Biblia Todo Logo
Bib sou entènèt

- Piblisite -




ଯୋୟେଲ 3:11 - ପବିତ୍ର ବାଇବଲ

11 ହେ ସବୁ ରାଜ୍ୟ! ଚଞ୍ଚଳ ହୁଅ। ଗୋଟିଏ ସ୍ଥାନରେ ଏକତ୍ରିତ ହୁଅ। ହେ! ପରମେଶ୍ୱର! ଆପଣଙ୍କର ଶକ୍ତିଶାଳୀ ବୀରମାନଙ୍କୁ ନେଇ ଆସନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ।

Gade chapit la Kopi

ଓଡିଆ ବାଇବେଲ

11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଲାଇ ଆଣ।

Gade chapit la Kopi




ଯୋୟେଲ 3:11
14 Referans Kwoze  

ପୁଣି ପରମେଶ୍ୱର କହିଲେ, “ମୁଁ ସେହି ଲୋକମାନଙ୍କୁ ଅନ୍ୟ ଲୋକମାନଙ୍କଠାରୁ ଅଲଗା କରିଥିଲି। ମୁଁ ସେମାନଙ୍କୁ ନିଜେ ଆଦେଶ ଦେବି। ମୁଁ ବୃଦ୍ଧ, ମୋର ଉତ୍ତମ ଲୋକମାନଙ୍କୁ ଏକତ୍ରିତ କରିଛି, ସେମାନେ ଲୋକମାନଙ୍କୁ ଦଣ୍ଡ ଦେବେ। ମୁଁ ଏହି ସୁଖୀ ଲୋକମାନଙ୍କ ପାଇଁ ଗର୍ବିତ।


ସଦାପ୍ରଭୁ କହିଲେ, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭର ଅପେକ୍ଷାରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ୟଗଣକୁ ଏକତ୍ରିତ କରିବା। ଆମ୍ଭେ ଆପଣା କ୍ରୋଧ ସେମାନଙ୍କ ଉପରେ ଢାଳି ଦେବା। ଆମ୍ଭେ ଆପଣା ପ୍ରଚଣ୍ତ କ୍ରୋଧ ଦେଖାଇବା। ଆମ୍ଭର କ୍ରୋଧରେ ସମଗ୍ର ପୃଥିବୀ ଧ୍ୱଂସ ହେବ।


ସ୍ୱର୍ଗର ସେନାବାହିନୀଗଣ ତାହାଙ୍କର ଅନୁଗମନ କରୁଥିଲେ। ସେମାନେ ମଧ୍ୟ ଶ୍ୱେତଅଶ୍ୱ ଉପରେ ବସିଥିଲେ। ସେମାନେ ସୂକ୍ଷ୍ମ ପରିଷ୍କୃତ, ଶୁଭ୍ରବସ୍ତ୍ର ପିନ୍ଧିଥିଲେ।


ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ୟ ଶାନ୍ତି ଦେବେ। ଯେତେବେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ୱର୍ଗଦୂତମାନଙ୍କ ସହିତ ସ୍ୱର୍ଗରୁ ଆସିବେ, ସେତେବେଳେ ପରମେଶ୍ୱର ଆମ୍ଭର ଦୁଃଖ ଉପଶମ କରିଦେବେ।


ସେହି ଲୋକମାନଙ୍କର ନିଜର ମନ୍ତ୍ରଣା ଅଛି। କିନ୍ତୁ ସେମାନେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ। ସଦାପ୍ରଭୁ ସେମାନଙ୍କୁ ଏକ ସ୍ୱତନ୍ତ୍ର ଉଦ୍ଦେଶ୍ୟରେ ଏଠାକୁ ଆଣିଛନ୍ତି, ସେମାନଙ୍କୁ ଶସ୍ୟ ଖଳାରେ ଶସ୍ୟ ପେଶିଲା ପରି ଦଳି ଦେବେ।


ଆମ୍ଭେ ମଧ୍ୟ ସମସ୍ତ ରାଜ୍ୟକୁ ଏକତ୍ରିତ କରିବା। ସେହି ସମୟରେ, ଆମ୍ଭେ ସବୁ ରାଜ୍ୟକୁ ଯିହୋଶାଫଟ୍ ଉପତ୍ୟକାକୁ ଓହ୍ଲାଇ ଆଣିବା। ସେଠାରେ ଆମ୍ଭେ ସେମାନଙ୍କର ବିଗ୍ଭର କରିବା। ସେହି ଗୋଷ୍ଠୀଗୁଡ଼ିକ ଆମ୍ଭ ଇସ୍ରାଏଲର ଲୋକମାନଙ୍କୁ ଛିନ୍ନଭିନ୍ନ କରିଛନ୍ତି। ସେମାନେ ଆମ୍ଭର ଲୋକମାନଙ୍କୁ ଅନ୍ୟ ସ୍ଥାନକୁ ଜୋର୍ କରି ନିର୍ବାସିତ କରି ଦେଇଛନ୍ତି। ସେମାନେ ଆମ୍ଭର ଭୂମି ସେମାନଙ୍କ ମଧ୍ୟରେ ଭାଗ କରିଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା।


ଏହା ପରେ ସେହି ରାତ୍ରିରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ 185,000 ଲୋକଙ୍କୁ ସଂହାର କଲେ। ଯେତେବେଳେ ପ୍ରଭାତରେ ଲୋକମାନେ ଉଠିଲେ, ସେମାନଙ୍କ ଚତୁର୍ଦ୍ଦିଗରେ କେବଳ ଶବମାନ ଦେଖିଲେ।


ସଦାପ୍ରଭୁ ତାଙ୍କର କୁଠାର ସାହାଯ୍ୟରେ ଅରଣ୍ୟକୁ କାଟି ପକାଇବେ। ଲିବାନୋ‌ନ୍‌ର ମହାନ ବୃକ୍ଷର ପତନ ଘଟିବ।


ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।


Swiv nou:

Piblisite


Piblisite