ଯିହୋଶୂୟ 22:25 - ପବିତ୍ର ବାଇବଲ25 ସଦାପ୍ରଭୁ ଯର୍ଦ୍ଦନ ସେପାରିରେ ଆମ୍ଭକୁ ଭୂମି ଦେଇଛନ୍ତି। ଏହାର ଅର୍ଥ ଯର୍ଦ୍ଦନ ନଦୀ ଆମ୍ଭମାନଙ୍କୁ ଅଲଗା କରିଅଛି। ଆମ୍ଭେମାନେ ଆଶଙ୍କା କରୁଅଛୁ ଯେ ଯେତେବେଳେ ତୁମ୍ଭମାନଙ୍କ ପିଲାମାନେ ବଡ଼ ହୋଇ ଦେଶ ଶାସନ କରିବେ ସେମାନେ ବିଶ୍ୱାସ କରିବେ ନାହିଁ ଯେ ଆମ୍ଭେମାନେ ତୁମ୍ଭର ଲୋକ ବୋଲି। ସେମାନେ ଯେତେବେଳେ ବଡ଼ ହୋଇ ଶାସନ କରିବେ, ସେମାନେ ଆମ୍ଭମାନଙ୍କୁ ଏପରି କହି ବି ପାରନ୍ତି, ‘ତୁମ୍ଭେ, ରୁବେନ୍, ଗାଦ୍, ଆମ୍ଭମାନଙ୍କର ଅଂଶ ନୁହଁ।’ ଏହା ପରେ ତୁମ୍ଭମାନଙ୍କର ସନ୍ତାନମାନେ ଆମ୍ଭମାନଙ୍କ ପିଲାମାନଙ୍କୁ ସେଠାରେ ଉପାସନା କରିବାକୁ ମନା କରି ପାରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)25 କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ; ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷା; କରାଇବେ; Gade chapit laଓଡିଆ ବାଇବେଲ25 କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ; ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ;’ ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ; Gade chapit la |
ସେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ ନୂଆରାଜା ସେମାନଙ୍କ କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଆମ୍ଭେମାନେ କ’ଣ ଦାଉଦ ସାମ୍ରାଜ୍ୟର ଏକ ଅଂଶ? ଆମ୍ଭେ ଯିଶୀର କିଛି ଭୂମି ପାଉ କି? ନା, ତେଣୁ ଇସ୍ରାଏଲର ଲୋକମାନେ ନିଜ ନିଜ ଘରକୁ ଫେରି ଯାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ।” ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଘରକୁ ଫେରି ଗଲେ।
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’
ଏହାର ବାସ୍ତବ କାରଣ ହେଲା, ଆମ୍ଭେମାନେ ଏ ଯଜ୍ଞବେଦି ଆମ୍ଭମାନଙ୍କର ଭବିଷ୍ୟଦ୍ ବଂଶଧରଗଣଙ୍କ ପାଇଁ ତିଆରି କରିଛୁ କାରଣ ସେମାନେ ଏହା ଦେଖିଲା ପରେ ଜାଣି ପାରିବେ ଯେ ତୁମ୍ଭେମାନେ ଯେଉଁ ସଦାପ୍ରଭୁଙ୍କ ଉପାସନା କରୁଅଛ ଆମ୍ଭେମାନେ ମଧ୍ୟ ସେହି ସଦାପ୍ରଭୁଙ୍କୁ ଉପାସନା କରୁଅଛୁ। ଏହି ଯଜ୍ଞବେଦି ତୁମ୍ଭମାନଙ୍କ ପାଇଁ, ଆମ୍ଭମାନଙ୍କ ପାଇଁ ଓ ଆମ୍ଭର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ ପ୍ରମାଣ ରହିବ ଯେ, ଆମ୍ଭେମାନେ ସଦାପ୍ରଭୁଙ୍କୁ ଉପାସନା କରୁ। ଆମ୍ଭେ ଶସ୍ୟ ନୈବେଦ୍ୟ, ସହଭାଗିତାର ନୈବେଦ୍ୟ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବୁ। ତେଣୁ ଭବିଷ୍ୟତରେ ତୁମ୍ଭମାନଙ୍କର ପିଲାମାନେ ଆମ୍ଭ ଲୋକମାନଙ୍କୁ କହିବେ ନାହିଁ ଯେ, ତୁମ୍ଭର ସଦାପ୍ରଭୁଙ୍କ ସହିତ କିଛି କରିବାର ନାହିଁ।
ତୁମ୍ଭେମାନେ କ’ଣ ବିଶ୍ୱାସ କରୁଛ ଯେ ଆମ୍ଭେମାନେ ଏହି ଯଜ୍ଞବେଦିରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ କ’ଣ ତିଆରି କରିଛୁ? ନାଁ ଆମ୍ଭେ ଏଥିପାଇଁ ଏହାକୁ ତିଆରି କରି ନାହୁଁ। ତେବେ କାହିଁକି ଆମ୍ଭେମାନେ ଯଜ୍ଞବେଦି ନିର୍ମାଣ କଲୁ? ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଗ୍ଭର କରି ଏହା କରିଅଛୁ। ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ କି ସମ୍ପର୍କ।