ଯୋୟେଲ 2:2 - ପବିତ୍ର ବାଇବଲ2 ତାହା ଏକ ଅନ୍ଧକାର ଓ ତମସାଚ୍ଛନ୍ନ ଦିନ, ତାହା ନିବିଡ଼ ଅନ୍ଧକାର ଓ ମେଘାଛନ୍ନ ଦିନ ହେବ। ସୂର୍ଯ୍ୟୋଦୟରେ ପର୍ବତ ଉପରେ ସୈନ୍ୟମାନେ ଘେରି ଯାଇଥିବାର ତୁମ୍ଭେ ଦେଖିବ। ସେମାନେ ମହାନ ଶକ୍ତିଶାଳୀ ସୈନ୍ୟବାହିନୀ ହେବେ। ପୂର୍ବରୁ ଏପରି କେବେ ହୋଇ ନାହିଁ, ଆଉ ମଧ୍ୟ ଏହା ପୁନର୍ବାର କେବେ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତତ୍ତୁଲ୍ୟ ଗୋଷ୍ଠୀ କେବେ ହୋଇ ନାହିଁ,, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପୁରୁଷର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ। Gade chapit laଓଡିଆ ବାଇବେଲ2 ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ। Gade chapit la |
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।