Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:18 - ପବିତ୍ର ବାଇବଲ

18 ନିମ୍ନରେ ଦିଆଯାଇଥିବା ଭୂମିଗୁଡ଼ିକ ଉକ୍ତ ପରିବାରବର୍ଗଙ୍କୁ ଦିଆଗଲା। ସେମାନେ ହେଲେ ଯିଷ୍ରିୟେଲ, କସୁଲ୍ଲୋତ ଓ ସୁନେମ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ସୁନେମ

Gade chapit la Kopi

ଓଡିଆ ବାଇବେଲ

18 ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନଙ୍କ ସୀମା ଯିଷ୍ରିୟେଲ ଓ କସୁଲ୍ଲୋତ ଓ ଶୂନେମ

Gade chapit la Kopi




ଯିହୋଶୂୟ 19:18
17 Referans Kwoze  

ପଲେଷ୍ଟୀୟମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଥିଲେ। ସେମାନେ ଶୂନେମରେ ତାଙ୍କର ସେନା ଛାଉଣି ପ୍ରସ୍ତୁତ କରୁଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟବାସୀଙ୍କୁ ଏକତ୍ରିତ କରି ଗି‌ଲ୍‌ବୋୟରେ ସେନା ଛାଉଣି ସ୍ଥାପନ କଲେ।


ଏକଦା ଇଲୀଶାୟ ଶୁନେମକୁ ଗଲେ। ସେଠାରେ ଏକ ମହତ୍ତ୍ୱପୂର୍ଣ୍ଣ ଧନୀ ସ୍ତ୍ରୀଲୋକ ତାଙ୍କୁ ଅନ୍ନ ଭୋଜନ ଦେବାକୁ ବଳାଇଲା। ଏହା ପରେ ଇଲୀଶାୟ ଯେତେଥର ସେହି ବାଟ ଦେଇ ଗଲେ ସେତେଥର ସେଠାରେ ଅନ୍ନ ଭୋଜନ କଲେ।


ତା'ପରେ ଯେହୂ ଯିଷ୍ରିୟେଲର ପଥରେ ଗଲେ। ଇଷେବେଲ ଏବିଷୟରେ ଜାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ୟାସ କରି ଝରକା ନିକଟରେ ଛିଡ଼ା ହୋଇ ବାହାରକୁ ଗ୍ଭହିଁଲେ।


ରାଜା ଯୋରାମ ଅରାମର ରାଜା ହସାୟେଲଙ୍କ ବିରୁଦ୍ଧରେ ଯୁଦ୍ଧ କଲାବେଳେ ଅରାମୀୟମାନେ ତାଙ୍କୁ କ୍ଷତ ବିକ୍ଷତ କରିଦେଲେ। ସେ ସେହି କ୍ଷତରୁ ସୁସ୍ଥ ହେବା ପାଇଁ ଯିଷ୍ରିୟେଲକୁ ଗଲେ। ତେଣୁ ଯେହୂ ଦାସମାନଙ୍କୁ କହିଲେ, “ଯଦି ମୁଁ ରାଜା ବୋଲି ତୁମ୍ଭେମାନେ ଏକମତ ତେବେ କାହାରିକୁ ଯିଷ୍ରିୟେଲରେ ଜଣାଇବା ପାଇଁ ନଗର ବାହାରକୁ ଛାଡ଼ିଦିଅ ନାହିଁ।”


ରାଜା ଯୋରାମ, ସେ ତା'ର କ୍ଷତର ସୁସ୍ଥ ହେବା ପାଇଁ ଯିଷ୍ରିୟେଲକୁ ଫେରିଗଲେ। ଯୋରାମ ପୀଡ଼ିତ ହେବା ଯୋଗୁଁ, ଯିହୁଦାର ରାଜା ଅହସିୟ ଯିହୋରାମଙ୍କୁ ଦେଖା କରିବାକୁ ଯିଷ୍ରିୟେଲକୁ ଗଲେ।


ପୁଣି ସେ ନିଜର ଦାସ ଗିହେଜୀକୁ କହିଲେ, “ସେହି ଶୁନେମୀୟା ସ୍ତ୍ରୀଙ୍କୁ ଡାକ।” ତହିଁରେ ଦାସ ତାହାକୁ ଡାକିଲେ ଓ ସେ ଇଲୀଶାୟଙ୍କ ସମ୍ମୁଖରେ ଛିଡ଼ା ହେଲେ।


ଶମରିୟା ନଗରସ୍ଥ ରାଜା ଆହାବଙ୍କ ପ୍ରାସାଦ ନିକଟରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ଯିଷ୍ରିୟେଲୀୟ ନିବାସୀ ନାବୋତ ଏହି ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଥିଲେ।


ତେଣୁ ବ‌ତ୍‌ଶେବା କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନିୟ ସହିତ ବିବାହ ଦିଆଯାଉ।”


ଅଦୋନିୟ କହିଲେ, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋ’ ସହିତ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।”


ଏଣୁ ରାଜାଙ୍କର ଦାସମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରିବା ଆରମ୍ଭ କରିଦେଲେ। ଶେଷରେ ସେ ଶୁନେମୀୟା ନଗରରୁ ଅବୀଶଗ ନାମକ ଏକ ସୁନ୍ଦରୀ ଯୁବତୀ ପାଇଲେ ଓ ତାକୁ ରାଜାଙ୍କ ନିକଟକୁ ଘେନି ଆସିଲେ।


ଭୂମିର ଚତୁର୍ଥ ଅଂଶ ଇଷାଖର ପରିବାରବର୍ଗକୁ ଦିଆଗଲା। ପ୍ରତ୍ୟେକ ପରିବାର ସେଥିରୁ ଭାଗ ପାଇଲେ।


ହଫାରୟିମ୍, ଶୀୟୋନ ଓ ଅନହରତ୍।


ଯିଷ୍ରୀୟେଲ, ଯ‌ଗ୍‌ଦିୟାମ, ସାନୋହ,


ଯୋଷେଫଙ୍କର ଲୋକମାନେ କହିଲେ, “ଏହା ସତ୍ୟ ଯେ ଇଫ୍ରୟିମର ପର୍ବତମୟ ଦେଶ ଆମ୍ଭ ପାଇଁ ଯଥେଷ୍ଟ ନୁହେଁ। କିନ୍ତୁ ସେଠାରେ କିଣାନୀୟ ଲୋକମାନେ ଯେଉଁମାନେ ଉପତ୍ୟକା ଅଞ୍ଚଳରେ ଅଧିକ ଶକ୍ତିଶାଳୀ ଭାବରେ ବାସ କରୁଛନ୍ତି। ସେମାନଙ୍କର ଲୁହାର ରଥ ଅଛି। ଏବଂ ଯିଷ୍ରିୟେଲ ଉପତ୍ୟକା ତାଙ୍କ ଅଧୀନରେ ଅଛି। ବୈ‌ଥ୍‌ଶାନି ଏବଂ ତା'ର ଉପସହର ଗୁଡ଼ିକ ସେହି ଅଞ୍ଚଳର ଅଟେ।”


ଏବଂ ତାଙ୍କୁ ଗିଲିୟଦ, ଅଶୂରି, ଯିଷ୍ରିୟେଲ ଓ ଇଫ୍ରୟିମ, ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲର ରାଜା ଭାବରେ ଅଭିଷିକ୍ତ କରାଇଲେ।


Swiv nou:

Piblisite


Piblisite