Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:19 - ପବିତ୍ର ବାଇବଲ

19 ଏହାର ସେହି ସୀମା ବୈଥ-ଅଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଲାଗି ରହିଥିଲା। ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତଭାଗ ଥିଲା। ଏହା ଥିଲା ଏହାର ଦକ୍ଷିଣ ସୀମା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଓ ସେହି ସୀମା ବୈଥ୍-ଅଗ୍ଲାର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରା; ଥିଲା, ଏ ଦକ୍ଷିଣ ସୀମା।

Gade chapit la Kopi

ଓଡିଆ ବାଇବେଲ

19 ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।

Gade chapit la Kopi




ଯିହୋଶୂୟ 18:19
10 Referans Kwoze  

ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତ ଭାଗ ଅର୍ଥାତ୍ ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଥିଲା।


ଏହି ସମସ୍ତ ରାଜାମାନେ ସେମାନଙ୍କର ସୈନ୍ୟମାନଙ୍କୁ ସୀଦ୍ଦୀମ ଉପତ୍ୟକାରେ ଉପସ୍ଥିତ କରାଇଲେ। ସେହି ସୀଦ୍ଦୀମ ଉପତ୍ୟକା ବର୍ତ୍ତମାନ ଲବଣ ସମୁଦ୍ର।


ସଦାପ୍ରଭୁ କ୍ରୋଧିତ ହୋଇ ମିଶରୀୟ ସମୁଦ୍ରକୁ ଭାଗ ଭାଗ କରିବେ। ସେହିପରି ଭାବରେ ତାଙ୍କର ପ୍ରବଳ ବାୟୁ ଦ୍ୱାରା ଇଉଫ୍ରେଟିସ୍ ନଦୀ ଉପରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ୱାରା ସେହି ନଦୀ ସାତୋଟି କ୍ଷୁଦ୍ର ନଦୀରେ ବିଭକ୍ତ ହେବ। ସେଗୁଡ଼ିକର ଗଭୀରତା ହ୍ରାସ ହେବ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦରେ ଗ୍ଭଲି ତାକୁ ଅତିକ୍ରମ କରିବେ।


ସେମାନେ ମଧ୍ୟ ଯର୍ଦ୍ଦନର ପୂର୍ବ ଉପତ୍ୟକାଠାରୁ ଗାଲିଲୀହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବୈ‌ତ୍‌ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବତୀର ପର୍ଯ୍ୟନ୍ତ ଓ ପି‌‌ସ୍‌‌ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ ରାଜତ୍ୱ କଲେ।


ତା'ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ।


ତାହାର ପଶ୍ଚିମ ସୀମା ପର୍ଯ୍ୟନ୍ତ ଯର୍ଦ୍ଦନ ନଦୀ ମରୁଭୂମି ଥିଲା। ଉତ୍ତରରେ କିନ୍ନେରତ ସମୁଦ୍ରଠାରୁ ଲବଣ ସମୁଦ୍ର ପର୍ଯ୍ୟନ୍ତ ଦକ୍ଷିଣରେ ପି‌ସ୍‌ଗାର ଗଡ଼ାଣିଠାରୁ ପୂର୍ବ ପର୍ଯ୍ୟନ୍ତ।


ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତର ପର୍ଯ୍ୟନ୍ତ ହେବ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।


ସେହି ନଗରଗୁଡ଼ିକୁ, ସମୁଦାୟ ଉପତ୍ୟକା କ୍ଷେତ୍ରଗୁଡ଼ିକ ଓ ତନ୍ମଧ୍ୟସ୍ଥ ସମସ୍ତ ଲୋକ ଓ ସମସ୍ତ ବୃକ୍ଷଲତା ଧ୍ୱଂସ ହୋଇଗଲା।


ଉତ୍ତର ଦିଗରେ ପଦା ଭୂମିର ସମ୍ମୁଖ ପାର୍ଶ୍ୱଠାରୁ ପଦାଭୂମି ପର୍ଯ୍ୟନ୍ତ ଲାଗି ଥିଲା।


ଯର୍ଦ୍ଦନ ଏହାର ପୂର୍ବ ସୀମା ଥିଲା। ବିନ୍ୟାମୀନଙ୍କର ପରିବାରବର୍ଗ ସେମାନଙ୍କର ଗୋଷ୍ଠୀ ଅନୁସାରେ ତାହା ଅଧିକାର କଲେ।


Swiv nou:

Piblisite


Piblisite