Biblia Todo Logo
Bib sou entènèt

- Piblisite -




ଯୂନସ 3:4 - ପବିତ୍ର ବାଇବଲ

4 ଯୂନସ ନଗରର କେନ୍ଦ୍ରସ୍ଥଳୀକୁ ଯାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧ୍ୟରେ ଆରମ୍ଭ କଲେ। ଯୂନସ କହିଲେ, “ଗ୍ଭଳିଶ୍ ଦିନ ପରେ ନୀନିବୀ ଧ୍ୱଂସ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”

Gade chapit la Kopi




ଯୂନସ 3:4
10 Referans Kwoze  

ଯଦି କୌଣସି ଭବିଷ୍ୟ‌ଦ୍‌ବକ୍ତା କହେ ସେ ସଦାପ୍ରଭୁଙ୍କ ନାମ ଅନୁସାରେ କହୁଅଛି, କିନ୍ତୁ ସେପରି ଯଦି କିଛି ନ ହୁଏ, ତେବେ ତୁମ୍ଭେମାନେ ଜାଣିବ ଯେ ସଦାପ୍ରଭୁ ଏପରି କହି ନାହାନ୍ତି। ତୁମ୍ଭେମାନେ ଏହା ଜାଣିବ ଯେ ସେହି ଭବିଷ୍ୟ‌ଦ୍‌ବକ୍ତା ଜଣକ ତାଙ୍କର ମନରୁ ଏପରି କହୁଛନ୍ତି। ତୁମ୍ଭେମାନେ ଏପରି ଲୋକମାନଙ୍କୁ ଭୟ କରିବ ନାହିଁ।


ଲୋକମାନେ ଯାହା କଲେ ପରମେଶ୍ୱର ସବୁ ଦେଖିଲେ। ସେମାନେ ମନ୍ଦକାର୍ଯ୍ୟ ବନ୍ଦ କରିବା ପରମେଶ୍ୱର ଦେଖିଲେ। ତେଣୁ ସେ ତାଙ୍କର ମନ ବଦଳାଇଲେ ଏବଂ ଯାହା ଯୋଜନା କରିଥିଲେ ତାହା କଲେ ନାହିଁ। ସେ ଲୋକମାନଙ୍କୁ ଆଉ ଦଣ୍ତ ଦେଲେ ନାହିଁ।


ଆମ୍ଭେ ତୁମ୍ଭର ଆୟୁଷ ପନ୍ଦର ବର୍ଷ ବୃଦ୍ଧି କରିବୁ। ପୁଣି ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବୁ। ଏହା ମୁଁ ନିଜ ସକାଶେ ଓ ଆମ୍ଭର ସେବକ ଦାଉଦଙ୍କ ସକାଶେ ଏହି ନଗରକୁ ରକ୍ଷା କରିବି।’”


ସେ ସମୟରେ ହିଜକିୟ ଅସୁସ୍ଥ ହେଲେ ଏବଂ ମୃତ୍ୟୁବରଣ କରିବା ଉପରେ ହେଲେ। ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ କହନ୍ତି, ‘ତୁମ୍ଭେ ତୁମ୍ଭର ଗୋଟିଏ ଇଚ୍ଛା, ପରିବାର ସଭ୍ୟମାନଙ୍କ ନିମନ୍ତେ ଲେଖ କାରଣ ତୁମ୍ଭେ ନିଶ୍ଚୟ ମରିବ।’”


ଯେଉଁ ଦିନ ବିଗ୍ଭର ହେବ, ସେହି ଦିନ ନୀନିବୀର ଲୋକମାନେ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହେବେ ଏବଂ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ଯେତେବେଳେ ଯୂନସ ସେମାନଙ୍କୁ ଉପଦେଶ ଦେଲେ ନୀନିବୀର ଲୋକେ ନିଜ ନିଜର ହୃଦୟ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଯୂନସଙ୍କ ଅପେକ୍ଷା ଅଧିକ ମହାନ୍।


ଯୂନସ ଯେପରି ନୀନିବୀୟମାନଙ୍କ ପାଇଁ ଚିହ୍ନ ସ୍ୱରୂପ ହେଲେ, ସେହିଭଳି ଏହି ସମୟର ଲୋକମାନଙ୍କ ପାଇଁ ମନୁଷ୍ୟପୁତ୍ର ମଧ୍ୟ ଚିହ୍ନ ସ୍ୱରୂପ ହେବେ।


“ବିଗ୍ଭର ହେବା ଦିନ ନୀନିବୀର ଲୋକମାନେ ଏହି ସମୟରେ ବଞ୍ଚିଥିବା ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ସେମାନେ ଯୂନସଙ୍କ ଉପଦେଶ ଶୁଣି ନିଜର ହୃଦୟ ଓ ଜୀବନଯାପନ ପ୍ରଣାଳୀ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଯୂନସଙ୍କ ଅପେକ୍ଷା ମହାନ୍ ଅଟେ।


ସେଥି ସକାଶେ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ୟ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହେବେ। କାରଣ ସଦାପ୍ରଭୁ ନ୍ୟାୟ ବିଗ୍ଭରକାରୀ ପରମେଶ୍ୱର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ୟ।


‘ଯଦି ତୁମ୍ଭେମାନେ ଯିହୁଦାରେ ବାସ କର, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ଓ ବିନଷ୍ଟ କରିବା ନାହିଁ। ଆମ୍ଭେ ତୁମ୍ଭମାନଙ୍କର ବୀଜ ବୁଣିବା ଓ ତୁମ୍ଭକୁ ଧ୍ୱଂସ କରିବା ନାହିଁ। କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଦୁର୍ଭାଗ୍ୟ ଆଣିଥିବାରୁ ଦୁଃଖିତ।


Swiv nou:

Piblisite


Piblisite