Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 22:31 - ପବିତ୍ର ବାଇବଲ

31 ତେଣୁ ଯାଜକ ପୀନହସ୍ କହିଲେ, “ବର୍ତ୍ତମାନ ଆମ୍ଭେ ଜାଣିଲୁ ଯେ ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଅଛନ୍ତି। ଏବଂ ଆମ୍ଭେ ଜାଣିଲୁ ଯେ ତୁମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧାଚରଣ କରି ନାହିଁ। ଆମ୍ଭେ ଖୁସୀ ଯେ ସଦାପ୍ରଭୁ ଇସ୍ରାଏଲବାସୀଙ୍କୁ କୌଣସି ଦଣ୍ତ ଦେଇ ନାହାନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍ ରୁବେନ୍-ସନ୍ତାନଗଣକୁ ଓ ଗାଦ୍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ ଲଘଂନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।

Gade chapit la Kopi

ଓଡିଆ ବାଇବେଲ

31 ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ରୁବେନ୍‍-ସନ୍ତାନଗଣକୁ ଓ ଗାଦ୍‍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ରୁବେନ୍‍-ସନ୍ତାନଗଣକୁ ଓ ଗାଦ୍‍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।”

Gade chapit la Kopi




ଯିହୋଶୂୟ 22:31
13 Referans Kwoze  

ଅସରିୟ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିୟ କହିଲେ, “ଆସା ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ, ତୁମ୍ଭେମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଯେତେବେଳେ ପରମେଶ୍ୱରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତରେ ଥିଲେ। ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ଖୋଜିବ, ତେବେ ତୁମ୍ଭେମାନେ ତାହାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।


ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହେବ, ସେଥିରେ ସେ ମସ୍ତକ ନତକରି ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ପରମେଶ୍ୱରଙ୍କ ଉପାସନା କରିବ।


“ଜଣେ କୁମାରୀ କନ୍ୟା ଗର୍ଭବତୀ ହୋଇ ପୁତ୍ର ସନ୍ତାନଟିଏ ଜନ୍ମ ଦେବ। ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ।” (ଇମ୍ମାନୁୟେଲର ଅର୍ଥ, “ପରମେଶ୍ୱର ଆମ୍ଭ ସହିତ ଅଛନ୍ତି।”)


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ସେହି ଦିନମାନଙ୍କରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ଲୋକ, ଜଣେ ଯିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, ‘ତୁମ୍ଭ ସହିତ ଆମ୍ଭେ ଯିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି।’”


ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର। ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ତେଣୁ ଆନନ୍ଦ କର।


ପରମେଶ୍ୱରଙ୍କର ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ ରଥ ଅଛି। ସଦାପ୍ରଭୁ ସିୟୋନ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।


ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ୱାରା ତୁମ୍ଭେମାନେ ଜାଣି ପାରିବ। ସେ କିଣାନୀୟ, ହିତ୍ତୀୟ, ହିବ୍ବୀୟ, ପିରିଷୀୟ, ଗିର୍ଗାଶୀୟ, ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ, ସେହି ଭୂମିରୁ ନିଶ୍ଚିତ ତଡ଼ି ଦେବେ।


ପରମେଶ୍ୱର ଏହା ମଧ୍ୟ କହିଲେ, “ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।


ପୀନହସ୍ ଯାଜକ ଏବଂ ତାଙ୍କ ସହିତ ଯାଇଥିବା ମୁଖିଆ, ଏହିପରି କଥା ରୁବେନ୍, ଗାଦ୍ ଓ ମନଃଶିର ବଂଶର ଲୋକମାନଙ୍କଠାରୁ ଶୁଣିଲେ। ସେମାନେ ମଧ୍ୟ ବୁଝିଲେ ଯେ ବାସ୍ତବରେ ସତ କଥା ଏବଂ ଠିକ୍ କଥା କହୁଛନ୍ତି।


ଏହା ପରେ ପୀନହ‌ସ୍‌ ଏବଂ ସମସ୍ତ ମୂଖିଆମାନେ ସେ ସ୍ଥାନ ପରିତ୍ୟାଗ କରି ଗୃହକୁ ଫେରିଲେ। ସେମାନେ ରୁବେନ୍, ଗାଦ୍ ବଂଶର ଲୋକମାନଙ୍କୁ ସେହି ଗିଲିୟଦରେ ଛାଡ଼ି କିଣାନ ଦେଶକୁ ଫେରି ଆସିଲେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିକଟକୁ ଫେରି ଆସି ଯାହାସବୁ ଘଟିଥିଲା ତାହା ଜଣାଇଲେ।


ବୁ‌କ୍‌କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହ‌ସ୍‌ର ପୁତ୍ର ଥିଲା। ପୀନହ‌ସ୍‌ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।


Swiv nou:

Piblisite


Piblisite