Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:4 - ପବିତ୍ର ବାଇବଲ

4 “ମୋ’ ନିକଟକୁ ଆସ ଏବଂ ଗିବିୟୋନକୁ ଆକ୍ରମଣ କରିବା ପାଇଁ ସାହାଯ୍ୟ କର। ଗିବିୟୋନୀୟମାନେ ଯିହୋଶୂୟ ଓ ଇସ୍ରାଏଲୀୟ ବାସୀମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବିୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ମୋ’ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।”

Gade chapit la Kopi




ଯିହୋଶୂୟ 10:4
15 Referans Kwoze  

ଯିହୋଶୂୟ ଶାନ୍ତିଚୁକ୍ତି ପାଇଁ ରାଜି ହୋଇଗଲେ। ସେ ସେମାନଙ୍କୁ ଜୀବିତ ରଖିବାକୁ ରାଜି ହେଲେ। ତେଣୁ ଇସ୍ରାଏଲର ନେତୃବର୍ଗ ସେମାନଙ୍କ ନିକଟରେ ଶପଥ କଲେ।


ଏହି ସମୟରେ ଅଦୋନିଷେଦକ ଯିରୁଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହୋଶୂୟ ଅୟକୁ ପରାସ୍ତ କରି ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଛନ୍ତି। ରାଜା ଜାଣିବାକୁ ପାଇଲେ ଯେ, ଯିହୋଶୂୟ ଯିରୀହୋ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସେହିପରି ଅୟ ଓ ତା'ର ରାଜାଙ୍କୁ କଲେ। ଆଉ ରାଜା ଜାଣିବାକୁ ପାଇଲେ ଯେ, ଗିବିୟୋନୀୟମାନେ ଇସ୍ରାଏଲମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି ଏବଂ ସେହି ଲୋକମାନେ ଯିରୁଶାଲମ ନିକଟରେ ବାସ କରୁଛନ୍ତି।


ସେମାନେ ଭୂତର ଆତ୍ମା ଓ ସେମାନଙ୍କର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାର କ୍ଷମତା ଥିଲା। ସେମାନେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ମହାଦିନର ଯୁଦ୍ଧ ପାଇଁ ପୃଥିବୀର ସବୁ ରାଜାମାନଙ୍କୁ ଏକତ୍ର କରିବା ନିମନ୍ତେ ସେମାନଙ୍କ ପାଖକୁ ଯାଆନ୍ତି।


ସେହି ଅବିଶ୍ୱାସୀମାନେ ଆଶ୍ଚର୍ଯ୍ୟ ହେଉଛନ୍ତି ଯେ ବର୍ତ୍ତମାନ ତୁମ୍ଭେ ସେମାନଙ୍କ ଭଳି ହିଂସ୍ରକ ଓ ଧ୍ୱଂସକାରୀ କାମମାନ କରୁ ନାହଁ।


ଏହା ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟରେ ବିଶ୍ୱସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ୍ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ୱରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କେହି ଏହି ସଂସାରର ଅଂଶୀ ହେବା ପାଇଁ ଇଚ୍ଛା କରେ, ତେବେ ସେ ନିଜକୁ ପରମେଶ୍ୱରଙ୍କୁ ଶତ୍ରୁ କରି ପକାଏ।


ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସପୂର୍ବକ ଜୀବନ ଅତିବାହିତ କରିବାକୁ ଗ୍ଭହୁଁଥିବା ପ୍ରତ୍ୟେକ ଲୋକ ନିର୍ଯ୍ୟାତିତ ହେବେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହୋଇଯିବେ।


ସେମାନେ ଖୁବ୍ ଜୋ‌ର୍‌‌ରେ ଚିତ୍କାର କରି କହିଲେ, “ହେ ଇସ୍ରାଏଲୀୟ ଲୋକମାନେ, ଆମ୍ଭକୁ ସାହାଯ୍ୟ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧରେ, ଆମ୍ଭ ବ୍ୟବସ୍ଥା ଓ ଏହି ସ୍ଥାନ ବିରୁଦ୍ଧରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତେକ ଗ୍ରୀକ୍ ଲୋକମାନଙ୍କୁ ମଧ୍ୟ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।”


ତୁମ୍ଭେମାନେ ଯଦି ଏ ଜଗତର ହୋଇଥାଆନ୍ତ, ତେବେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥା'ନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।


ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯଦି କେହି ଲୋକ ମୋର ଅନୁସରଣ କରିବାକୁ ଇଚ୍ଛା କରୁଛି, ତେବେ ସେ ନିଜ ବିଷୟରେ ଭୁଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କ୍ରୁଶ ବହନ କରୁ, ତା'ପରେ ସେ ମୋର ଅନୁସରଣ କରିବା ଉଚିତ୍।


ତେଣୁ ପାଞ୍ଚ ଜଣ ଇମୋରୀୟ ରାଜା ଯଥା: ଯିରୁଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀ‌ଶ୍‌ର ରାଜା ଓ ଇଗ୍ଲୋନର ରାଜା ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ନିଜ ନିଜର ସମସ୍ତ ସୈନ୍ୟମାନଙ୍କ ସହିତ ଗିବିୟୋନକୁ ଅକ୍ତିଆର କରିବାକୁ ଏକତ୍ରିତ ହେଲେ। ସେମାନେ ନଗରକୁ ଘେରିଗଲେ ଓ ଆକ୍ରମଣ କଲେ।


Swiv nou:

Piblisite


Piblisite