Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:25 - ପବିତ୍ର ବାଇବଲ

25 ଏହା ପରେ ଯିହୋଶୂୟ ଉପସ୍ଥିତ ଲୋକମାନଙ୍କୁ ସମ୍ବୋଧନ କରି କହିଲେ, “ଯୋଦ୍ଧା ଏବଂ ସାହସୀ ହୁଅ! ଭୟ କର ନାହିଁ! ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଦେଖାଇବି, ସଦାପ୍ରଭୁ ଭବିଷ୍ୟତରେ ଆମ୍ଭମାନଙ୍କର ଶତ୍ରୁମାନଙ୍କୁ କିପରି ଅବସ୍ଥା କରିବେ ଯାହା ତୁମ୍ଭେମାନେ ଭବିଷ୍ୟତରେ ଯୁଦ୍ଧ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।

Gade chapit la Kopi

ଓଡିଆ ବାଇବେଲ

25 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।”

Gade chapit la Kopi




ଯିହୋଶୂୟ 10:25
13 Referans Kwoze  

ପରମେଶ୍ୱର ଆମ୍ଭମାନଙ୍କୁ ମୃତ୍ୟୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ୱର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।


ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ।


କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ।


ସଦାପ୍ରଭୁ ମୋତେ ସିଂହ ଓ ଭାଲୁ ନିକଟରୁ ରକ୍ଷା କରିଛନ୍ତି। ସଦାପ୍ରଭୁ ମୋତେ ପଲେଷ୍ଟୀୟଠାରୁ ରକ୍ଷା କରିବେ।” ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଯାଅ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”


ତୁମ୍ଭେମାନେ ଦେଖିଛ ଯେ ସଦାପ୍ରଭୁ ସେମାନଙ୍କ ପାଇଁ କି ଭୟଙ୍କର କାର୍ଯ୍ୟମାନ କରିଛନ୍ତି। ସେ କି ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି। ସେ ତାଙ୍କର ପରାକ୍ରାନ୍ତ ହସ୍ତଦ୍ୱାରା ତୁମ୍ଭମାନଙ୍କୁ ମିଶରରୁ ବହାର କରି ଆଣିଛନ୍ତି। ତୁମ୍ଭକୁ ଯେଉଁମାନେ ଭୟ ପ୍ରଦର୍ଶନ କରିବେ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ସେହିପରି କାର୍ଯ୍ୟମାନ ସେମାନଙ୍କ ପ୍ରତି କରିବେ।


ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।


କେତେଲୋକ ମୋର ପ୍ରାଣ ନେବା ପାଇଁ ଚେଷ୍ଟା କରୁଛନ୍ତି। କିନ୍ତୁ ସେମାନଙ୍କୁ ଧ୍ୱଂସ କରାଯିବ। ସେମାନେ ନିଜ କବରରେ ମିଶି ଯିବେ।


ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ କର ନାହିଁ, କାରଣ ମୁଁ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ସେମାନଙ୍କ ମଧ୍ୟରୁ ଜଣେ ହେଲେ, ତୁମ୍ଭର ସମ୍ମୁଖୀନ ହୋଇ ପାରିବେ ନାହିଁ।”


“ଯିହୋଶୂୟ, ତୁମ୍ଭେ ବଳବାନ୍ ଓ ସାହସୀ ହୁଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗେଇ ନିଅ, ଯେପରି କି ସେମାନେ ସେମାନଙ୍କର ଦେଶ ଅଧିକାର କରି ପାରିବେ। ମୁଁ ତାଙ୍କ ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲି ଯେ, ମୁଁ ସେମାନଙ୍କୁ ସେହି ଦେଶ ଦେବି।


Swiv nou:

Piblisite


Piblisite