Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:1 - ପବିତ୍ର ବାଇବଲ

1 ଯିହୁଦା ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ପରିବାରବର୍ଗନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସିନ୍ ମରୁଭୂମିର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତ ଭାଗରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ-ସୀମା ପାର୍ଶ୍ଵସ୍ଥ ସିନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

1 ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ଵସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।

Gade chapit la Kopi




ଯିହୋଶୂୟ 15:1
13 Referans Kwoze  

“ପୁଣି ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିଶରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।


ସଦାପ୍ରଭୁ ବହୁ ଦିନ ପୂର୍ବରୁ ମୋଶାଙ୍କୁ ନିର୍ଦ୍ଦେଶ ଦେଇଥିଲେ କିପରି ଭାବରେ ଲୋକମାନଙ୍କୁ ସେ ଭୂମି ବାଣ୍ଟ କରିବେ। ନଅ ବଂଶର ଲୋକ ଅର୍ଦ୍ଧ ବଂଶର ଲୋକମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ନିଷ୍ପତ୍ତି ଦେଲେ କିଏ କେଉଁ ଭୂମି ପାଇବ।


ଯିହୂଦା, ଯିରୁଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ ସୋର ଓ ସୀଦୋନର ଗ୍ଭରିଆଡ଼ୁ ଅନେକ ଲୋକ ମଧ୍ୟ ଆସି ପହଞ୍ଚିଲେ। ଏ ଲୋକମାନେ ଆସିବାର କାରଣ ହେଲା, ଯୀଶୁ ଯାହାସବୁ କରୁଥିଲେ, ସେ ସମସ୍ତ ଘଟଣା ସେମାନେ ଶୁଣି ସାରିଥିଲେ।


ସେତେବେଳେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସାହାଯ୍ୟ ପାଇଁ ବିଳାପ କଲୁ ଓ ସେ ଆମ୍ଭର ପ୍ରାର୍ଥନା ଶୁଣିଲେ। ସେ ଏକ ଦୂତ ପଠାଇ ମିଶରରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ। “ବର୍ତ୍ତମାନ ଆମ୍ଭେ ତୁମ୍ଭ ଦେଶର ସୀମାସ୍ଥିତ କାଦେଶ ନଗରରେ ଅଛୁ।


କାରଣ ତୁମ୍ଭେମାନେ ଉଭୟେ ସେଠାରେ ମୋ’ ବିରୁଦ୍ଧରେ ପାପ କରି ଥିଲ। ସିନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଜଳ ନିକଟରେ ଥିଲ। ସେଠାରେ ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ସମ୍ମୁଖରେ ମୋ’ ବିରୁଦ୍ଧରେ ପାପ କରିଥିଲ। ମୁଁ ପବିତ୍ର ବୋଲି ତୁମ୍ଭେ ମୋତେ ସମ୍ମାନ କରି ନ ଥିଲ।


ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତ ଭାଗ ଅର୍ଥାତ୍ ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଥିଲା।


ସେମାନେ ସେ ଭୂମିକୁ ସାତ ଭାଗରେ ବାଣ୍ଟ କରିବେ। ଯିହୁଦାର ଲୋକମାନେ ସେମାନଙ୍କର ଭାଗ ଦକ୍ଷିଣ ପ୍ରାନ୍ତର ପାଇବେ। ଯୋଷେଫଙ୍କର ଉତ୍ତରାଧିକାରୀଗଣ ଉତ୍ତରରେ ସେମାନଙ୍କର ଭୂମି ପାଇବେ।


ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର। ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଓ ସବୂଲୂନ ଏମାନେ ଲେୟାର ସନ୍ତାନ।


ସେ ସମୟରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଏକ ବିରାଟ ସମାଜ ଦୂର ଦୂରାନ୍ତର ହମାତର ଲୋକମାନେ ଉତ୍ତର ଦିଗ ମଧ୍ୟଦେଇ ଦକ୍ଷିଣରେ ମିଶରର ସୀମା ପର୍ଯ୍ୟନ୍ତ ଗଲେ। ସଦାପ୍ରଭୁଙ୍କ ସମ୍ମୁଖରେ ଏହି ପର୍ବ ଚଉଦ ଦିନ ଯାଏ ପାଳନ କଲେ।


Swiv nou:

Piblisite


Piblisite