Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:10 - ପବିତ୍ର ବାଇବଲ

10 ରୁବେନ୍, ଗାଦ୍ ଏବଂ ମନଃଶିର ପରିବାର ଲୋକମାନେ ଗିଲିୟଦକୁ ଫେରିଗଲେ। ସେ ସ୍ଥାନଟି ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ କିଣାନୀୟ ଦେଶ ଅନ୍ତର୍ଗତ ଥିଲା। ସେହି ସ୍ଥାନରେ ସେମାନେ ଏକ ସୁନ୍ଦର ଯଜ୍ଞବେଦି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।

Gade chapit la Kopi

ଓଡିଆ ବାଇବେଲ

10 ପୁଣି ଯେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ଯେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।

Gade chapit la Kopi




ଯିହୋଶୂୟ 22:10
10 Referans Kwoze  

ଯାକୁବ ପ୍ରତ୍ୟୁଷରୁ ଉଠିଲେ। ଯେଉଁ ପ୍ରସ୍ଥର ମୁଣ୍ଡତଳେ ଦେଇଥିଲେ, ତାହା ନେଇ ସ୍ତମ୍ଭରୂପେ ସ୍ଥାପନ କଲେ। ଏହା ପରେ ସେ ତା’ ଉପରେ ତୈଳ ଢାଳିଲେ।


ତେଣୁ ରୁବେନ୍, ଗାଦ୍ ଓ ମନଃଶିର ଅର୍ଦ୍ଧେକ ବଂଶଧରର ଲୋକମାନେ ଇସ୍ରାଏଲ ବଂଶଧରଙ୍କଠାରୁ ବିଦାୟ ନେଲେ। କିଣାନ ଦେଶ ଅନ୍ତର୍ଗତ ଶୀଲୋଠାରେ ସେମାନେ ଥିଲେ। ସେମାନେ ସେ ସ୍ଥାନ ଛାଡ଼ି ଗିଲିୟଦକୁ ଗଲେ। ସେମାନେ ସେଠାରୁ ତାଙ୍କ ସ୍ୱଭୂମିକୁ ଗଲେ ଯାହାକି ମୋଶା ସେମାନଙ୍କୁ ଦେଇଥିଲେ। ସଦାପ୍ରଭୁ ମୋଶାଙ୍କୁ ମଧ୍ୟ ସେ ଭୂମି ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।


କିନ୍ତୁ ଇସ୍ରାଏଲର ଅବଶିଷ୍ଟ ଲୋକ ଯେଉଁମାନେ କି ତଥାପି ଶିଲୋରେ ରହିଥିଲେ। ସେମାନେ ସେ ଯଜ୍ଞବେଦି କଥା ଶୁଣିବାକୁ ପାଇଲେ ଯେ, ଏହି ବଂଶଧରମାନେ ତାକୁ ନିର୍ମାଣ କରିଛନ୍ତି ବୋଲି। ସେମାନେ ମଧ୍ୟ ଏହି ଯଜ୍ଞବେଦିଟି କିଣାନୀୟ ଦେଶର ସୀମା ଅନ୍ତର୍ଗତ ଗିଲିୟଦଠାରେ କରାଯାଇଛି, ଶୁଣିବାକୁ ପାଇଲେ। ଏହା ଯର୍ଦ୍ଦନ ପାଖସ୍ଥ ଇସ୍ରାଏଲ ସନ୍ତାନଗଣଙ୍କ ଅଧିକୃତ ପାର୍ଶ୍ୱରେ ଥିଲା।


ସେହି ସମୟରେ ମିଶରର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ପାଇଁ ଏକ ଯଜ୍ଞବେଦି ହେବ ଏବଂ ତାହାର ସୀମା ନିକଟରେ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବା ପାଇଁ ଏକ ସ୍ତମ୍ଭ ରହିବ।


ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦେବି।” ସଦାପ୍ରଭୁ ଅବ୍ରାମଙ୍କୁ ଯେଉଁ ସ୍ଥାନରେ ଦର୍ଶନ ଦେଇଥିଲେ। ଅବ୍ରାମ ସେହିଠାରେ ସଦାପ୍ରଭୁଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ।


ଏହା ପରେ ଅବ୍ରାମ ସେହି ସ୍ଥାନ ଛାଡ଼ି ବୈଥେ‌ଲ୍‌ର ପୂର୍ବଆଡ଼େ ପର୍ବତକୁ ଯାଇ ନିଜର ତମ୍ବୁ ସ୍ଥାପନ କଲେ। ସେଠାରେ ପଶ୍ଚିମରେ ବୈଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


Swiv nou:

Piblisite


Piblisite