Biblia Todo Logo
Bib sou entènèt

- Piblisite -




ଯୂନସ 2:4 - ପବିତ୍ର ବାଇବଲ

4 ତା'ପରେ ମୁଁ ଭାବିଲି, ‘ବର୍ତ୍ତମାନ ନିଶ୍ଚୟ ମୋତେ ତୁମ୍ଭ ଦୃଷ୍ଟିପାତରୁ ଦୂରେଇ ଦିଆଯାଇଛି।’ କିନ୍ତୁ ମୁଁ ପୁଣି ଥରେ ତୁମ୍ଭର ପବିତ୍ର ମନ୍ଦିର ଦେଖିବାକୁ ଗ୍ଭହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି।

Gade chapit la Kopi




ଯୂନସ 2:4
20 Referans Kwoze  

ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।” କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।


କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ, ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି। ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।


ଦେଖ, ମୋର ଦୁଃଖ ଗ୍ଭଲିଯାଇଛି, ବର୍ତ୍ତମାନ ମୋର ଶାନ୍ତି ଆସିଛି। ମାତ୍ର ତୁମ୍ଭେ ମୋତେ ପ୍ରେମ କରି ବିନାଶ କୂପରୁ ମୋର ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମୋତେ କ୍ଷମା କରି ମୋର ସମସ୍ତ ପାପକୁ ପଛକୁ ପକାଇ ଦେଇଛ।


ଆଉ, ତା'ପରେ ସେମାନେ ବନ୍ଦୀରୂପେ ରହିଥିବା ଦେଶରେ ସେମାନଙ୍କର ସମସ୍ତ ହୃଦୟ ଓ ଆତ୍ମା ସହିତ ତୁମ୍ଭ ନିକଟକୁ ଫେରିବେ। ଆଉ ସେମାନେ ସେମାନଙ୍କର ଦେଶ, ଯେଉଁ ଦେଶ ତୁମ୍ଭେ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିଲ ଓ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଗ୍ଭହିଁ ପ୍ରାର୍ଥନା କରିବେ। ଆଉ ମୁଁ ତୁମ୍ଭ ନାମ ନିମନ୍ତେ ନିର୍ମାଣ କରିଥିବା ମନ୍ଦିର ଆଡ଼େ ଗ୍ଭହିଁ ସେମାନେ ପ୍ରାର୍ଥନା କରିବେ।


ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଥିଲେ। ଯେତେବେଳେ ନୂତନ ବିଧି ବିଷୟରେ ଲେଖା ସ୍ୱାକ୍ଷାରିତ ହୋଇଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କୋଠରୀର ଝରକା ଯିରୁଶାଲମ ଆଡ଼େ ମେଲା ଥିଲା। ସେ ପୂର୍ବପରି ଆଣ୍ଠୁମାଡ଼ି ଦିନ ମଧ୍ୟରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କୁ ଧନ୍ୟବାଦ ପ୍ରଦାନ କଲେ।


ଯେପରି ଇଫ୍ରୟିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନେଇଥିଲୁ, ସେହିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂରେଇ ଦେବା।’


ତା'ପରେ ସଦାପ୍ରଭୁ, ମୋର ପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଏହି ଅସ୍ଥିସକଳ ଇସ୍ରାଏଲ ସମୁଦାୟ ପରିବାର ଅଟନ୍ତି। ଏବଂ ସେମାନେ କହନ୍ତି, ‘ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଆଶା ଭରସା ଲୋପ ପାଇଛି ଓ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇଅଛୁ।’


ଅନନ୍ତର ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯଦିଓ ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୋଇ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର। ସେମାନଙ୍କୁ ବାହାରି ଯିବାକୁ କୁହ।


ମାତ୍ର ସିୟୋନ କହେ, “ସଦାପ୍ରଭୁ ମୋତେ ପରିତ୍ୟାଗ କରିଛନ୍ତି। ମୋର ପ୍ରଭୁ ମୋତେ ଭୁଲି ଯାଇଛନ୍ତି।”


ଯଦି ସେହି ବନ୍ଦୀମାନେ ସେହି ଦୂର ଦେଶରେ ସେମାନଙ୍କର ହୃଦୟ ସହକାରେ ତୁମ୍ଭ ପ୍ରତି ଫେରନ୍ତି। ପୁଣି ତୁମ୍ଭେ ସେମାନଙ୍କର ପୂର୍ବପୁରୁଷଗଣଙ୍କୁ ଦେଇଥିବା ଦେଶକୁ, ତୁମ୍ଭର ମନୋନୀତ ନଗରକୁ ତୁମ୍ଭ ସମ୍ମାନାର୍ଥେ ମୁଁ କରିଥିବା ମନ୍ଦିରକୁ ଫେରି ଆସନ୍ତି।


“ମୁଁ ଜୀବନର ସବୁ ଆଶା ଛାଡ଼ିଥିଲି କିନ୍ତୁ ତା'ପରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିରରୁ ମୋର ପ୍ରାର୍ଥନା ଶୁଣିଲ।


ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି। ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।


ତୁମ୍ଭେ ମୋତେ ପୃଥିବୀର ଗାଢ଼ ଅନ୍ଧକାରର ଗଭୀର ସ୍ଥାନରେ ରଖିଅଛ।


ତୁମ୍ଭ କ୍ରୋଧରେ ମୁଁ ବୋଝ ଅନୁଭବ କଲି। ତୁମ୍ଭର ସମସ୍ତ ଢେଉ ମୋତେ ଓଲଟ ପାଲଟ କରି ପକାଏ। ସେଲା


ମୋ’ ମସ୍ତକ ଉପରେ ଜଳ ବହିଗଲା ଓ ମୁଁ କହିଲି, “ମୁଁ ଶେଷ ହେଲି।”


Swiv nou:

Piblisite


Piblisite