁମ୍ଭର ଶାସ୍ତି ବିଧାନ ପାଇଁ ବିଗ୍ଭର କରିବି, ସେଦିନ ତୁମ୍ଭର ହୃଦୟ ଓ ଶକ୍ତି ସହିପାରିବ କି? ମୁଁ ସଦାପ୍ରଭୁ ଏହା କହିଅଛି ଓ ଏହା ମୁଁ ସିଦ୍ଧ କରିବି।


“ସେହି ସମୟରେ ସଦାପ୍ରଭୁ ‘ମକ୍ଷିକା’କୁ ଆହ୍ୱାନ ଦେବେ। ସେହି ମକ୍ଷିକା ମିଶରର ନଦୀ ନିକଟରେ ଅଛି। ବର୍ତ୍ତମାନ ‘ମଧୁମକ୍ଷିକା’ ଅଶୂର ଦେଶରେ ଅଛନ୍ତି ଏହି ଶତ୍ରୁଗଣ ତୁମ୍ଭ ରାଜ୍ୟକୁ ଆସିବେ।


ସ୍ୱର୍ଗରୁ ପ୍ରଭୁ ନିଜେ ଓହ୍ଲାଇ ଆସିବେ। ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ହେବ। ମୁଖ୍ୟ ସ୍ୱର୍ଗଦୂତଙ୍କ ସ୍ୱର ଓ ପରମେଶ୍ୱରଙ୍କ ତୂରୀନାଦ ମାଧ୍ୟମରେ ଏହି ଆଦେଶ ଦିଆ ହେବ। ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଛନ୍ତି, ସେମାନେ ପ୍ରଥମରେ ପୁନରୁ‌ତ୍‌‌ଥିତ ହେବେ।


ଆମ୍ଭ ଦେଶକୁ ଆକ୍ରମଣ କରିବାକୁ, ଏକ ବିରାଟ ଶକ୍ତିଶାଳୀ ଜାତି ଆସିଲା। ସେମାନଙ୍କର ସଂଖ୍ୟା ଅଗଣିତ ଥିଲା। ସେମାନଙ୍କର ଦାନ୍ତଗୁଡ଼ିକ ସିଂହର ଦନ୍ତଠାରୁ ତୀ‌‌‌କ୍ଷ୍‌‌‌ଣ ଥିଲା ଏବଂ ସେମାନଙ୍କର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ।


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପରେ ଗୋଟିଏ ବିପଦ ସଙ୍କେତ କରି ପାଟି କର। ସମଗ୍ର ଦେଶବାସୀ ଭୟରେ କମ୍ପିତ ହେବ। ସଦାପ୍ରଭୁଙ୍କର ବିଶେଷ ଦିନ ଆସୁଛି। ସେହି ବିଶେଷ ଦିନଟି ଅତି ସନ୍ନିକଟ।


ତାହା ଏକ ଅନ୍ଧକାର ଓ ତମସାଚ୍ଛନ୍ନ ଦିନ, ତାହା ନିବିଡ଼ ଅନ୍ଧକାର ଓ ମେଘାଛନ୍ନ ଦିନ ହେବ। ସୂର୍ଯ୍ୟୋଦୟରେ ପର୍ବତ ଉପରେ ସୈନ୍ୟମାନେ ଘେରି ଯାଇଥିବାର ତୁମ୍ଭେ ଦେଖିବ। ସେମାନେ ମହାନ ଶକ୍ତିଶାଳୀ ସୈନ୍ୟବାହିନୀ ହେବେ। ପୂର୍ବରୁ ଏପରି କେବେ ହୋଇ ନାହିଁ, ଆଉ ମଧ୍ୟ ଏହା ପୁନର୍ବାର କେବେ ହେବ ନାହିଁ।


ଦଣ୍ତ ବିଗ୍ଭର ଉପତ୍ୟକାରେ ଲୋକାରଣ୍ୟ। ସଦାପ୍ରଭୁଙ୍କର ବିଶେଷ ବିଗ୍ଭରଦିନ ନିକଟବର୍ତ୍ତୀ।


ସବୁଦେଶ ପ୍ରତି ସଦାପ୍ରଭୁଙ୍କ ଦିନ ଆସି ଯାଉଛି। ତୁମ୍ଭେମାନେ ଯେଉଁସବୁ ମନ୍ଦକାର୍ଯ୍ୟ କରିଥିଲ, ତାହା ତୁମ୍ଭମାନଙ୍କ ପକ୍ଷରେ ଘଟିବ। ସେହି ଏକା ପ୍ରକାର ମନ୍ଦ ଜିନିଷ ତୁମ୍ଭମାନଙ୍କ ମୁଣ୍ତ ଉପରକୁ ଫେରି ଆସିବ।


ସଦାପ୍ରଭୁ ଆପଣା ବାଣ ପ୍ରୟୋଗ କଲେ ଓ ଶତ୍ରୁମାନଙ୍କୁ ବିନାଶ କଲେ। ସେ ବିଜୁଳି ମାରି ସେମାନଙ୍କୁ ଉଚ୍ଛିନ୍ନ କଲେ। ଲୋକେ ବୁଝି ପାରିଲେ ନାହିଁ କ’ଣ ସବୁ ଘଟୁଛି।


ସେ ଉଚ୍ଚ ପର୍ବତ ପର୍ଯ୍ୟନ୍ତ ଗଲେ, ସେ ବହୁତ ନିର୍ବାସିତମାନଙ୍କୁ ଆଗେଇ ନେଲେ ଏବଂ ଯଥେଷ୍ଟ ଉପହାରସବୁ ଗ୍ରହଣ କଲେ। ସେମାନଙ୍କଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ।


Swiv nou:

Piblisite


Piblisite