Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:12 - ପବିତ୍ର ବାଇବଲ

12 ସେମାନଙ୍କର ଉତ୍ତର ସୀମା ଯର୍ଦ୍ଦନ ନଦୀଠାରୁ ଆରମ୍ଭ ହେଲା। ଏହାର ସୀମା ଉତ୍ତରରେ ଯିରୀହୋରୁ ଲାଗିଥିଲା। ଏହା ପରେ ଏହାର ସୀମା ପଶ୍ଚିମରେ ପର୍ବତମୟ ଦେଶକୁ ଲାଗିଥିଲା। ଏହାର ସୀମା ପୂର୍ବ ପଟରେ ବୈଥାବନ ପର୍ଯ୍ୟନ୍ତ ଲାଗିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ଵ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବୈଥାବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।

Gade chapit la Kopi

ଓଡିଆ ବାଇବେଲ

12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।

Gade chapit la Kopi




ଯିହୋଶୂୟ 18:12
11 Referans Kwoze  

ଯୋଷେଫଙ୍କର ପରିବାରବର୍ଗ ଏହି ଦେଶ ପାଇଲେ, ଯାହାକି ଯର୍ଦ୍ଦନ ନଦୀ ନିକଟସ୍ଥ ଯିରୀହୋଠାରୁ ଆରମ୍ଭ କରି ଯିରୀହୋର ଜଳ ନିକଟବର୍ତ୍ତୀ ଯାଏ ବ୍ୟାପିଥିଲା। ଏହାର ସୀମା ଯିରୀହୋଠାରୁ ପର୍ବତମୟ ଦେଶ ବୈଥେଲ୍ ପର୍ଯ୍ୟନ୍ତ ବିସ୍ତୃତ ଥିଲା।


ସେମାନେ ଯିରୀହୋକୁ ପରାସ୍ତ କଲାପରେ, ଯିହୋଶୂୟ ଅୟକୁ ଲୋକ ପଠାଇଲେ। ଅୟ ବୈଥେ‌ଲ୍‌ର ପୂର୍ବ ଦିଗସ୍ଥିତ ବୈଥାବନର ପାର୍ଶ୍ୱରେ ଅବସ୍ଥିତ। ଯିହୋଶୂୟ ସେମାନଙ୍କୁ କହିଲେ, “ଅୟକୁ ଯାଅ ଓ ସେଠାରେ ସେମାନଙ୍କର ଦୁର୍ବଳତାକୁ ଅନୁସନ୍ଧାନ କର।” ତେଣୁ ଏଥିରେ ଲୋକମାନେ ଯାଇ ଅୟରେ ଅନୁସନ୍ଧାନ କଲେ।


ଶମରିୟାର ଲୋକମାନେ ବୈଥ୍-ଆବନର ବାଛୁରିମାନଙ୍କୁ ପୂଜା କରନ୍ତି। ସେହି ଲୋକମାନେ ପ୍ରକୃତରେ କାନ୍ଦିବେ। ଯାଜକମାନେ ମଧ୍ୟ ପ୍ରକୃତରେ କାନ୍ଦିବେ। କାରଣ ସେମାନଙ୍କର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂରେଇ ନିଆଗଲା।


“ଗିବିୟାରେ ତୂରୀ ବଜାଅ। ରାମାରେ ତୂରୀ ବଜାଅ। ବୈଥ-ଆବନରେ ସତର୍କ କରିଦିଅ। ହେ ବିନ୍ୟାମୀନ, ତୁମ୍ଭର ପଛରେ ଶତ୍ରୁଗଣ ଅଛନ୍ତି।


“ଇସ୍ରାଏଲ, ଯଦି ତୁମ୍ଭେ ନିହାତି ଗଣିକା ପରି କାର୍ଯ୍ୟ କର, ତୁମ୍ଭ ଅପରାଧ ପାଇଁ ଯିହୁଦାକୁ ଦୋଷୀ କର ନାହିଁ। ଗି‌‌ଲ୍‌‌‌‌ଗଲ୍ କି ବୈଥ୍-ଆବନକୁ ଯାଅ ନାହିଁ। ସଦାପ୍ରଭୁଙ୍କ ନାମରେ ଶପଥ କର ନାହିଁ। ‘ଯେହେତୁ ସଦାପ୍ରଭୁ ବାସ କରନ୍ତି ଏପରି କୁହ ନାହିଁ।’


ଯିରୀହୋ ସହର ବନ୍ଦ ଥିଲା ଓ ଜଗା ହୋଇଥିଲା। ସେହି ସହରର ଲୋକମାନେ ଭୟଭୀତ ହୋଇ ଯାଇଥିଲେ। କାରଣ ଇସ୍ରାଏଲର ଲୋକମାନେ ସେହି ସହରର ନିକଟରେ ଥିଲେ, କୌଣସି ଲୋକ ସେହି ସହରର ଭିତରକୁ ପଶୁ ନ ଥିଲେ କି କେହି ମଧ୍ୟ ସହର ଭିତରୁ ବାହାରକୁ ମଧ୍ୟ ଆସୁ ନ ଥିଲେ।


ତା'ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ।


ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।


ଯିହୋଶୂୟ ଓ ତାଙ୍କ ସହିତ ଥିବା ସମସ୍ତ ସୈନିକ ସେମାନଙ୍କଠାରୁ ପରାସ୍ତ ହେଲାପରି ସେମାନଙ୍କ ଆଗରେ ମରୁଭୂମି ଆଡ଼କୁ ଦୌଡ଼ିଲେ।


ବିନ୍ୟାମୀନର ପରିବାରବର୍ଗଗଣ ଯିହୁଦା ଓ ଯୋଷେଫଙ୍କର ମଧ୍ୟବର୍ତ୍ତୀ ଅଞ୍ଚଳରେ ଭୂମି ପାଇଲେ। ବିନ୍ୟାମୀନ ପ୍ରତ୍ୟେକ ପରିବାରବର୍ଗର ଲୋକମାନେ ସେମାନଙ୍କର ଭାଗ ପାଇଲେ। ଏହି ଭୂମି ଯାହାକି ବିନ୍ୟାମୀନ ପରିବାରବର୍ଗଙ୍କ ପାଇଁ ସ୍ଥିର କରାଯାଇଥିଲା।


ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏକତ୍ରିତ ହେଲେ। ପଲେଷ୍ଟୀୟମାନଙ୍କର ତିରିଶ୍ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଥିଲେ ଓ ସମୁଦ୍ର ତୀରର ବାଲିଭଳି ସୈନିକ ଥିଲେ। ସେମାନେ ଆସି ମି‌କ୍‌ମ‌ସ୍‌ରେ ବୈଥାବନର ପୂର୍ବଦିଗରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite