Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:7 - ପବିତ୍ର ବାଇବଲ

7 ଏହିପରି ଭାବରେ ସେହି ସୀମା ଆଖୋର ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା। ଏହିପରି ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ଗି‌ଲ୍‌ଗଲ୍ ଆଡ଼କୁ ଯାଇ ଉତ୍ତର ଦିଗକୁ ଯାଇଛି ଓ ଐନ୍ ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ଶେଷଭାଗ ଐ‌ନ୍‌-ରୋଗେଲ୍ ନିକଟରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ୍ ନିକଟରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

7 ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।

Gade chapit la Kopi




ଯିହୋଶୂୟ 15:7
13 Referans Kwoze  

ଥରେ ଅଦୋନିୟ ଐନରୋଗଲେର ପାର୍ଶ୍ୱସ୍ଥ ସୋହେଲତ ପଥର ନିକଟରେ ମେଷ, ବୃଷ ଓ ପୁଷ୍ଟ ବାଛୁରି ମାରି ନିଜର ଭ୍ରାତା ରାଜପୁତ୍ରମାନଙ୍କୁ ଓ ଯିହୁଦା ରାଜାଙ୍କର ସମସ୍ତ କର୍ମଗ୍ଭରୀମାନଙ୍କୁ ଉତ୍ସର୍ଗ କରିଥିବା ପଶୁର ମାଂସ ଖାଇବା ପାଇଁ ନିମନ୍ତ୍ରଣ କଲେ।


ଯାଜକର ପୁତ୍ର ଯୋନାଥନ ଓ ଅହୀମାସ୍ ଐ‌ନ୍‌ରୋଗେଲରେ ଅପେକ୍ଷା କରୁଥିଲେ, ଯେହେତୁ ସେମାନେ ନଗର ଭିତରକୁ ଯିବାକୁ ଗ୍ଭହିଁଲେ ନାହିଁ। ତେଣୁ ଜଣେ ଦାସୀ ନଗରରୁ ବାହାରି ଆସିଲା ଏବଂ ଖବର ଦେଉଥିଲା। ତା'ପରେ ସେମାନେ ଗଲେ ଓ ରାଜା ଦାଉଦଙ୍କୁ କହିଲେ।


ଆଖ‌ନ୍‌କୁ ପୋଡ଼ି ସାରିବା ପରେ ତାହାକୁ ପଥରରେ ପୋତି ଦେଲେ, ସେହି ପଥର ଗଦା ଆଜି ପର୍ଯ୍ୟନ୍ତ ସେଠାରେ ଅଛି। ଯେହେତୁ ସଦାପ୍ରଭୁ ଆଖ‌ନ୍‌କୁ ସେଠାରେ ଏପରି ଦୁଃଖ ଦେଲେ, ସେଥିପାଇଁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ଆଖୋର ଉପତ୍ୟକା ନାମରେ ପରିଚିତ। ଏହା ପରେ ସଦାପ୍ରଭୁ ଇସ୍ରାଏଲବାସୀଙ୍କ ଉପରୁ କ୍ରୋଧରୁ ନିବୃତ୍ତ ହୋଇ ଶାନ୍ତ ହେଲେ।


ସେମାନଙ୍କର ମା ବେଶ୍ୟାପରି କାମ କରିଅଛି। ସେମାନଙ୍କର ମାଙ୍କ କୃତ କର୍ମ ପାଇଁ ଲଜ୍ଜିତ ହେବା ଉଚିତ୍। ସେ କହିଲା, ‘ମୁଁ ମୋର ପ୍ରେମିକମାନଙ୍କ ପାଖକୁ ଯିବି। ମୋର ପ୍ରେମିକମାନେ ମୋତେ ଖାଦ୍ୟ ଓ ପାଣି ଦେବେ। ସେମାନେ ମୋତେ ପଶମ ଓ ଲାଇଲନ୍ ଦେବେ। ସେମାନେ ମୋତେ ଦ୍ରାକ୍ଷାରସ ଓ ଅଲିଭ୍ ତେଲ ଦେବେ।’


ଆଉ ଯେଉଁମାନେ ଆମ୍ଭକୁ ଅନ୍ୱେଷଣ କରନ୍ତି ସେମାନଙ୍କ ପାଇଁ ଶାରୋଣ ଏକ ମେଷମାନଙ୍କର ଗ୍ଭରଣଭୂମି ଓ ଆଖୋର ଉପତ୍ୟକା ଗୋପଲର ଶୟନସ୍ଥଳ ହେବ।


ଏହା ପରେ କାଲେବ୍ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ପୂର୍ବକାଳରେ ସେହି କିରିୟଥ ସେଫର ନାମରେ ବିଖ୍ୟାତ ଥିଲା।


ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲବାସୀ ଗି‌ଲ୍‌ଗ‌ଲ୍‌ଠାରେ ଥିବା ଶିବିରକୁ ଫେରିଲେ।


ଏହା ପରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ପୁତ୍ର ଆଖ‌ନ୍‌କୁ ଓ ତା'ର ପୁତ୍ର ଓ କନ୍ୟାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ଢା ଓ ତମ୍ବୁ ସର୍ବସ୍ୱ ଯଥା: ରୂପା, ସୁନା ଓ ବସ୍ତ୍ରକୁ ଆଖୋର ଉପତ୍ୟକାକୁ ଆଣିଲେ।


ପ୍ରଥମ ମାସର ଦଶମ ଦିନରେ ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିରୀହୋର ପୂର୍ବ ସୀମାସ୍ଥିତ ଗି‌ଲ୍‌ଗ‌ଲ୍‌ଠାରେ ଛାଉଣି ସ୍ଥାପନ କଲେ।


ଏହା ପରେ ଉତ୍ତର ସୀମା ଓ ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈ‌ଥ୍‌ଅରାବାର ଉତ୍ତର ଦେଇ ଗଲା। ତହୁଁ ସେ ସୀମା ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। ବୋହନ ଥିଲେ ରୁବେ‌ନ୍‌ର ପୁତ୍ର।


ଏହାର ସୀମା ଉତ୍ତର ଦିଗଠାରୁ ଐନଶେମସ ପର୍ଯ୍ୟନ୍ତ ଲାଗିଥିଲା। ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ପର୍ଯ୍ୟନ୍ତ ଓ ସେଠାରୁ ଗଲୀଲୋ‌ତ୍‌ଠାରୁ ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଲାଗିଥିଲା।


Swiv nou:

Piblisite


Piblisite